ପ୍ରମୁଖ ଖବର

ସମ୍ବଲପୁର: ଗଣେଶ ପୂଜା ମଣ୍ଡପରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ପେଣ୍ଡାଲ
ଗୁଜରାଟ ସଚିବାଳୟ ଉଡ଼ାଇବା ଧମକ: ବିହାର, ଝାଡ଼ଖଣ୍ଡରୁ ୨ ଗିରଫ
ଓମଫେଡ୍‌ ବଜାରକୁ ଆଣିବ ପ୍ୟାକେଟ୍‌ ପାଣି ଓ ନୂଆ ଆଇସକ୍ରିମ୍
ଦିଶା ସାଲିଆନ ମୃତ୍ୟୁ ମାମଲା : ସିବିଆଇ ଏଫ୍‌ଆଇଆରରେ ଆଦିତ୍ୟ ଠାକରେ, ଡିନୋ ମୋରିଆଙ୍କ ନାଁ
ଦୁଷ୍କର୍ମ ମାମଲା: ଆତ୍ମସମର୍ପଣ କଲେ ତରୁଣ ତେଜପାଲ
ନନ୍ଦିଗ୍ରାମ ଉପନିର୍ବାଚନ ଲଢ଼ିବେନି ମମତା, ଟିଏମସି ଘୋଷଣା କଲା ପ୍ରାର୍ଥୀ

ଗାୟିକା ରୁକ୍ସନା ବାନୋଙ୍କ ସନ୍ଦେହ ଜନକ ମୃତ୍ୟୁ

0

କଳାହାଣ୍ଡି: ଭବାନୀପାଟଣାର ସମ୍ବଲପୁରୀ ଗାୟିକା ରୁକ୍ସନା ବାନୋଙ୍କ ମୃତ୍ୟୁ ଘଟିଛି। ଭୁବନେଶ୍ୱର ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ଗତକାଲି ରାତିରେ ତାଙ୍କର ମୃତ୍ୟୁ ହୋଇଥିବା ଜଣାଯାଇଛି। ସ୍ଲୋ ପଏଜନ୍ ଦେଇ ତାଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ କରିଛନ୍ତି ପରିବାର। ସ୍କ୍ରବ୍ ଟାଇଫସ୍ ନୁହେଁ, ବରଂ ବିଷ ଦେଇ ତାଙ୍କୁ ମାରି ଦିଆଯାଇଥିବା କହିଛନ୍ତି।

୧୫ ଦିନ ତଳେ ବଲାଙ୍ଗିରରେ ସୁଟିଂ ବେଳେ ରୁକ୍ ସନା ଅସୁସ୍ଥ ହୋଇ ପଡ଼ିଥିଲେ। ତାଙ୍କୁ ପ୍ରଥମେ ଭବାନୀପାଟଣା ବଲାଙ୍ଗିର ଭୀମ ଭୋଇ ମେଡ଼ିକାଲ କଲେଜ ଭର୍ତ୍ତି କରାଯାଇଥିଲା। ପରେ ତାଙ୍କ ଅବସ୍ଥା ଗୁରୁତର ହେବାରୁ ବରଗଡ଼ ଏକ ଘରୋଇ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ପରେ ଅବସ୍ଥା ସଂକଟାପନ୍ନ ହେବାରୁ ତାଙ୍କୁ ଭୁବନେଶ୍ୱର ଏମ୍ସକୁ ଅଣାଯାଇଥିଲା। ଗତକାଲି ରାତିରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି।

Leave A Reply

Your email address will not be published.