ପ୍ରମୁଖ ଖବର

ନାମାଙ୍କନର ପରଦିନ ନିର୍ବାଚନରୁ ଓହରିଲେ ଭାଜପା ପ୍ରାର୍ଥୀ ଅଭିଷେକ ସିହ୍ନା
କେଜିରୁ ପିଜି ମାଗଣା ଶିକ୍ଷାକୁ ନେଇ ଦ୍ୱନ୍ଦ୍ୱ ଦୂର କଲେ ମନ୍ତ୍ରୀ, ନାମଲେଖା ଫି ଫେରସ୍ତ ପାଇବେ ଛାତ୍ରଛାତ୍ରୀ
ସୁପ୍ରିମକୋର୍ଟରେ ହଙ୍ଗାମା: ବିଚାରପତିଙ୍କ ଉପରକୁ କାଗଜ ଫିଙ୍ଗିଲେ ଆବେଦନକାରୀ
ସୁଭଦ୍ରା ଯୋଜନାକୁ ନେଇ ବଡ଼ ଅପଡେଟ୍: ଯୋଗ୍ୟ ହିତାଧିକାରୀଙ୍କୁ ମିଳିବ ଏକାଥରେ ୫ କିସ୍ତି
ପରୀକ୍ଷା ଦାବିରେ ମନ୍ତ୍ରୀଙ୍କ ପାଦତଳେ ପଡ଼ିଲେ ନର୍ସିଂ ଛାତ୍ରଛାତ୍ରୀ
ଏପ୍ରିଲ-ମେ’ରେ ପଞ୍ଚାୟତ ନିର୍ବାଚନ, ଘରକୁ ଘର ବୁଲି ପ୍ରସ୍ତୁତ ହେବ ଭୋଟର ତାଲିକା
ଗୁରୁଗ୍ରାମରେ ଏନକାଉଣ୍ଟର: ୪ ଗ୍ୟାଙ୍ଗଷ୍ଟର ନିହତ, ୩ ପୋଲିସ କର୍ମଚାରୀ ଆହତ
ମହାରାଷ୍ଟ୍ରର ରାୟଗଡ ଜିଲ୍ଲାରେ ବନ୍ୟା ପାଣିରେ ଭାସିଗଲା ୩ ହଜାର ଏଲପିଜି ସିଲିଣ୍ଡର

ପରଲୋକରେ ସଂଗୀତ ନିର୍ଦ୍ଦେଶକ ବିପିନ ରେଶମିୟା

0

ମୁମ୍ବାଇ: ପରଲୋକରେ ହିମେଶ ରେଶମିୟାଙ୍କ ବାପା। ୮୭ ବର୍ଷ ବୟସରେ ପ୍ରସିଦ୍ଧ ସଂଗୀତ ନିର୍ଦ୍ଦେଶକ ବିପିନ ରେଶମିୟାଙ୍କର ଦେହାନ୍ତ ହୋଇଛି । ଚିକିତ୍ସାଧୀନ ଅବସ୍ଥାରେ ମୁମ୍ବାଇର କୋକିଲାବେନ ଧୀରୁବାଇ ଅମ୍ବାନୀ ହସ୍ପିଟାଲରେ ତାଙ୍କର ମୃତ୍ୟୁ ହୋଇଛି ।

ଦୀର୍ଘ ଦିନ ଧରି ବାର୍ଦ୍ଧକ୍ୟଜନିତ ରୋଗରେ ପୀଡ଼ିତ ଥିବା ବିପିନ ରେଶମିୟାଙ୍କୁ ଚିକିତ୍ସା ନିମନ୍ତେ ମୁମ୍ବାଇର କୋକିଳବେନ ଧିରୁଭାଇ ଅମ୍ବାନୀ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସମସ୍ତଙ୍କର ଆଶାଥିଲା କି, ସେ ସୁସ୍ଥ ହୋଇ ଘରକୁ ଫେରିବେ, କିନ୍ତୁ ତାହା ହୋଇ ନଥିଲା। ସେଠାରେ ସେ କିଛି ଦିନ ହେବ ଚିକିତ୍ସାଧୀନ ଥିବା ବେଳେ ଗତକାଲି ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ି ଯାଇଥିଲା।

ଡାକ୍ତରଙ୍କ ଚେଷ୍ଟା ସତ୍ତ୍ୱ ଗତ ରାତିରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ସେପ୍ଟେମ୍ବର ୧୮ ରାତି ପ୍ରାୟ ୮.୩୦ ସମୟରେ ସମସ୍ତଙ୍କୁ ଛାଡି ସବୁଦିନ ପାଇଁ ଶେଷ ନିଶ୍ୱସ ତ୍ୟାଗ କରିଥିଲେ। ହିମେଶ ରେଶମିୟା ତାଙ୍କ ପିତାଙ୍କୁ ହରାଇ ଦୁଃଖରେ ଭାଙ୍ଗିପଡିଛନ୍ତି । ଆଜି ତାଙ୍କ ପାର୍ଥିବ ଶରୀରକୁ ପରିବାର ଲୋକେ ଘରକୁ ନେବେ। ସେଠାରେ ପ୍ରିୟ ପରିଜନ ଶେଷ ଦର୍ଶନ କରିବା ପରେ ଜୁହୁରେ ଅନ୍ତିମ ସତ୍କାର କରାଯିବ ବୋଲି ଜଣାଯାଇଛି।

Leave A Reply

Your email address will not be published.