ପ୍ରମୁଖ ଖବର

ପୁରୀ ଜିଲ୍ଲାପାଳଙ୍କ ବିରୋଧରେ ଅଦାଲତ ଅବମାନନା ମାମଲା, ଜବାବ ତଲବ କଲେ ହାଇକୋର୍ଟ
ଅଦାଲତ ଅବମାନନା ମାମଲାରୁ ଉଷା ପାଢ଼ୀଙ୍କୁ ମିଳିଲା ଆଶ୍ୱସ୍ତି
ଅନୁଭବଙ୍କ ଆବେଦନ ହାଇକୋର୍ଟରେ ଖାରଜ
ବ୍ୟାନ ହେବନି ପାନ ମସଲା: ସ୍ପଷ୍ଟୀକରଣ ରଖିଲା ସ୍ବାସ୍ଥ୍ୟ ବିଭାଗ
ବରିଷ୍ଠ ନାଗରିକଙ୍କୁ ପୁରୀ ବୁଲାଇବେ ସରକାର
ଖୁବ୍‌ଶୀଘ୍ର ଖୁଲାସା ହେବ ନବ ଦାସ ହତ୍ୟା ମାମଲା : ଆଇନ ମନ୍ତ୍ରୀ
ମା’ ବିରଜାଙ୍କ ଆଶୀର୍ବାଦ ନେବେ ରାଷ୍ଟ୍ରପତି, ନାଭିଗୟାରେ କରିବେ ପିଣ୍ଡଦାନ

ଚନ୍ଦ୍ରାୟନ-୪ ମିଶନକୁ ମିଳିଲା କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ

0

ନୂଆଦିଲ୍ଲୀ: ଚନ୍ଦ୍ରାୟନ-୪ ମିଶନକୁ ମିଳିଲା କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ। ଚନ୍ଦ୍ରାୟନ-୪ ମିଶନ ପାଇଁ ୨୧୦୪ କୋଟି ଟଙ୍କା ମଞ୍ଜୁର ହୋଇଛି। ଏଥିସହ ଭେନସ୍‌-ଭେନସ୍‌ ଅର୍ବିଟ୍‌ ମିଶନକୁ ମଧ୍ୟ କ୍ୟାବିନେଟର ମଞ୍ଜୁରୀ ମିଳିଛି। ସେହିପରି ପିଏମ୍‌ ଆଶା ଯୋଜନା ପାଇଁ ୩୫,୦୦୦ କୋଟି, ଏନପିକେ ସାର ପାଇଁ ୨୪, ୪୭୫ କୋଟି ସବ୍‌ସିଡିକୁ ଅନୁମତି ଦେଇଛନ୍ତି କେନ୍ଦ୍ର ସରକାର।

ଚନ୍ଦ୍ରାୟନ-୩ ମିଶନର ଐତିହାସିକ ସଫଳତା ପରେ ଭାରତୀୟ ମହାକାଶ ଅନୁସନ୍ଧାନ ସଂସ୍ଥା (ଇସ୍ରୋ) ‘ଚନ୍ଦ୍ରୟାନ-୪’ ପାଇଁ ପ୍ରସ୍ତୁତ ହେଉଛି l ୨୦୨୮ ମସିହାରେ ଏହାର ଲଞ୍ଚ ନେଇ ଆସ ରଖିଛି ଇସ୍ରୋ। ଏହି ମିଶନକୁ ଲୁପେକ୍ସ ମିଶନ ମଧ୍ୟ କୁହାଯିବ। ୨୦୨୩ ଅଗଷ୍ଟ ୨୩ ତାରିଖରେ ଚନ୍ଦ୍ରରେ ଅବତରଣ କରିବାରେ ଭାରତ ଚତୁର୍ଥ ଏବଂ ଦକ୍ଷିଣ ମେରୁ ଅଞ୍ଚଳରେ ପହଞ୍ଚିବାରେ ପ୍ରଥମ ଦେଶ ପାଲଟିଥିଲା। ଏହି ଐତିହାସିକ ସଫଳତାକୁ ସମ୍ମାନ ଜଣାଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଅଗଷ୍ଟ ୨୩କୁ ଜାତୀୟ ମହାକାଶ ଦିବସ ଭାବେ ଘୋଷଣା କରିଥିଲେ।

Leave A Reply

Your email address will not be published.