ପ୍ରମୁଖ ଖବର

ହିମନ୍ତ ବିଶ୍ୱ ଶର୍ମାଙ୍କ ବଡ଼ ପ୍ରତିଶ୍ରୁତି: ମାଗଣା ଏଲପିଜି ସିଲିଣ୍ଡର ଦେବ ବିଜେପି
ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ପାଇଁ ବାଟ ଖୋଲିଲା: ଜଙ୍ଗଲ ଜମିକୁ ମିଳିଲା ଅନୁମତି
ସେଲଭାସାରେ ଭୟଙ୍କର ଗ୍ୟାସ୍ ବିସ୍ଫୋରଣ: ୪ ମୃତ, ୫ ଗୁରୁତର ଆହତ
ତିରୁବନନ୍ତପୁରମରେ ମୋଦିଙ୍କ ଭବ୍ୟ ରୋଡ୍‌ଶୋ,ଉତ୍ସବମୟ ପରିବେଶ
ଓଡ଼ିଆ ପକ୍ଷ ଅବସରରେ ପ୍ରବେଶ ଉତ୍ସବ: କୁନି ପିଲାଙ୍କୁ ଖଡି ଛୁଆଁଇଲେ ମୁଖ୍ୟମନ୍ତ୍ରୀ
ମହାରାଷ୍ଟ୍ରର ନାସିକରେ ଭୟାବହ ଦୁର୍ଘଟଣା: କୁଅରେ ପଡ଼ି ଏକ ପରିବାରର ୯ ଜଣଙ୍କ ମୃତ୍ୟୁ
ଡ଼ିଆରେ ନାମ ଫଳକ ନଥିଲେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ
ଭାରତ ପାଇଁ ଆଶ୍ୱସ୍ତିର ଖବର : ଭାରତ ଆସୁଛି ସପ୍ତମ ଏଲ୍‌ପିଜି ଟ୍ୟାଙ୍କର୍

ଚନ୍ଦ୍ରାୟନ-୪ ମିଶନକୁ ମିଳିଲା କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ

0

ନୂଆଦିଲ୍ଲୀ: ଚନ୍ଦ୍ରାୟନ-୪ ମିଶନକୁ ମିଳିଲା କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ। ଚନ୍ଦ୍ରାୟନ-୪ ମିଶନ ପାଇଁ ୨୧୦୪ କୋଟି ଟଙ୍କା ମଞ୍ଜୁର ହୋଇଛି। ଏଥିସହ ଭେନସ୍‌-ଭେନସ୍‌ ଅର୍ବିଟ୍‌ ମିଶନକୁ ମଧ୍ୟ କ୍ୟାବିନେଟର ମଞ୍ଜୁରୀ ମିଳିଛି। ସେହିପରି ପିଏମ୍‌ ଆଶା ଯୋଜନା ପାଇଁ ୩୫,୦୦୦ କୋଟି, ଏନପିକେ ସାର ପାଇଁ ୨୪, ୪୭୫ କୋଟି ସବ୍‌ସିଡିକୁ ଅନୁମତି ଦେଇଛନ୍ତି କେନ୍ଦ୍ର ସରକାର।

ଚନ୍ଦ୍ରାୟନ-୩ ମିଶନର ଐତିହାସିକ ସଫଳତା ପରେ ଭାରତୀୟ ମହାକାଶ ଅନୁସନ୍ଧାନ ସଂସ୍ଥା (ଇସ୍ରୋ) ‘ଚନ୍ଦ୍ରୟାନ-୪’ ପାଇଁ ପ୍ରସ୍ତୁତ ହେଉଛି l ୨୦୨୮ ମସିହାରେ ଏହାର ଲଞ୍ଚ ନେଇ ଆସ ରଖିଛି ଇସ୍ରୋ। ଏହି ମିଶନକୁ ଲୁପେକ୍ସ ମିଶନ ମଧ୍ୟ କୁହାଯିବ। ୨୦୨୩ ଅଗଷ୍ଟ ୨୩ ତାରିଖରେ ଚନ୍ଦ୍ରରେ ଅବତରଣ କରିବାରେ ଭାରତ ଚତୁର୍ଥ ଏବଂ ଦକ୍ଷିଣ ମେରୁ ଅଞ୍ଚଳରେ ପହଞ୍ଚିବାରେ ପ୍ରଥମ ଦେଶ ପାଲଟିଥିଲା। ଏହି ଐତିହାସିକ ସଫଳତାକୁ ସମ୍ମାନ ଜଣାଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଅଗଷ୍ଟ ୨୩କୁ ଜାତୀୟ ମହାକାଶ ଦିବସ ଭାବେ ଘୋଷଣା କରିଥିଲେ।

Leave A Reply

Your email address will not be published.