ପ୍ରମୁଖ ଖବର

କନିଷ୍ଠ ଶିକ୍ଷକଙ୍କ ଦରମା ବଢ଼ିଲା, ମାସିକ ଦରମା ୪, ୯୦୦ ଟଙ୍କା ବୃଦ୍ଧି କଲେ ସରକାର
ଶ୍ରୀମନ୍ଦିରରେ ଜୈବିକ ଚାଉଳରେ ପ୍ରସ୍ତୁତ ହେବ ମହାପ୍ରସାଦ
ଅଯୋଧ୍ୟା ରାମ ମନ୍ଦିରର ପ୍ରଧାନ ପୂଜକ ଆଚାର୍ଯ୍ୟ ସତ୍ୟୈନ୍ଦ୍ର ଦାସଙ୍କ ପରଲୋକ
ପ୍ରଧାନମନ୍ତ୍ରୀ ମୋଦୀଙ୍କ ବିମାନ ଉପରେ ଆତଙ୍କବାଦୀ ଆକ୍ରମଣ ଧମକ
ଡିଜିଟାଲାଇଜ୍ ହେଲା ବିଧାନସଭା, ଟ୍ୟାବରୁ ପଢ଼ିବେ ବିଧାୟକ
ଶିଖ୍‌ ଦଙ୍ଗା ଘଟଣାରେ ସଜ୍ଜନ କୁମାର ଦୋଷୀ ସାବ୍ୟସ୍ତ
କାଠଯୋଡି ନଦୀ କୂଳରୁ ଯୁକ୍ତ ୨ ଛାତ୍ରଙ୍କ ମୃତଦେହ ଉଦ୍ଧାର
୧୮ରୁ +୨ ପରୀକ୍ଷା ଆରମ୍ଭ , ହବକୁ ଗଲା ପ୍ରଶ୍ନପତ୍ର

ଭରତପୁର ଥାନାରେ ହୋଇଥିବା ଦୁର୍ବ୍ୟବହାର ପ୍ରତିବାଦରେ ପୋଲିସ ଉପରକୁ ଅଣ୍ଡା, ଟମାଟୋ ମାଡ଼

0

ଭୁବନେଶ୍ବର: ମେଜର ଗୁରୁବଂଶ ସିଂ ଏବଂ ତାଙ୍କ ବାନ୍ଧବୀଙ୍କୁ ଭରତପୁର ଥାନାରେ ହୋଇଥିବା ଦୁର୍ବ୍ୟବହାର ପ୍ରତିବାଦରେ ଶନିବାର କଂଗ୍ରେସ ଅଣ୍ଡା ଟମାଟୋ ମାଡ଼ କରିଛି। ମୁଖ୍ୟମନ୍ତ୍ରୀଙ୍କ ବାସଭବନ ଘେରାଉ ପାଇଁ ଯିବା ବେଳେ ଅଣ୍ଡା ଟମାଟୋ ମାଡ଼ ହୋଇଛି। ବ୍ୟାରିକେଡ କରିଥିବା ପୋଲିସ ଉପରକୁ ଅଣ୍ଡା, ଟମାଟୋ ମାଡ଼ ହୋଇଛି। ବ୍ୟାରିକେଡ ଉପରେ ଚଢ଼ି ଆଗକୁ ଯିବାକୁ କଂଗ୍ରେସ କର୍ମୀଙ୍କ ଉଦ୍ୟମ କରିଥିବା ବେଳେ ପୋଲିସ ଓ କର୍ମୀଙ୍କ ମଧ୍ୟରେ ଠେଲାପେଲା ହୋଇଛି।

ମେଜର ସିଂ ଏବଂ ବାନ୍ଧବୀଙ୍କ ଓଡିଶା ପୋଲିସ୍ ହେପାଜତରେ ନିର୍ଯାତନା ଦିଆଯାଇଥିବା ଘଟଣାରେ ଓଡ଼ିଶା ପୋଲିସ ମହାନିର୍ଦ୍ଦେଶକ(ଡିଜିପି) ୱାୟୀ.ବି ଖୁରାନିଆଙ୍କୁ ଚିଠି ଲେଖି ରିପୋର୍ଟ ମାଗିଛନ୍ତି ଜାତୀୟ ମହିଳା କମିଶନ (ଏନସିଡବ୍ଲ୍ୟୁ)। ଅଭିଯୋଗକୁ ନେଇ ଆୟୋଗ ୩ ଦିନ ମଧ୍ୟରେ ଗ୍ରହଣ କରାଯାଇଥିବା କାର୍ଯ୍ୟାନୁଷ୍ଠାନ ସମ୍ପର୍କରେ ରିପୋର୍ଟ ଦେବାକୁ କହିଛନ୍ତି ଏବଂ ଦାୟିତ୍ୱରେ ଅବହେଳା କରିଥିବା ଅଧିକାରୀଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ କହିଛନ୍ତି। ବୁଧବାର ଡିଜିପି ଭରତପୁର ଥାନା ଆଇଆଇସି ସମେତ ପାଞ୍ଚ ଜଣ ପୋଲିସକୁ ନିଲମ୍ବନ କରିଥିଲେ ଏବଂ ଏହା ସହ ଉଭୟକଙ୍କୁ ଆକ୍ରମଣ କରିଥିବା ରୋଡ ରୋମିଓଙ୍କ ବିରୋଧରେ ମାମଲା ରୁଜୁ କରିଥିଲେ।

ଏହି ଘଟଣାରେ ଗଣମାଧ୍ୟମ ଆଗରେ ମୁହଁ ଖୋଲିଛନ୍ତି ମେଜରଙ୍କ ବାନ୍ଧବୀ ଅଙ୍କିତା ପ୍ରଧାନ। ଅଙ୍କିତାଙ୍କ କହିବା ଅନୁସାରେ ”୧୫ ତାରିଖ ରାତି ୧ଟାରେ ରେଷ୍ଟୁରାଣ୍ଟ ବନ୍ଦ କରି ଗୁରୁବଂଶଙ୍କ ସହ ଫେରୁଥିଲି। ରାସ୍ତାରେ କିଛି ଦୁର୍ବୃତ୍ତ ତାଙ୍କୁ ଅଟକାଇ ହଇରାଣ କରିଥିଲେ। ସେମାନଙ୍କ ନାଁରେ ଏତଲା ଦେବାକୁ ଆମେ ଭରତପୁର ଥାନାରେ ପହଞ୍ଚିଥିଲୁ। ସେତେବେଳେ ଥାନାରେ ନାଇଟି ପିନ୍ଧିଥିବା ଅବସ୍ଥାରେ ଜଣେ ମହିଳା କନ୍‌ଷ୍ଟେବଲ ବସିଥିଲେ। ଏତଲା ରଖିବା ବଦଳରେ ଅଧିକାରୀ ଜଣକ ସେଠାରେ ଆମକୁ ଗାଳିଗୁଲଜ କରିଥିଲେ। କିଛି ସମୟ ପରେ ଜଣେ ପୁରୁଷ ଅଫିସର ଆସି ଗୁରୁବଂଶଙ୍କୁ ହାଜତରେ ପୂରାଇଦେଲେ। ମୁଁ ପ୍ରତିବାଦ କରିବାରୁ ୨ ଜଣ ମହିଳା ପୋଲିସ ମୋତେ ଘୋଷାଡ଼ି ପିଟିଲେ। ଏତିକିବେଳେ ଜଣେ ମହିଳା କନଷ୍ଟେବଲ ମୋର ଗଳା ଚିପିବାରୁ ବଞ୍ଚିବାକୁ ତାଙ୍କ ହାତ କାମୁଡ଼ି ଦେଇଥିଲି। ଏହାପରେ ସେମାନେ ମୋ ହାତ ଗୋଡ଼ ବାନ୍ଧି ଗୋଟିଏ ରୁମ୍‌ରେ ପୂରାଇଦେଲେ। ୨ ଜଣ ପୁରୁଷ ପୋଲିସ ତଳେ ପକାଇ ବିଧା ଗୋଇଠା ମାରିଥିଲେ, ଭୋର୍ ସମୟରେ ଆଇଆଇସି ପହଞ୍ଚି, ଶାରୀରିକ ଅତ୍ୟାଚାର କରିଥିଲେ।

Leave A Reply

Your email address will not be published.