ପ୍ରମୁଖ ଖବର

ଓଡିଶା, ଗୁଜୁରାଟ, ସୌରାଷ୍ଟ୍ର, ପଶ୍ଚିମ ମଧ୍ୟପ୍ରଦେଶ, ମଧ୍ୟ ମହାରାଷ୍ଟ୍ର ଏବଂ କୋଙ୍କନ ଅତ୍ୟନ୍ତ ଭାରି ବର୍ଷା ସମ୍ଭାବନା
୨୦ସେମିରୁ ଅଧିକ ବର୍ଷା ସମ୍ଭାବନା ନେଇ ରେଡ ଓ୍ବାର୍ଣ୍ଣିଂ ଜାରି
ସକ୍ରିୟ ସ୍ପଷ୍ଟ-ଚିହ୍ନିତ ଲଘୁଚାପ କ୍ଷେତ୍ର ପ୍ରଭାବରେ କରାଯାଇଛି ବଡ଼ ବର୍ଷାର ପୂର୍ବାନୁମାନ
୮ ଯାଏଁ ବର୍ଷା: ୯ ଜିଲ୍ଲାକୁ ରେଡ୍‌ ଆଲର୍ଟ, ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡ଼ିଶାକୁ ବିପଦ
ଓମ୍‌ସା ସହିତ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବୈଠକ ପରେ ନିଷ୍ପତ୍ତି; ଡାକ୍ତର ଆନ୍ଦୋଳନ ସ୍ଥଗିତ
ଭୁବନେଶ୍ୱର ବାଣୀବିହାର ଅଞ୍ଚଳରେ ଡ୍ରେନ୍‌ରେ ଭାସି ଯାଇ ଯୁବକ ନିଖୋଜ
ଚଳଚ୍ଚିତ୍ର ଓ ଓଟିଟି କଣ୍ଟେଣ୍ଟ ପାଇରେସି ଉପରେ କଟକଣା ଲଗାଇବାକୁ ଟେଲିଗ୍ରାମକୁ ନିର୍ଦ୍ଦେଶ
ମମତାଙ୍କୁ ଝଟକା: ବରିଷ୍ଠ ନେତ୍ରୀ ଚନ୍ଦ୍ରିମା ଭଟ୍ଟାଚାର୍ଯ୍ୟ ତୃଣମୂଳର ରାଜ୍ୟ ସଭାପତି ପଦ ସମେତ ଦଳର ସମସ୍ତ ପଦବୀରୁ ଦେଲେ ଇସ୍ତଫା
ଅଧିକ ଦାମ ନେଲେ ଫାର୍ମା କମ୍ପାନୀଙ୍କ ବିରୋଧରେ କଡ଼ା ଆକ୍ସନ
ଥାନା କ୍ୱାର୍ଟର୍ସରୁ ମହିଳା ଆଇଆଇସିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ସେ ଆତ୍ମହତ୍ୟା କରିଥିବା ସୂଚନା ମିଳୁଛି
ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଯାଇଛି
ମୁଖ୍ୟମନ୍ତ୍ରୀ ବିଜୟଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଡିଏମକେ ବିଧାୟକ ଅନିତା ରାଧାକୃଷ୍ଣନ ଗିରଫ
ରାଜଧାନୀ ବୁଦ୍ଧବିହାର ରାସ୍ତାରେ ଗୋଷ୍ଠୀ ସଂଘର୍ଷ ମାମଲାରେ ବଡ଼ କାର୍ଯ୍ୟାନୁଷ୍ଠାନ
୧୦ ଅଭିଯୁକ୍ତଙ୍କୁ ଗିରଫ କଲା କମିସନରେଟ୍ ପୁଲିସ
ଶୁକ୍ରବାର ରାତିରେ ଖଣ୍ଡା, ଭୁଜାଲି ବୁଲାଇବା ସହ ଟେକାପଥର ଫିଙ୍ଗାଫିଙ୍ଗି ହୋଇଥିଲେ
ରଥଯାତ୍ରାଙ୍କୁ ଶୃଙ୍ଖଳିତ କରିବା ପାଇଁ ବରିଷ୍ଠ ପୁଲିସ ଅଧିକାରୀଙ୍କ ସହିତ ଡିଜିଙ୍କ ସ୍ଥିତି ସମୀକ୍ଷା
ଏଥର ମୁତୟନ ହେବେ ୧୨ହଜାର ପୁଲିସ
୩୦୦୦ ହୋମ୍‌ଗାର୍ଡଙ୍କୁ ମଧ୍ୟ ରଥଯାତ୍ରା ସମୟରେ ମୁତୟନ କରାଯିବ

ବଢିଲା ୱାଇବି ଖୁରାନିଆଙ୍କ କାର୍ଯ୍ୟକାଳ

0

ଭୁବନେଶ୍ବର: ବଢିଲା ପୋଲିସ ଡିଜି ୱାଇବି ଖୁରାନିଆଙ୍କ କାର୍ଯ୍ୟକାଳ। ୨୦୨୬ ପର୍ଯ୍ୟନ୍ତ ପୋଲିସ ଡିଜି ୱାଇବି ଖୁରାନିଆଙ୍କ କାର୍ଯ୍ୟକାଳ ବଢ଼ାଇଲେ ରାଜ୍ୟ ସରକାର। ଆସନ୍ତା ୧୬ ଅଗଷ୍ଟ ୨୦୨୬ ପର୍ଯ୍ୟନ୍ତ କାର୍ଯ୍ୟରେ ରହିବେ ଡିଜି ୱାଇବି ଖୁରାନିଆ।

ସୂଚନାଯୋଗ୍ୟ, ୧୯୯୦ ବ୍ୟାଚ୍‌ର ଆଇପିଏସ୍‌ ଅଧିକାରୀ ଖୁରାନିଆ ହରିୟାଣା ରାଜ୍ୟର ମୂଳବାସିନ୍ଦା। ତାଙ୍କ ଚାକିରି କାଳ ମଧ୍ୟରେ ସେ ସୋନପୁର, ନୟାଗଡ଼, ଯାଜପୁର, ଗଞ୍ଜାମ, ମୟୂରଭଞ୍ଜ, ରାଉରକେଲାର ଆରକ୍ଷୀ ଅଧୀକ୍ଷକ ଭାବେ କାର୍ଯ୍ୟ କରିଛନ୍ତି। ପରେ ସେ ଡିଆଇଜି ଭାବେ ଦକ୍ଷିଣାଞ୍ଚଳ ରେଞ୍ଜ (ବ୍ରହ୍ମପୁର)ରେ କାର୍ଯ୍ୟ କରିଛନ୍ତି। ସେ କଟକ-ଭୁବନେଶ୍ବର କମିଶନରେଟର ଅତିରିକ୍ତ ପୋଲିସ କମିଶନର ଓ ପୋଲିସ କମିଶନର ଏବଂ ଡିଆଇଜି ଭାବେ ଉତ୍ତରାଞ୍ଚଳ (ସମ୍ବଲପୁର)ରେ କାର୍ଯ୍ୟ କରିଛନ୍ତି। ସେହିପରି ଆଇଜିପି (ଉତ୍ତରାଞ୍ଚଳ, ସମ୍ବଲପୁର), ଆଇଜିପି (ଏସ୍‌ଏପି), ଆଇଜିପି (ଅପରେଶନ), ବିପିଏସ୍‌ପିଏରେ ଆଇଜିପି (ଟ୍ରେନିଂ), ଆଇଜିପି (କ୍ରାଇମବ୍ରାଞ୍ଚ), ଆଇଜିପି (ଭିଜିଲାନ୍ସ) ଭାବେ କାର୍ଯ୍ୟ କରିଥିଲେ।

ଏହାପରେ ସେ ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ଭିଜିଲାନ୍ସ), କଟକ, ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ପ୍ରୋଭିଜନିଂ) ଭାବେ ସଫଳତାର ସହ କାର୍ଯ୍ୟ କରିଛନ୍ତି। ପରେ ସେ କେନ୍ଦ୍ରକୁ ଡେପୁଟେଶନରେ ଯାଇ ବିଏସ୍‌ଏଫ୍‌ର ବିଭିନ୍ନ ଉଚ୍ଚ ପଦବୀରେ ଅବସ୍ଥାପିତ ହୋଇଛନ୍ତି। ସେ ୨୦୨୩ ଜୁନ୍‌ରେ ଆରକ୍ଷୀ ମହାନିର୍ଦ୍ଦେଶକ ପଦବୀକୁ ପଦୋନ୍ନତି ପାଇ ନୂଆଦିଲ୍ଲୀସ୍ଥିତ ବିଏସ୍‌ଫ ମୁଖ୍ୟାଳୟଠାରେ ସ୍ବତନ୍ତ୍ର ଆରକ୍ଷୀ ମହାନିର୍ଦ୍ଦେଶକ ଭାବେ କାର୍ଯ୍ୟରତ ଥିଲେ। ଖୁରାନିଆ ଅଗଷ୍ଟ ୧୬ରେ ରାଜ୍ୟ ପୋଲିସ ମୁଖ୍ୟାଳୟରେ ନୂତନ ପୋଲିସ ଡିଜି ଭାବେ ବିଧିବଦ୍ଧ ଦାୟିତ୍ୱ ଗ୍ରହଣ କରିଥିଲେ। ତାଙ୍କ କାର୍ଯ୍ୟକାଳକୁ ସରକାର ସର୍ବନିମ୍ନ ୨ ବର୍ଷ ବଢ଼ାଇଛନ୍ତି।

Leave A Reply

Your email address will not be published.