ପ୍ରମୁଖ ଖବର

ଓଡିଶା, ଗୁଜୁରାଟ, ସୌରାଷ୍ଟ୍ର, ପଶ୍ଚିମ ମଧ୍ୟପ୍ରଦେଶ, ମଧ୍ୟ ମହାରାଷ୍ଟ୍ର ଏବଂ କୋଙ୍କନ ଅତ୍ୟନ୍ତ ଭାରି ବର୍ଷା ସମ୍ଭାବନା
୨୦ସେମିରୁ ଅଧିକ ବର୍ଷା ସମ୍ଭାବନା ନେଇ ରେଡ ଓ୍ବାର୍ଣ୍ଣିଂ ଜାରି
ସକ୍ରିୟ ସ୍ପଷ୍ଟ-ଚିହ୍ନିତ ଲଘୁଚାପ କ୍ଷେତ୍ର ପ୍ରଭାବରେ କରାଯାଇଛି ବଡ଼ ବର୍ଷାର ପୂର୍ବାନୁମାନ
୮ ଯାଏଁ ବର୍ଷା: ୯ ଜିଲ୍ଲାକୁ ରେଡ୍‌ ଆଲର୍ଟ, ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡ଼ିଶାକୁ ବିପଦ
ଓମ୍‌ସା ସହିତ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବୈଠକ ପରେ ନିଷ୍ପତ୍ତି; ଡାକ୍ତର ଆନ୍ଦୋଳନ ସ୍ଥଗିତ
ଭୁବନେଶ୍ୱର ବାଣୀବିହାର ଅଞ୍ଚଳରେ ଡ୍ରେନ୍‌ରେ ଭାସି ଯାଇ ଯୁବକ ନିଖୋଜ
ଚଳଚ୍ଚିତ୍ର ଓ ଓଟିଟି କଣ୍ଟେଣ୍ଟ ପାଇରେସି ଉପରେ କଟକଣା ଲଗାଇବାକୁ ଟେଲିଗ୍ରାମକୁ ନିର୍ଦ୍ଦେଶ
ମମତାଙ୍କୁ ଝଟକା: ବରିଷ୍ଠ ନେତ୍ରୀ ଚନ୍ଦ୍ରିମା ଭଟ୍ଟାଚାର୍ଯ୍ୟ ତୃଣମୂଳର ରାଜ୍ୟ ସଭାପତି ପଦ ସମେତ ଦଳର ସମସ୍ତ ପଦବୀରୁ ଦେଲେ ଇସ୍ତଫା
ଅଧିକ ଦାମ ନେଲେ ଫାର୍ମା କମ୍ପାନୀଙ୍କ ବିରୋଧରେ କଡ଼ା ଆକ୍ସନ
ଥାନା କ୍ୱାର୍ଟର୍ସରୁ ମହିଳା ଆଇଆଇସିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ସେ ଆତ୍ମହତ୍ୟା କରିଥିବା ସୂଚନା ମିଳୁଛି
ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଯାଇଛି
ମୁଖ୍ୟମନ୍ତ୍ରୀ ବିଜୟଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଡିଏମକେ ବିଧାୟକ ଅନିତା ରାଧାକୃଷ୍ଣନ ଗିରଫ
ରାଜଧାନୀ ବୁଦ୍ଧବିହାର ରାସ୍ତାରେ ଗୋଷ୍ଠୀ ସଂଘର୍ଷ ମାମଲାରେ ବଡ଼ କାର୍ଯ୍ୟାନୁଷ୍ଠାନ
୧୦ ଅଭିଯୁକ୍ତଙ୍କୁ ଗିରଫ କଲା କମିସନରେଟ୍ ପୁଲିସ
ଶୁକ୍ରବାର ରାତିରେ ଖଣ୍ଡା, ଭୁଜାଲି ବୁଲାଇବା ସହ ଟେକାପଥର ଫିଙ୍ଗାଫିଙ୍ଗି ହୋଇଥିଲେ
ରଥଯାତ୍ରାଙ୍କୁ ଶୃଙ୍ଖଳିତ କରିବା ପାଇଁ ବରିଷ୍ଠ ପୁଲିସ ଅଧିକାରୀଙ୍କ ସହିତ ଡିଜିଙ୍କ ସ୍ଥିତି ସମୀକ୍ଷା
ଏଥର ମୁତୟନ ହେବେ ୧୨ହଜାର ପୁଲିସ
୩୦୦୦ ହୋମ୍‌ଗାର୍ଡଙ୍କୁ ମଧ୍ୟ ରଥଯାତ୍ରା ସମୟରେ ମୁତୟନ କରାଯିବ

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଆତିଶୀ

0

ନୂଆଦିଲ୍ଲୀ: ଦିଲ୍ଲୀର ମୁଖ୍ୟମନ୍ତ୍ରୀ ହେଲେ ଆତିଶୀ ମାର୍ଲେନ। ଦିଲ୍ଲୀର ତୃତୀୟ ମହିଳା ମୁଖ୍ୟମନ୍ତ୍ରୀ ତଥା ସର୍ବକନିଷ୍ଠ ମୁଖ୍ୟମନ୍ତ୍ରୀ ଭାବେ ଆତିଶୀ ଶନିବାର ଶପଥ ଗ୍ରହଣ କରିଛନ୍ତି। ଅରବିନ୍ଦ କେଜରିଓ୍ବାଲ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ପରେ ଆତିଶୀଙ୍କ ନାମରେ ମୁଖ୍ୟମନ୍ତ୍ରୀ ହେବାର ମୋହର ବାଜିଥିଲା।
ସୂଚନାଯୋଗ୍ୟ, ଆମ ଆଦମୀ ପାର୍ଟି ନେତା ଆତିଶୀ ଶନିବାର ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି। ସେ ଦିଲ୍ଲୀର ଅଷ୍ଟମ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ । ରାଜ ନିବାସ ଠାରେ ଆୟୋଜିତ ଏକ ନିରାଡମ୍ବର କାର୍ଯ୍ୟକ୍ରମରେ ଦିଲ୍ଲୀ ଉପ ରାଜ୍ୟପାଳ ବିନୟ କୁମାର ସାକ୍ସେନା ଆତିଶୀଙ୍କୁ ଶପଥ ଗ୍ରହଣ କରାଇଥିଲେ ଏବଂ ଏହାସହ ସେ ଦିଲ୍ଲୀର ତୃତୀୟ ତଥା କନିଷ୍ଠ ମହିଳା ମୁଖ୍ୟମନ୍ତ୍ରୀ ହୋଇଛନ୍ତି।

ତାଙ୍କ ସହ କ୍ୟାବିନେଟର ଅନ୍ୟ ପାଞ୍ଚ ଜଣ ମନ୍ତ୍ରୀ ମଧ୍ୟ ଶପଥ ନେଇଛନ୍ତି। ଉପରାଜ୍ୟପାଳ ବିନୟ କୁମାର ସକ୍ସେନା ମୁଖ୍ୟମନ୍ତ୍ରୀଙ୍କ ସମେତ କ୍ୟାବିନେଟ ମନ୍ତ୍ରୀଙ୍କୁ ପଦ ଓ ଗୋପନୀୟତାର ଶପଥପାଠ କରାଇଛନ୍ତି। ତାଙ୍କ ସହ ଏଏପି ବିଧାୟକ ଗୋପାଳ ରାୟ, ସୌରଭ ଭରଦ୍ୱାଜ, କୌଲାଶ ଗେହଲୋଟ, ଇମ୍ରାନ ହୁସେନ ଏବଂ ମୁକେଶ ଅହଲୱାଟ ମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି। ସୁଲତାନପୁର ମଜରା ବିଧାୟକ ମୁକେଶ ଅହଲୱାଟ ପ୍ରଥମ ଥର ପାଇଁ ଦିଲ୍ଲୀ ସରକାରରେ ମନ୍ତ୍ରୀ ହୋଇଛନ୍ତି। ଯେଉଁଠାରେ ଗୋପାଳ ରାୟ, ସୌରଭ ଭରଦ୍ୱାଜ, କୌଲାଶ ଗେହଲୋଟ, ଇମ୍ରାନ ହୁସେନ ମଧ୍ୟ ଅରବିନ୍ଦ କେଜରିୱାଲ ସରକାରରେ କ୍ୟାବିନେଟ ମନ୍ତ୍ରୀ ଥିଲେ।

ଏହାପୂର୍ବରୁ ସେପ୍ଟେମ୍ବର ୧୭ରେ ଅରବିନ୍ଦ କେଜରିୱାଲ ଏକ୍ସାଇଜ ନୀତି ସହ ଜଡିତ ଏକ ମାମଲାରେ ତିହାର ଜେଲରୁ ଜାମିନ ନାମଞ୍ଜୁର ହେବା ପରେ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିଲେ। ଏହା ପରେ ଆମ ଆଦମୀ ପାର୍ଟି ବିଧାୟକ ଦଳର ବୈଠକରେ ଆତିଶୀ ସର୍ବସମ୍ମତି କ୍ରମେ ବିଧାୟକ ଦଳର ନେତା ଭାବରେ ନିର୍ବାଚିତ ହୋଇଥିଲେ।

Leave A Reply

Your email address will not be published.