ପ୍ରମୁଖ ଖବର

ଅଟଳ ବସ୍‌ଷ୍ଟାଣ୍ଡର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଦୁର୍ଘଟଣା ରୋକିବାକୁ ‘୪-ଇ’ ପାଳନ କରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ
ଏମ୍ସରେ ଭର୍ତ୍ତିହେଲେ ପୂର୍ବତ୍ତନ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼
ସୋଲାନରେ ଭୟଙ୍କର ଅଗ୍ନିକାଣ୍ଡ: ୮ ବର୍ଷର ଶିଶୁ ମୃତ, ୯ ଆହତ
ନିର୍ମାଣ ହେବ ନୂଆ ବିଧାନସଭା ଓ ଲୋକସେବା ଭବନ

ଡିଜିଟାଲ ମୋଡରେ ୫ ହଜାର ସୁଭଦ୍ରା ଟଙ୍କା ଖର୍ଚ୍ଚ କଲେ ମିଳିବ ଆଉ ୫୦୦

0

ଭୁବନେଶ୍ବର: ସୁଭଦ୍ରାକୁ ନେଇ ଅନେକ ଗୁଜବ ସୃଷ୍ଟି କରାଯାଉଛି, ଭ୍ରମିତ ହୁଅନ୍ତୁନି। ବ୍ୟାଙ୍କରୁ ଟଙ୍କା ନ ଉଠାଇଲେ ସରକାର ନେଇଯିବା ନେଇ ଗୁଜବ କରାଯାଉଛି। ବାସ୍ତବରେ ସେଭଳି କିଛି ନାହିଁ, ଏଭଳି ମିଥ୍ୟା ପ୍ରଚାର ଶୁଣନ୍ତୁନି ବୋଲି କହିଛନ୍ତି ଉପମୁଖ୍ୟମନ୍ତ୍ରୀ। ଯେଉଁମାନେ ଟଙ୍କା ପାଇଛନ୍ତି, ସେ ଟଙ୍କା ତାଙ୍କର, ଖର୍ଚ୍ଚ କରିପାରିବେ। ସୁଭଦ୍ରାକୁ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ବଡ଼ ଘୋଷଣା କରିଛନ୍ତି। ଡିଜିଟାଲ ମୋଡରେ ଖର୍ଚ୍ଚକରି ଅଧିକ ୫୦୦ ଟଙ୍କା ଲାଭବାନ ହୁଅନ୍ତୁ ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି।

ସେପ୍ଟେମ୍ବର ୧୭ରେ ନିଜ ଜନ୍ମଦିନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶାରେ ଜନତା ମଇଦାନରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିଛନ୍ତି । ଏହି ଅବସରରେ ମହିଳାଙ୍କ ଆକାଉଣ୍ଟକୁ ୫ ହଜାର ଟଙ୍କା ଯାଇଛି। ଓଡ଼ିଶାର ପ୍ରାୟ ୨୫ ଲକ୍ଷ ୧୧ ହଜାର ହିତାଧିକାରୀଙ୍କ ଖାତାକୁ ଯାଇଛି ସୁଭଦ୍ରା ଟଙ୍କା। ହେଲେ ଅଧିକାଂଶ ମହିଳାଙ୍କ ଖାତାକୁ ସୁଭଦ୍ରା ଟଙ୍କା ଯାଇନାହିଁ। ଯାହାକୁ ନେଇ ସେମାନେ ଦ୍ୱନ୍ଦ୍ୱରେ ହିତାଧିକାରୀ। ତେବେ ଯେଉଁମାନଙ୍କୁ ମିଳିନାହିଁ ସେମାନଙ୍କୁ ଖୁବ୍‌ଶୀଘ୍ର ମିଳିବ ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି।

ପୂର୍ବରୁ ଉପମୁଖ୍ୟମନ୍ତ୍ରୀ ଦେଇଥିବା ସୂଚନା ଅନୁସାରେ, ୧୭ ତାରିଖ ପରେ ଆବେଦନ କରୁଥିବା ମହିଳାମାନଙ୍କୁ ସୁଭଦ୍ରା ଯୋଜନାର ଲାଭ ନିଶ୍ଚିତ ଭାବେ ମିଳିବ । ସୁଭଦ୍ରା ଟଙ୍କା ପାଇଁ ଆବେଦନ କରିବାକ ର୍ନିଦ୍ଧିଷ୍ଟ କୌଣସି ସମୟ ସୀମା ନାହିଁ । ଜଣେ ଚାହିଁଲେ ବର୍ତ୍ତମାନ ମଧ୍ୟ ରେଜିଷ୍ଟ୍ରେସନ କରିପାରିବ।ଏଥିରୁ ବଞ୍ଚିତ ହେବେ ନାହିଁ ବୋଲି ଉପମୁଖ୍ୟମନ୍ତ୍ରୀ ସ୍ପଷ୍ଟ କରିଥିଲେ ।

Leave A Reply

Your email address will not be published.