ପ୍ରମୁଖ ଖବର

ଓଡିଶା, ଗୁଜୁରାଟ, ସୌରାଷ୍ଟ୍ର, ପଶ୍ଚିମ ମଧ୍ୟପ୍ରଦେଶ, ମଧ୍ୟ ମହାରାଷ୍ଟ୍ର ଏବଂ କୋଙ୍କନ ଅତ୍ୟନ୍ତ ଭାରି ବର୍ଷା ସମ୍ଭାବନା
୨୦ସେମିରୁ ଅଧିକ ବର୍ଷା ସମ୍ଭାବନା ନେଇ ରେଡ ଓ୍ବାର୍ଣ୍ଣିଂ ଜାରି
ସକ୍ରିୟ ସ୍ପଷ୍ଟ-ଚିହ୍ନିତ ଲଘୁଚାପ କ୍ଷେତ୍ର ପ୍ରଭାବରେ କରାଯାଇଛି ବଡ଼ ବର୍ଷାର ପୂର୍ବାନୁମାନ
୮ ଯାଏଁ ବର୍ଷା: ୯ ଜିଲ୍ଲାକୁ ରେଡ୍‌ ଆଲର୍ଟ, ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡ଼ିଶାକୁ ବିପଦ
ଓମ୍‌ସା ସହିତ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବୈଠକ ପରେ ନିଷ୍ପତ୍ତି; ଡାକ୍ତର ଆନ୍ଦୋଳନ ସ୍ଥଗିତ
ଭୁବନେଶ୍ୱର ବାଣୀବିହାର ଅଞ୍ଚଳରେ ଡ୍ରେନ୍‌ରେ ଭାସି ଯାଇ ଯୁବକ ନିଖୋଜ
ଚଳଚ୍ଚିତ୍ର ଓ ଓଟିଟି କଣ୍ଟେଣ୍ଟ ପାଇରେସି ଉପରେ କଟକଣା ଲଗାଇବାକୁ ଟେଲିଗ୍ରାମକୁ ନିର୍ଦ୍ଦେଶ
ମମତାଙ୍କୁ ଝଟକା: ବରିଷ୍ଠ ନେତ୍ରୀ ଚନ୍ଦ୍ରିମା ଭଟ୍ଟାଚାର୍ଯ୍ୟ ତୃଣମୂଳର ରାଜ୍ୟ ସଭାପତି ପଦ ସମେତ ଦଳର ସମସ୍ତ ପଦବୀରୁ ଦେଲେ ଇସ୍ତଫା
ଅଧିକ ଦାମ ନେଲେ ଫାର୍ମା କମ୍ପାନୀଙ୍କ ବିରୋଧରେ କଡ଼ା ଆକ୍ସନ
ଥାନା କ୍ୱାର୍ଟର୍ସରୁ ମହିଳା ଆଇଆଇସିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ସେ ଆତ୍ମହତ୍ୟା କରିଥିବା ସୂଚନା ମିଳୁଛି
ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଯାଇଛି
ମୁଖ୍ୟମନ୍ତ୍ରୀ ବିଜୟଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଡିଏମକେ ବିଧାୟକ ଅନିତା ରାଧାକୃଷ୍ଣନ ଗିରଫ
ରାଜଧାନୀ ବୁଦ୍ଧବିହାର ରାସ୍ତାରେ ଗୋଷ୍ଠୀ ସଂଘର୍ଷ ମାମଲାରେ ବଡ଼ କାର୍ଯ୍ୟାନୁଷ୍ଠାନ
୧୦ ଅଭିଯୁକ୍ତଙ୍କୁ ଗିରଫ କଲା କମିସନରେଟ୍ ପୁଲିସ
ଶୁକ୍ରବାର ରାତିରେ ଖଣ୍ଡା, ଭୁଜାଲି ବୁଲାଇବା ସହ ଟେକାପଥର ଫିଙ୍ଗାଫିଙ୍ଗି ହୋଇଥିଲେ
ରଥଯାତ୍ରାଙ୍କୁ ଶୃଙ୍ଖଳିତ କରିବା ପାଇଁ ବରିଷ୍ଠ ପୁଲିସ ଅଧିକାରୀଙ୍କ ସହିତ ଡିଜିଙ୍କ ସ୍ଥିତି ସମୀକ୍ଷା
ଏଥର ମୁତୟନ ହେବେ ୧୨ହଜାର ପୁଲିସ
୩୦୦୦ ହୋମ୍‌ଗାର୍ଡଙ୍କୁ ମଧ୍ୟ ରଥଯାତ୍ରା ସମୟରେ ମୁତୟନ କରାଯିବ

ଭରତପୁର ଥାନାରେ ହୋଇଥିବା ଦୁର୍ବ୍ୟବହାର ପ୍ରତିବାଦରେ ପୋଲିସ ଉପରକୁ ଅଣ୍ଡା, ଟମାଟୋ ମାଡ଼

0

ଭୁବନେଶ୍ବର: ମେଜର ଗୁରୁବଂଶ ସିଂ ଏବଂ ତାଙ୍କ ବାନ୍ଧବୀଙ୍କୁ ଭରତପୁର ଥାନାରେ ହୋଇଥିବା ଦୁର୍ବ୍ୟବହାର ପ୍ରତିବାଦରେ ଶନିବାର କଂଗ୍ରେସ ଅଣ୍ଡା ଟମାଟୋ ମାଡ଼ କରିଛି। ମୁଖ୍ୟମନ୍ତ୍ରୀଙ୍କ ବାସଭବନ ଘେରାଉ ପାଇଁ ଯିବା ବେଳେ ଅଣ୍ଡା ଟମାଟୋ ମାଡ଼ ହୋଇଛି। ବ୍ୟାରିକେଡ କରିଥିବା ପୋଲିସ ଉପରକୁ ଅଣ୍ଡା, ଟମାଟୋ ମାଡ଼ ହୋଇଛି। ବ୍ୟାରିକେଡ ଉପରେ ଚଢ଼ି ଆଗକୁ ଯିବାକୁ କଂଗ୍ରେସ କର୍ମୀଙ୍କ ଉଦ୍ୟମ କରିଥିବା ବେଳେ ପୋଲିସ ଓ କର୍ମୀଙ୍କ ମଧ୍ୟରେ ଠେଲାପେଲା ହୋଇଛି।

ମେଜର ସିଂ ଏବଂ ବାନ୍ଧବୀଙ୍କ ଓଡିଶା ପୋଲିସ୍ ହେପାଜତରେ ନିର୍ଯାତନା ଦିଆଯାଇଥିବା ଘଟଣାରେ ଓଡ଼ିଶା ପୋଲିସ ମହାନିର୍ଦ୍ଦେଶକ(ଡିଜିପି) ୱାୟୀ.ବି ଖୁରାନିଆଙ୍କୁ ଚିଠି ଲେଖି ରିପୋର୍ଟ ମାଗିଛନ୍ତି ଜାତୀୟ ମହିଳା କମିଶନ (ଏନସିଡବ୍ଲ୍ୟୁ)। ଅଭିଯୋଗକୁ ନେଇ ଆୟୋଗ ୩ ଦିନ ମଧ୍ୟରେ ଗ୍ରହଣ କରାଯାଇଥିବା କାର୍ଯ୍ୟାନୁଷ୍ଠାନ ସମ୍ପର୍କରେ ରିପୋର୍ଟ ଦେବାକୁ କହିଛନ୍ତି ଏବଂ ଦାୟିତ୍ୱରେ ଅବହେଳା କରିଥିବା ଅଧିକାରୀଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ କହିଛନ୍ତି। ବୁଧବାର ଡିଜିପି ଭରତପୁର ଥାନା ଆଇଆଇସି ସମେତ ପାଞ୍ଚ ଜଣ ପୋଲିସକୁ ନିଲମ୍ବନ କରିଥିଲେ ଏବଂ ଏହା ସହ ଉଭୟକଙ୍କୁ ଆକ୍ରମଣ କରିଥିବା ରୋଡ ରୋମିଓଙ୍କ ବିରୋଧରେ ମାମଲା ରୁଜୁ କରିଥିଲେ।

ଏହି ଘଟଣାରେ ଗଣମାଧ୍ୟମ ଆଗରେ ମୁହଁ ଖୋଲିଛନ୍ତି ମେଜରଙ୍କ ବାନ୍ଧବୀ ଅଙ୍କିତା ପ୍ରଧାନ। ଅଙ୍କିତାଙ୍କ କହିବା ଅନୁସାରେ ”୧୫ ତାରିଖ ରାତି ୧ଟାରେ ରେଷ୍ଟୁରାଣ୍ଟ ବନ୍ଦ କରି ଗୁରୁବଂଶଙ୍କ ସହ ଫେରୁଥିଲି। ରାସ୍ତାରେ କିଛି ଦୁର୍ବୃତ୍ତ ତାଙ୍କୁ ଅଟକାଇ ହଇରାଣ କରିଥିଲେ। ସେମାନଙ୍କ ନାଁରେ ଏତଲା ଦେବାକୁ ଆମେ ଭରତପୁର ଥାନାରେ ପହଞ୍ଚିଥିଲୁ। ସେତେବେଳେ ଥାନାରେ ନାଇଟି ପିନ୍ଧିଥିବା ଅବସ୍ଥାରେ ଜଣେ ମହିଳା କନ୍‌ଷ୍ଟେବଲ ବସିଥିଲେ। ଏତଲା ରଖିବା ବଦଳରେ ଅଧିକାରୀ ଜଣକ ସେଠାରେ ଆମକୁ ଗାଳିଗୁଲଜ କରିଥିଲେ। କିଛି ସମୟ ପରେ ଜଣେ ପୁରୁଷ ଅଫିସର ଆସି ଗୁରୁବଂଶଙ୍କୁ ହାଜତରେ ପୂରାଇଦେଲେ। ମୁଁ ପ୍ରତିବାଦ କରିବାରୁ ୨ ଜଣ ମହିଳା ପୋଲିସ ମୋତେ ଘୋଷାଡ଼ି ପିଟିଲେ। ଏତିକିବେଳେ ଜଣେ ମହିଳା କନଷ୍ଟେବଲ ମୋର ଗଳା ଚିପିବାରୁ ବଞ୍ଚିବାକୁ ତାଙ୍କ ହାତ କାମୁଡ଼ି ଦେଇଥିଲି। ଏହାପରେ ସେମାନେ ମୋ ହାତ ଗୋଡ଼ ବାନ୍ଧି ଗୋଟିଏ ରୁମ୍‌ରେ ପୂରାଇଦେଲେ। ୨ ଜଣ ପୁରୁଷ ପୋଲିସ ତଳେ ପକାଇ ବିଧା ଗୋଇଠା ମାରିଥିଲେ, ଭୋର୍ ସମୟରେ ଆଇଆଇସି ପହଞ୍ଚି, ଶାରୀରିକ ଅତ୍ୟାଚାର କରିଥିଲେ।

Leave A Reply

Your email address will not be published.