ପ୍ରମୁଖ ଖବର

ସରକାରୀ ବାସଭବନ ନ ଛାଡିବା ନେଇ ସ୍ପଷ୍ଟିକରଣ ରଖିଲେ ପୂର୍ବତନ ସିଜେଆଇ ଚନ୍ଦ୍ରଚୂଡ
ପ୍ରବଳ ବର୍ଷା ଯୋଗୁଁ ବନ୍ଦ ହେଲା କେଦାରନାଥ ଯାତ୍ରା
ହସ୍ପିଟାଲରୁ ଡିସଚାର୍ଜ ହେଲେ ନବୀନ ପଟ୍ଟନାୟକ
ପ୍ରକାଶ ପାଇଲା ଯୁକ୍ତ ଦୁଇ ପ୍ରଥମ ମେଧା ତାଲିକା, ଆଗରେ ରେଭେନ୍ସା
ବିଜେପି ରାଜ୍ୟ ସଭାପତି ହେବେ ମନମୋହନ, ଭରିଲେ ନାମାଙ୍କନ
ଏନକାଉଣ୍ଟରରେ ଦୁର୍ଦ୍ଦାନ୍ତ ମାଓବାଦୀ ନେତା ସୋଡ଼ି କନ୍ନା ନିହତ

ଦଶାହ ଭୋଜି ଖାଇ ୨ ମୃତ, ୩୦ଗୁରୁତର

0

ମୟୂରଭଞ୍ଜ: ମୟୂରଭଞ୍ଜ ଜିଲ୍ଲା ବଡ଼ସାହି ଥାନା ଗୁଡିଆଲବନ୍ଧ ପଞ୍ଚାୟତ ଆଲବନ୍ଧ ଗ୍ରାମ ବାଥୁଡ଼ିସାହିରେ ହଇଜା ଆତଙ୍କ। ହଇଜାରେ ଦୁଇ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ, ୩୦ରୁ ଅଧିକ ଆକ୍ରାନ୍ତ ହୋଇଛନ୍ତି। ସମସ୍ତଙ୍କୁ ବାରିପଦା ପିଆରଏମ୍‌ ମେଡିକାଲରେ ଭର୍ତ୍ତି କରାଯାଇଛି ।
ଖବର ମୁତାବକ, ଆଲବନ୍ଧ ଗ୍ରାମ ବାଥୁଡ଼ିସାହିରେ ଏକ ଦଶାହ ଭୋଜି ଅନୁଷ୍ଠିତ ହୋଇଥିଲା। ଏହାକୁ ଖାଇବା ପରେ ଗ୍ରାମର ଅଧିକାଂଶ ଲୋକେ ହଇଜାରେ ପୀଡ଼ିତ ହୋଇଥିଲେ।

ଏହି ଘଟଣାରେ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଏକ ଟିମ୍‌ ଉକ୍ତ ଗ୍ରାମକୁ ଯାଇ ସ୍ଥିତି ପରଖିବା ସହ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିଛନ୍ତି। ଏନେଇ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ଅଭୟ କୁମାର ଦାଶ ପ୍ରକାଶ କରିଛନ୍ତି।

Leave A Reply

Your email address will not be published.