ପ୍ରମୁଖ ଖବର

ମହିଳା କବାଡିରେ ଭାରତକୁ ସ୍ୱର୍ଣ୍ଣ
ନାଗାଲାଣ୍ଡରେ ବିଷାକ୍ତ ମଦ ନେଲା ୧୯ ଜୀବନ
ପାରାଦୀପକୁ ମିଳିଲା ମେଗା ବନ୍ଦର ମାନ୍ୟତା
ଆଇଆଇଟି ଛାତ୍ର ମୃତ୍ୟୁ ଘଟଣା: ଡିନ୍‌ ପଦରୁ ନିଲମ୍ବିତ ପ୍ରଫେସର ସୂର୍ଯ୍ୟନାରାୟଣ ଡୁଲ୍ଲା
୭୦୦ ଗ୍ରାମ୍‌ ଓଜନ ପାଇଁ ଅଟକିଲା ଗୋଲ୍ଡ ସ୍ୱପ୍ନ, ସୁଚିକାଙ୍କୁ ଏସିଆନ୍ ଗେମ୍ସରେ ବ୍ରୋଞ୍ଜ
ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କୁ ହତ୍ୟା ଧମକ
୩.୩୫ କେଜି ହେରୋଇନ୍‌ ସହ ପଞ୍ଜାବ ପୁଲିସ୍‌ ଇନ୍‌ସପେକ୍ଟର ଗିରଫ
ଓଡ଼ିଶାରେ ବେଦାନ୍ତର ୧ ଲକ୍ଷ କୋଟି ନିବେଶ ଯୋଜନା, ଢେଙ୍କାନାଳରେ ହେବ ସ୍ମେଲ୍ଟର ପ୍ଲାଣ୍ଟ
ପାକିସ୍ତାନରେ ଭୟଙ୍କର ଆତ୍ମଘାତୀ ବିସ୍ଫୋରଣ, ୧୧ ମୃତ; ୩୦ ଆହତ
ପାକିସ୍ତାନରେ ଭୟଙ୍କର ଆତ୍ମଘାତୀ ବିସ୍ଫୋରଣ, ୧୧ ମୃତ; ୩୦ ଆହତ

ମେଜର ଓ ବାନ୍ଧବୀଙ୍କୁ ମାଡ଼ ଘଟଣାରେ ୭ ଜଣଙ୍କୁ ଧରିଲା କମିଶନରେଟ୍‌ ପୋଲିସ

0

ଭୁବନେଶ୍ବର: ଭରତପୁର ଥାନାରେ ମେଜର ଓ ବାନ୍ଧବୀଙ୍କୁ ମାଡ଼ ଘଟଣା। ୭ ଜଣ ରୋଡ୍‌ ରୋମିଓଙ୍କୁ ଧରିଲା କମିଶନରେଟ୍‌ ପୋଲିସ। ସିସିଟିଭି ଆଧାରରେ ୭ ଜଣଙ୍କୁ ରୋଡ ରୋମିଓଙ୍କୁ ଧରିଲା କମିଶନରେଟ ପୋଲିସ । ଧରାପଡ଼ିଥିବା ୭ ଜଣଙ୍କୁ ଚନ୍ଦକା ଥାନାକୁ ନେଇ ପଚରାଉଚରା କରୁଛି କମିଶନରେଟ ପୋଲିସ।

ଅନ୍ୟପଟେ ଉକ୍ତ ଘଟଣାରେ ହାଇକୋର୍ଟ ମୁଖ୍ୟ ବିଚାରପତିଙ୍କୁ ଚିଠି ଲେଖିଛନ୍ତି ସେନା ଅଧିକାରୀ। ସେନା କମାଣ୍ଡର ଲେଫ୍ଟନାଣ୍ଟ ଜେନେରାଲ ପି.ଏସ୍‌ ଶେଖାୱତ୍‌ ହାଇକୋର୍ଟ ମୁଖ୍ୟ ବିଚାରପତିଙ୍କୁ ଚିଠି ଲେଖିଛନ୍ତି। ଥାନାକୁ ସୁରକ୍ଷା ମାଗିବାକୁ ଯାଇଥିବା ସେନାଧିକାରୀଙ୍କୁ ପୋଲିସ ପିଟିଛି। ସେନା ମେଜର ଓ ତାଙ୍କ ବାନ୍ଧବୀଙ୍କୁ ପୋଲିସ ନିର୍ଯାତନା ଦେଇଛି। ବାନ୍ଧବୀଙ୍କୁ ଯୌନ ନିର୍ଯାତନା ସହ ସେନାଧିକାରୀଙ୍କୁ ହାଜତରେ ପୂରାଇଛନ୍ତି। ଏହି ମାମଲାକୁ ଗୁରୁତ୍ୱର ସହ ନେଇ ଏଥିରେ ହସ୍ତକ୍ଷେପ କରିବାକୁ ନିବେଦନ କରିଛନ୍ତି ସେନା କମାଣ୍ଡର ଲେଫ୍ଟନାଣ୍ଟ ଜେନେରାଲ ପି.ଏସ୍‌ ଶେଖାୱତ୍‌।

ସୂଚନାଯୋଗ୍ୟ ଯେ, ଗତ ୧୫ ତାରିଖ ରାତି ୧ଟାରେ ରେଷ୍ଟୁରାଣ୍ଟ ବନ୍ଦ କରି ମେଜର ଏବଂ ତାଙ୍କ ବାନ୍ଧବୀ ଫେରୁଥିବା ବେଳେ କିଛି ଯୁବକ ସେମାନଙ୍କୁ ଦୁର୍ବ୍ୟବହାର କରିଥିଲେ। ଏନେଇ ମେଜର ଓ ତାଙ୍କ ବାନ୍ଧବୀ ଭରତପୁର ଥାନାକୁ ଅଭିଯୋଗ କରିବାକୁ ଯାଇଥିଲେ। କିନ୍ତୁ ସେମାନେ ଏତଲା ନ ରଖି ମେଜର ଏବଂ ତାଙ୍କ ବାନ୍ଧବୀଙ୍କୁ ମାଡ ମାରିବା ସହ ଦୁର୍ବ୍ୟବହାର କରିଥିଲେ।

Leave A Reply

Your email address will not be published.