ପ୍ରମୁଖ ଖବର

କଂଗ୍ରେସ ନିଜ ବିଫଳତା ପାଇଁ ଦେଶକୁ ବଦନାମ କରୁଛି : ମୋଦୀ
ସଡ଼କ ଦୁର୍ଘଟଣାରେ ଓଡ଼ିଶାର ଦୁଇ ପ୍ରତିଭାବାନ ଯୁବ ଆଥଲେଟ୍‌ଙ୍କ ମୃତ୍ୟୁ
ଡ୍ରାଇଭିଂ ଲାଇସେନ୍ସ ପାଇଁ ୭୫% ନମ୍ବର ବାଧ୍ୟତାମୂଳକ କରିବାକୁ ପ୍ରସ୍ତାବ
ସାଉଦି ଏୟାରପୋର୍ଟରେ ମିସାଇଲ ମାଡ଼, ଜଣେ ଭାରତୀୟଙ୍କ ସମେତ ୨ ମୃତ
ଛତିଶଗଡ଼ରେ ଭୟଙ୍କର ବସ୍‌ ଦୁର୍ଘଟଣା, ୬ ମୃତ; ୩୦ରୁ ଅଧିକ ଆହତ
ଏସିଆନ୍ ପାରା ଗେମ୍ସରେ ଚମକିଲେ ଓଡ଼ିଆ ଝିଅ ଜୟନ୍ତୀ, ଜିତିଲେ ରୌପ୍ୟ
ଏବେ ଟ୍ରେନ୍‌ରେ ବସି ଅର୍ଡର କରିପାରିବେ ଆବଶ୍ୟକ ସାମଗ୍ରୀ, ବ୍ଲିଙ୍କିଟ୍‌ ସହ ରେଳବାଇର ସହଭାଗିତା
ଉତ୍ତରପ୍ରଦେଶରେ ଭାଜପାକୁ ଝଟ୍‌କା, ଦଳ ଛାଡ଼ିଲେ ପୂର୍ବତନ ବିଧାୟକ

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଆତିଶୀ

0

ନୂଆଦିଲ୍ଲୀ: ଦିଲ୍ଲୀର ମୁଖ୍ୟମନ୍ତ୍ରୀ ହେଲେ ଆତିଶୀ ମାର୍ଲେନ। ଦିଲ୍ଲୀର ତୃତୀୟ ମହିଳା ମୁଖ୍ୟମନ୍ତ୍ରୀ ତଥା ସର୍ବକନିଷ୍ଠ ମୁଖ୍ୟମନ୍ତ୍ରୀ ଭାବେ ଆତିଶୀ ଶନିବାର ଶପଥ ଗ୍ରହଣ କରିଛନ୍ତି। ଅରବିନ୍ଦ କେଜରିଓ୍ବାଲ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ପରେ ଆତିଶୀଙ୍କ ନାମରେ ମୁଖ୍ୟମନ୍ତ୍ରୀ ହେବାର ମୋହର ବାଜିଥିଲା।
ସୂଚନାଯୋଗ୍ୟ, ଆମ ଆଦମୀ ପାର୍ଟି ନେତା ଆତିଶୀ ଶନିବାର ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି। ସେ ଦିଲ୍ଲୀର ଅଷ୍ଟମ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ । ରାଜ ନିବାସ ଠାରେ ଆୟୋଜିତ ଏକ ନିରାଡମ୍ବର କାର୍ଯ୍ୟକ୍ରମରେ ଦିଲ୍ଲୀ ଉପ ରାଜ୍ୟପାଳ ବିନୟ କୁମାର ସାକ୍ସେନା ଆତିଶୀଙ୍କୁ ଶପଥ ଗ୍ରହଣ କରାଇଥିଲେ ଏବଂ ଏହାସହ ସେ ଦିଲ୍ଲୀର ତୃତୀୟ ତଥା କନିଷ୍ଠ ମହିଳା ମୁଖ୍ୟମନ୍ତ୍ରୀ ହୋଇଛନ୍ତି।

ତାଙ୍କ ସହ କ୍ୟାବିନେଟର ଅନ୍ୟ ପାଞ୍ଚ ଜଣ ମନ୍ତ୍ରୀ ମଧ୍ୟ ଶପଥ ନେଇଛନ୍ତି। ଉପରାଜ୍ୟପାଳ ବିନୟ କୁମାର ସକ୍ସେନା ମୁଖ୍ୟମନ୍ତ୍ରୀଙ୍କ ସମେତ କ୍ୟାବିନେଟ ମନ୍ତ୍ରୀଙ୍କୁ ପଦ ଓ ଗୋପନୀୟତାର ଶପଥପାଠ କରାଇଛନ୍ତି। ତାଙ୍କ ସହ ଏଏପି ବିଧାୟକ ଗୋପାଳ ରାୟ, ସୌରଭ ଭରଦ୍ୱାଜ, କୌଲାଶ ଗେହଲୋଟ, ଇମ୍ରାନ ହୁସେନ ଏବଂ ମୁକେଶ ଅହଲୱାଟ ମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି। ସୁଲତାନପୁର ମଜରା ବିଧାୟକ ମୁକେଶ ଅହଲୱାଟ ପ୍ରଥମ ଥର ପାଇଁ ଦିଲ୍ଲୀ ସରକାରରେ ମନ୍ତ୍ରୀ ହୋଇଛନ୍ତି। ଯେଉଁଠାରେ ଗୋପାଳ ରାୟ, ସୌରଭ ଭରଦ୍ୱାଜ, କୌଲାଶ ଗେହଲୋଟ, ଇମ୍ରାନ ହୁସେନ ମଧ୍ୟ ଅରବିନ୍ଦ କେଜରିୱାଲ ସରକାରରେ କ୍ୟାବିନେଟ ମନ୍ତ୍ରୀ ଥିଲେ।

ଏହାପୂର୍ବରୁ ସେପ୍ଟେମ୍ବର ୧୭ରେ ଅରବିନ୍ଦ କେଜରିୱାଲ ଏକ୍ସାଇଜ ନୀତି ସହ ଜଡିତ ଏକ ମାମଲାରେ ତିହାର ଜେଲରୁ ଜାମିନ ନାମଞ୍ଜୁର ହେବା ପରେ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିଲେ। ଏହା ପରେ ଆମ ଆଦମୀ ପାର୍ଟି ବିଧାୟକ ଦଳର ବୈଠକରେ ଆତିଶୀ ସର୍ବସମ୍ମତି କ୍ରମେ ବିଧାୟକ ଦଳର ନେତା ଭାବରେ ନିର୍ବାଚିତ ହୋଇଥିଲେ।

Leave A Reply

Your email address will not be published.