ପ୍ରମୁଖ ଖବର

ଫାର୍ମା କମ୍ପାନୀ ଫ୍ୟାକ୍ଟ୍ରି ବିସ୍ଫୋରଣରେ ମୃତ୍ୟୁ ସଂଖ୍ୟା ୩୪କୁ ବୃଦ୍ଧି
ବିଏମସି କମିଶନର ଆକ୍ରମଣ ଘଟଣାରେ ସଫେଇ କର୍ମଚାରୀଙ୍କ କାର୍ଯ୍ୟ ବନ୍ଦ ଆନ୍ଦୋଳନ
ଶରଧାବାଲି ଅଘଟଣ ପରେ ଆଜି ପୁରୀ ଯିବେ ମୁଖ୍ୟମନ୍ତ୍ରୀ
ଶସ୍ତା ହେଲା ଏଲପିଜି ସିଲିଣ୍ଡର
ମୃତ୍ତିକା ସଂରକ୍ଷଣ ବିଭାଗର ଯୁଗ୍ମ ନିର୍ଦ୍ଦେଶକ ଦୟାନିଧି ବାଗ୍‌ ଗିରଫ
ଅନିର୍ଦ୍ଦିଷ୍ଟ କାଳ ପାଇଁ ଛୁଟିରେ ଗଲେ ୮ ଜିଲ୍ଲାର ଓଏସ ଓ ଓଆରଏସ ଅଫିସର
ବାଣ ତିଆରି କାରଖାନାରେ ବିସ୍ଫୋରଣ; ୫ ମୃତ
୨ ଦିନିଆ ଓଡିଶା ଗସ୍ତରେ ଆସିବେ ରାଷ୍ଟ୍ରପତି
ବିଶ୍ୱ ପୋଲିସ ଏବଂ ଅଗ୍ନିଶମ କ୍ରୀଡାରେ ବାଜିମାରିଲେ ଓଡ଼ିଶା ପୋଲିସ କନଷ୍ଟେବଳ

ରାଜ୍ୟର ସବୁ ଜିଲାରେ ହେବ ମେଡିକାଲ କଲେଜ: ସ୍ୱାସ୍ଥ୍ୟମନ୍ତ୍ରୀ

0

ଭୁବନେଶ୍ବର: ସ୍ୱାସ୍ଥ୍ୟମନ୍ତ୍ରୀ ମନ୍ତ୍ରୀଙ୍କ ବଡ ଘୋଷଣା। ରାଜ୍ୟର ସମସ୍ତ ଜିଲାରେ ହେବ ମେଡିକାଲ କଲେଜ। ଗୁରୁବାର ଏନେଇ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଏହି ଘୋଷଣା କରିଛନ୍ତି। ଖୁବଶୀଘ୍ର ଏଥି ନିମନ୍ତେ କାର୍ଯ୍ୟ ଖସଡ଼ା ପ୍ରସ୍ତୁତ କରାଯାଇ କାର୍ଯ୍ୟ ଆରମ୍ଭ ହେବ ବୋଲି ସେ କହିଛନ୍ତି।

ସ୍ୱାସ୍ଥ୍ୟ ମନ୍ତ୍ରୀ କହିଛନ୍ତି, ଏବେ ରାଜ୍ୟରେ ୧୧ଟି ମେଡିକାଲ କଲେଜ କାର୍ଯ୍ୟକ୍ଷମ ଅଛି। ତାଳଚେର ଓ କନ୍ଧମାଳରେ ଆଉ ଦୁଇଟି ମେଡିକାଲ କଲେଜ ନିର୍ମାଣ ହେବ। ଏହାବାଦ ଅନ୍ୟ ସବୁ ଜିଲାରେ ବି ମେଡିକାଲ କଲେଜ ହେବ।‘ମେଡିକାଲ କଲେଜ ଏବଂ ଅଧ୍ୟାପକ ନିଯୁକ୍ତି ନେଇ ବ୍ୟବସ୍ଥା କରାଯାଉଛି।

ଶହେ ଦିନ ପୂର୍ତ୍ତି ଅବସରରେ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଘୋଷଣା କରି କହିଛନ୍ତି,୨୭ ହଜାର ହସ୍ପିଟାଲରେ ଆୟୁଷ୍ମାନ ଓ ଗୋପବନ୍ଧୁ ଆରୋଗ୍ୟ ଯୋଜନା ସୁବିଧା ମିଳିବ। ଖୁବଶୀଘ୍ର ୩ ହଜାର ଡାକ୍ତର ଓ ପାରା ମେଡିକାଲ ଷ୍ଟାଫ ନିଯୁକ୍ତ ହେବେ। ପୁରୀ ମେଡିକାଲ କଲେଜରେ ନର୍ସିଂ କୋର୍ସ ଆରମ୍ଭ ହେବ। ସବୁ ଜିଲା ମୁଖ୍ୟ ଚିକିତ୍ସାଳୟରେ କ୍ୟାନ୍ସର ଚିକିତ୍ସା ପାଇଁ ବ୍ୟବସ୍ଥା କରାଯିବ। ୫ ବର୍ଷରେ ଦେଢ଼ ଲକ୍ଷ ନିଯୁକ୍ତି ଦିଆଯିବ କହିଛନ୍ତି ମନ୍ତ୍ରୀ ମୁକେଶ ମହାଲିଙ୍ଗ।

ମେଡିକାଲ କଲେଜ ଏବଂ ଅଧ୍ୟାପକ ନିଯୁକ୍ତି ନେଇ ମଧ୍ୟ ସ୍ୱାସ୍ଥ୍ୟ ବିଭାଗ ବ୍ୟବସ୍ଥା କରୁଛି ବୋଲି କହିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ । ଏହା ସହିତ ମେଡିକାଲ କଲେଜରେ ଅଧ୍ୟାପକ ନିଯୁକ୍ତି ନେଇ ଓଡ଼ିଶା ସ୍ୱାସ୍ଥ୍ୟ ବିଶ୍ୱବିଦ୍ୟାଳୟ କୁଳପତି ପ୍ରତିକ୍ରିୟା ରଖି କହିଛନ୍ତି ଅବସରପ୍ରାପ୍ତ ଅଭିଜ୍ଞ ଡାକ୍ତରମାନଙ୍କୁ ବିଭିନ୍ନ ମେଡିକାଲ କଲେଜରେ ପାଠ ପଢ଼ାଇବା ନିମନ୍ତେ ଯୋଜନା କରାଯାଉଛି।

Leave A Reply

Your email address will not be published.