ପ୍ରମୁଖ ଖବର

ସମ୍ବଲପୁର: ଗଣେଶ ପୂଜା ମଣ୍ଡପରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ପେଣ୍ଡାଲ
ଗୁଜରାଟ ସଚିବାଳୟ ଉଡ଼ାଇବା ଧମକ: ବିହାର, ଝାଡ଼ଖଣ୍ଡରୁ ୨ ଗିରଫ
ଓମଫେଡ୍‌ ବଜାରକୁ ଆଣିବ ପ୍ୟାକେଟ୍‌ ପାଣି ଓ ନୂଆ ଆଇସକ୍ରିମ୍
ଦିଶା ସାଲିଆନ ମୃତ୍ୟୁ ମାମଲା : ସିବିଆଇ ଏଫ୍‌ଆଇଆରରେ ଆଦିତ୍ୟ ଠାକରେ, ଡିନୋ ମୋରିଆଙ୍କ ନାଁ
ଦୁଷ୍କର୍ମ ମାମଲା: ଆତ୍ମସମର୍ପଣ କଲେ ତରୁଣ ତେଜପାଲ
ନନ୍ଦିଗ୍ରାମ ଉପନିର୍ବାଚନ ଲଢ଼ିବେନି ମମତା, ଟିଏମସି ଘୋଷଣା କଲା ପ୍ରାର୍ଥୀ

ସବୁ ସ୍ୱାସ୍ଥ୍ୟ କର୍ମଚାରୀଙ୍କ ପାଇଁ ସ୍ୱତନ୍ତ୍ର ଡ୍ରେସ୍ କୋଡ୍ ଓ ପରିଚୟପତ୍ର ସହ ଜାରି ହେଲା ଗାଇଡଲାଇନ୍

0

ଭୁବନେଶ୍ବର: ଏଣିକି ସବୁ ମେଡିକାଲ ଶିକ୍ଷାନୁଷ୍ଠାନ ଚାରିପାଖରେ ପାଚେରି ରହିବ। ସବୁ କର୍ମଚାରୀଙ୍କ ପାଇଁ ପରିଚୟପତ୍ର ଓ ସ୍ୱତନ୍ତ୍ର ଡ୍ରେସ୍ କୋଡ୍ ରହିବ। ରାଜ୍ୟରେ ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ଲୋକଙ୍କ ସୁରକ୍ଷା ନେଇ ଜାରି ହେଲା ଗାଇଡଲାଇନ୍।

ଆରଜି କର ମେଡିକାଲରେ ଜଣେ ଟ୍ରେନି ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ଘଟଣା ପରେ ଡାକ୍ତର, ଛାତ୍ରଛାତ୍ରୀ ଓ ସ୍ୱାସ୍ଥ୍ୟ ସେବା ସହ ସମ୍ପୃକ୍ତ ବ୍ୟକ୍ତିଙ୍କ ପାଇଁ ଗାଇଡଲାଇନ ଜାରି ହୋଇଛି। ପୁରୁଷ ଓ ମହିଳା ଡାକ୍ତରଙ୍କ ପାଇଁ ଡ୍ୟୁଟି ଓ ରେଷ୍ଟ ରୁମ୍ ରହିବ। ସବୁ ସରକାରୀ ମେଡିକାଲ କଲେଜରେ ଫାଣ୍ଡି ବାଧ୍ୟତାମୂଳକ। ସେହିପରି ଇନଡୋର ରୋଗୀଙ୍କ ପାଇଁ ଭିଜିଟର ପାସ୍ ବ୍ୟବସ୍ଥା କରିବାକୁ ବି ନିର୍ଦ୍ଦେଶ ଦିଆଯାଇଛି। ଓପିଡିରେ ୨୪ ଘଣ୍ଟିଆ ସୁରକ୍ଷାକର୍ମୀ ମୁତୟନ ରହିବେ। ଯେତେ ସମ୍ଭବ ଉଭୟ ପୁରୁଷ ଓ ମହିଳା ସୁରକ୍ଷାକର୍ମୀ ଦାୟିତ୍ୱରେ ରହିବେ।

ଗୁରୁତ୍ୱପୂର୍ଣ୍ଣ ସ୍ଥାନ, ହଷ୍ଟେଲ ଓ ଗେଟ୍ ବାହାରେ ଲାଗିବ ସିସିଟିଭି କ୍ୟାମେରା। ଆପଦକାଳୀନ ସୂଚନା ଦେବାକୁ ପାନିକ୍ ବଟନ୍, ଜରୁରୀ ଫୋନ୍ ଏବଂ ଆପ୍ ରହିବ। କୌଣସି ଅଘଟଣ ସୂଚନା ହେଲେ କର୍ତ୍ତୃପକ୍ଷ ତୁରନ୍ତ କାର୍ଯ୍ୟାନୁଷ୍ଠାନ ନେବେ। ସେହିପରି ସୁରକ୍ଷାକର୍ମୀ କ୍ୟାମ୍ପସ ଭିତରେ ପାଟ୍ରୋଲିଂ କରି ଅନଧୀକୃତ ଯାତ୍ରୀଙ୍କୁ ତଡ଼ିବେ। କୋଲକାତା ଆରଜି କର ମେଡିକାଲରେ ଜଣେ ଟ୍ରେନି ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ଘଟଣା ପରେ ରାଜ୍ୟ ସରକାରଙ୍କ ପକ୍ଷରୁ ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ସୁରକ୍ଷା ନେଇ ଏହି ଗାଇଡଲାଇନ୍ ଜାରି ହୋଇଛି।

Leave A Reply

Your email address will not be published.