ପ୍ରମୁଖ ଖବର

ଯନ୍ତରମନ୍ତର ବିବାଦରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ, କେନ୍ଦ୍ର ଓ ଦିଲ୍ଲୀ ପୁଲିସକୁ ନୋଟିସ୍‌
ନଭେମ୍ବର ୧ରୁ କଲର ଆଇଡି ବାଧ୍ୟତାମୂଳକ, ଅଜଣା ନମ୍ବରରୁ କଲ୍‌ ଆସିଲେ ବି ଦେଖାଯିବ ନାଁ
ପାକିସ୍ତାନରେ ହୃଦୟବିଦାରକ ଦୁର୍ଘଟଣା: ସ୍କୁଲ୍‌ ଛାତ ଭୁଶୁଡ଼ି ୨୯ ମୃତ
କାଉଣ୍ଟର ଟିକେଟ୍‌ରେ ବୀମା ବାଧ୍ୟତାମୂଳକ, ରେଳବାଇକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

୨୩ ତାରିଖ ବେଳକୁ ବଙ୍ଗୋପସାଗର ରେ ପୁଣି ସୃଷ୍ଟି ହୋଇପାରେ ଲଘୁଚାପ କ୍ଷେତ୍ର

0

ଭୁବନେଶ୍ବର: ଆସନ୍ତା ୨୩ ତାରିଖ ବେଳକୁ ଉତ୍ତର ବଙ୍ଗୋପସାଗର ରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହି କ୍ଷେତ୍ର ଟି ପଶ୍ଚିମ ଉତ୍ତର ପଶ୍ଚିମ ଦିଗ ରେ ଅଗ୍ରସର ହୋଇ ଉତ୍ତର ଓଡ଼ିଶା ତତ୍ ସଂଲଗ୍ନ ପଶ୍ଚିମବଙ୍ଗ ଉପକୂଳ ଦେଇ ଗତି କରି ପରବର୍ତ୍ତୀ ଦୁଇ ଦିନ ରେ ଉତ୍ତର ଛତିଶଗଡ ଦେଇ ଗତି କରିପାରେ ।

ପ୍ରଭାବ ରେ ଆସନ୍ତା ୨୨ ତାରିଖ ଠାରୁ ଉତ୍ତର ଉପକୂଳ ର ସ୍ଥାନେ ସ୍ଥାନେ ମଧ୍ୟମ ରୁ ପ୍ରବଳ ବର୍ଷା ସମ୍ଭାବନା ରହିଛି। ତେବେ ୨୩ ତାରିଖ ରୁ ବର୍ଷା ର ପରିମାଣ ଓ ବିସ୍ତୃତି ବୃଦ୍ଧି ପାଇବାର ସମ୍ଭାବନା ରହିଛି। ୨୩-୨୪ ସେପ୍ଟେମ୍ବର ରେ ଭଦ୍ରକ, ବାଲେଶ୍ଵର, ମୟୁରଭଞ୍ଜ, କେନ୍ଦ୍ରାପଡା, ଜଗତସିଂହପୁର, କଟକ, ଯାଜପୁର , କେଉଁଝର , ଢ଼େଙ୍କାନାଳ , ଅନୁଗୁଳ , ଖୋର୍ଦ୍ଧା, ନୟାଗଡ଼, ପୁରୀ, ଗଞ୍ଜାମ ଜିଲ୍ଲାର ଅନେକ ଅଞ୍ଚଳ ରେ ଅଳ୍ପ ରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି ଓ ସ୍ଥାନେ ସ୍ଥାନେ ପ୍ରବଳ ବର୍ଷା ହୋଇପାରେ।

ସେହିପରି ୨୫ ତାରିଖ ରେ ମୟୂରଭଞ୍ଜ, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ବରଗଡ଼, ସୋନପୁର, ଅନୁଗୁଳ, ଢ଼େଙ୍କାନାଳ ଜିଲ୍ଲାର ର ଅନେକ ଅଞ୍ଚଳ ରେ ବର୍ଷା ସମ୍ଭାବନା ରହିଛି ଓ ସ୍ଥାନେ ସ୍ଥାନେ ପ୍ରବଳ ବର୍ଷା ହୋଇପାରେ। ଆସନ୍ତା ୩ ଦିନ ଯାଏଁ ରାଜ୍ୟ ର ଅଳ୍ପ କିଛି ଅଞ୍ଚଳ ରେ ବିଜୁଳି ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି।

ସାର୍ଥକ ମିଶ୍ର

Leave A Reply

Your email address will not be published.