ପ୍ରମୁଖ ଖବର

କନିଷ୍ଠ ଶିକ୍ଷକଙ୍କ ଦରମା ବଢ଼ିଲା, ମାସିକ ଦରମା ୪, ୯୦୦ ଟଙ୍କା ବୃଦ୍ଧି କଲେ ସରକାର
ଶ୍ରୀମନ୍ଦିରରେ ଜୈବିକ ଚାଉଳରେ ପ୍ରସ୍ତୁତ ହେବ ମହାପ୍ରସାଦ
ଅଯୋଧ୍ୟା ରାମ ମନ୍ଦିରର ପ୍ରଧାନ ପୂଜକ ଆଚାର୍ଯ୍ୟ ସତ୍ୟୈନ୍ଦ୍ର ଦାସଙ୍କ ପରଲୋକ
ପ୍ରଧାନମନ୍ତ୍ରୀ ମୋଦୀଙ୍କ ବିମାନ ଉପରେ ଆତଙ୍କବାଦୀ ଆକ୍ରମଣ ଧମକ
ଡିଜିଟାଲାଇଜ୍ ହେଲା ବିଧାନସଭା, ଟ୍ୟାବରୁ ପଢ଼ିବେ ବିଧାୟକ
ଶିଖ୍‌ ଦଙ୍ଗା ଘଟଣାରେ ସଜ୍ଜନ କୁମାର ଦୋଷୀ ସାବ୍ୟସ୍ତ
କାଠଯୋଡି ନଦୀ କୂଳରୁ ଯୁକ୍ତ ୨ ଛାତ୍ରଙ୍କ ମୃତଦେହ ଉଦ୍ଧାର
୧୮ରୁ +୨ ପରୀକ୍ଷା ଆରମ୍ଭ , ହବକୁ ଗଲା ପ୍ରଶ୍ନପତ୍ର

ଡିଜିଟାଲ ମୋଡରେ ୫ ହଜାର ସୁଭଦ୍ରା ଟଙ୍କା ଖର୍ଚ୍ଚ କଲେ ମିଳିବ ଆଉ ୫୦୦

0

ଭୁବନେଶ୍ବର: ସୁଭଦ୍ରାକୁ ନେଇ ଅନେକ ଗୁଜବ ସୃଷ୍ଟି କରାଯାଉଛି, ଭ୍ରମିତ ହୁଅନ୍ତୁନି। ବ୍ୟାଙ୍କରୁ ଟଙ୍କା ନ ଉଠାଇଲେ ସରକାର ନେଇଯିବା ନେଇ ଗୁଜବ କରାଯାଉଛି। ବାସ୍ତବରେ ସେଭଳି କିଛି ନାହିଁ, ଏଭଳି ମିଥ୍ୟା ପ୍ରଚାର ଶୁଣନ୍ତୁନି ବୋଲି କହିଛନ୍ତି ଉପମୁଖ୍ୟମନ୍ତ୍ରୀ। ଯେଉଁମାନେ ଟଙ୍କା ପାଇଛନ୍ତି, ସେ ଟଙ୍କା ତାଙ୍କର, ଖର୍ଚ୍ଚ କରିପାରିବେ। ସୁଭଦ୍ରାକୁ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ବଡ଼ ଘୋଷଣା କରିଛନ୍ତି। ଡିଜିଟାଲ ମୋଡରେ ଖର୍ଚ୍ଚକରି ଅଧିକ ୫୦୦ ଟଙ୍କା ଲାଭବାନ ହୁଅନ୍ତୁ ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି।

ସେପ୍ଟେମ୍ବର ୧୭ରେ ନିଜ ଜନ୍ମଦିନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶାରେ ଜନତା ମଇଦାନରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିଛନ୍ତି । ଏହି ଅବସରରେ ମହିଳାଙ୍କ ଆକାଉଣ୍ଟକୁ ୫ ହଜାର ଟଙ୍କା ଯାଇଛି। ଓଡ଼ିଶାର ପ୍ରାୟ ୨୫ ଲକ୍ଷ ୧୧ ହଜାର ହିତାଧିକାରୀଙ୍କ ଖାତାକୁ ଯାଇଛି ସୁଭଦ୍ରା ଟଙ୍କା। ହେଲେ ଅଧିକାଂଶ ମହିଳାଙ୍କ ଖାତାକୁ ସୁଭଦ୍ରା ଟଙ୍କା ଯାଇନାହିଁ। ଯାହାକୁ ନେଇ ସେମାନେ ଦ୍ୱନ୍ଦ୍ୱରେ ହିତାଧିକାରୀ। ତେବେ ଯେଉଁମାନଙ୍କୁ ମିଳିନାହିଁ ସେମାନଙ୍କୁ ଖୁବ୍‌ଶୀଘ୍ର ମିଳିବ ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି।

ପୂର୍ବରୁ ଉପମୁଖ୍ୟମନ୍ତ୍ରୀ ଦେଇଥିବା ସୂଚନା ଅନୁସାରେ, ୧୭ ତାରିଖ ପରେ ଆବେଦନ କରୁଥିବା ମହିଳାମାନଙ୍କୁ ସୁଭଦ୍ରା ଯୋଜନାର ଲାଭ ନିଶ୍ଚିତ ଭାବେ ମିଳିବ । ସୁଭଦ୍ରା ଟଙ୍କା ପାଇଁ ଆବେଦନ କରିବାକ ର୍ନିଦ୍ଧିଷ୍ଟ କୌଣସି ସମୟ ସୀମା ନାହିଁ । ଜଣେ ଚାହିଁଲେ ବର୍ତ୍ତମାନ ମଧ୍ୟ ରେଜିଷ୍ଟ୍ରେସନ କରିପାରିବ।ଏଥିରୁ ବଞ୍ଚିତ ହେବେ ନାହିଁ ବୋଲି ଉପମୁଖ୍ୟମନ୍ତ୍ରୀ ସ୍ପଷ୍ଟ କରିଥିଲେ ।

Leave A Reply

Your email address will not be published.