ପ୍ରମୁଖ ଖବର

ଅକ୍ଟୋବର-ଡିସେମ୍ବରରେ ବଢ଼ିପାରେ ରେପୋ ରେଟ୍‌, ମହଙ୍ଗା ତେଲ ନେଇ ଚିନ୍ତା
ବ୍ରିକ୍ସ ସମ୍ମିଳନୀରେ କୋରାପୁଟ କଫି, ବିଶ୍ୱ ମଞ୍ଚରେ ଓଡ଼ିଶାର ସ୍ୱାଦ
ନୂଆଦିଲ୍ଲୀରେ ବିଶ୍ୱ ନେତାଙ୍କ ସମାଗମ, ଆରମ୍ଭ ହେଲା ୧୮ତମ ବ୍ରିକ୍ସ ଶିଖର ସମ୍ମିଳନୀ
ଦିଲ୍ଲୀର ନିର୍ମାଣ ଶ୍ରମିକଙ୍କୁ ମିଳିବ ମାଗଣା ଚିକିତ୍ସା, ସ୍ୱାସ୍ଥ୍ୟ ଯୋଜନାକୁ ଉପରାଜ୍ୟପାଳଙ୍କ ମଞ୍ଜୁରି
ଦିଲ୍ଲୀର ନେତା-ଅଧିକାରୀଙ୍କ ସମ୍ପତ୍ତି ସାର୍ବଜନୀନ କରାଯାଉ: କିରଣ ବେଦୀ

ଶିଶୁ ପୁତ୍ରକୁ ଧରି ନଦୀକୁ ଡେଇଁଲା ମା

0

ହରିପୁର: ଜଣେ ମହିଳା ନିଜ ଶିଶୁ ପୁତ୍ରକୁ ଧରି ନଦୀକୁ ଡେଇଁ ପଡ଼ିଥିବାବେଳେ ଉଭୟଙ୍କ ମୃତଦେହ ଉଦ୍ଧାର ହୋଇଛି। ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ପିପିଲି-ନିମାପଡ଼ା ରାସ୍ତାର ହରିପୁରରେ। ସେଠାରେ ଥିବା ଭାର୍ଗବୀ ନଦୀ ବ୍ରିଜ୍ ଉପରୁ ମହିଳା ନିଜ ଶିଶୁ ପୁତ୍ରକୁ ଧରି ନଦୀକୁ ଡେଇଁ ପଡ଼ିଥିବାବେଳେ ଉଭୟଙ୍କ ମୃତଦେହ ଉଦ୍ଧାର ହୋଇଛି।

ଏହା ଦେଖି ସ୍ଥାନୀୟ ଲୋକେ ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ। ଖବର ପାଇ ଅଗ୍ନିଶମ ବିଭାଗର କର୍ମଚାରୀମାନେ ନଦୀରେ ଖୋଜାଖୋଜି କରିଥିଲେ। ତେବେ ଘଟଣାସ୍ଥଳରୁ ଦେଢ କିଲୋମିଟର ଦୂର ସୁନାପଦା ଗ୍ରାମ ନିକଟରେ ୨ ଜଣ ଗ୍ରାମବାସୀ ଗଭୀର ନଦୀନାଳରୁ ଉଭୟଙ୍କ ମୃତଦେହ ଉଦ୍ଧାର କରିଛନ୍ତି। ପିପିଲି ପୁଲିସ ଘଟଣାସ୍ଥଳରେ ପହଞ୍ଚି ଅନୁସନ୍ଧାନ ଜାରି ରଖିଛି।

Leave A Reply

Your email address will not be published.