ପ୍ରମୁଖ ଖବର

୧୯ ତାରିଖରୁ ଆରମ୍ଭ ହେବ ହବିଷ୍ୟାଳୀ ପଞ୍ଜିକରଣ
ମୟୁରଭଞ୍ଜ: ୩୧ ଛାତ୍ରଛାତ୍ରୀଙ୍କୁ ମାଡ଼ ମାରିବା ଅଭିଯୋଗରେ ଶିକ୍ଷୟିତ୍ରୀ ନିଲମ୍ବିତ
ଗୁମା ଘାଟି ନିକଟରେ ତଳକୁ ଖସିଲା ବସ୍, ୮ ଯାତ୍ରୀ ଆହତ
ଶୁଭାରମ୍ଭ ହେଲା ସୁଭଦ୍ରା ଅଭିଯୋଗ ସମାଧାନ ମଡ୍ୟୁଲ
ନେପାଳରୁ ଯାଜପୁର ଫେରିଲେ ଓଡ଼ିଆ ପର୍ଯ୍ୟଟକ
ପୋଲିସ ଏନକାଉଣ୍ଟରରେ କୁଖ୍ୟାତ ମାଓବାଦୀ ନିହତ

ଘାଟିରୁ ଓଲଟିଲା ବସ, ୪ ଯବାନ ମୃତ ୨୮ ଆହତ

0

ବୁଦ୍ଧଗାମ: କଶ୍ମୀର ବୁଦ୍ଧଗାମ ଜିଲାରେ ବିଏସ୍‌ଏଫ୍‌ ଯବାନଙ୍କୁ ଧରି ଯାଉଥିବା ଏକ ବସ୍‌ ଦୁର୍ଘଟଣା ହୋଇ ଘାଟି ତଳକୁ ଖସି ପଡିଛି। ଦୁର୍ଘଟଣାରେ ୪ଜଣ ଯବାନଙ୍କ ମୃତ୍ୟୁ ଘଟିଥିବା ବେଳେ ୨୮ଜଣ ଯବାନ ଆହତ ହୋଇଥିବା ଜଣାପଡିଛି। ସ୍ଥାନୀୟ ଲୋକ ଆହତଙ୍କୁ ଉଦ୍ଧାର କରି ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରିଛନ୍ତି। ଅନ୍ୟପକ୍ଷେ ଘଟଣାସ୍ଥଳରେ ସ୍ଥାନୀୟ ପୋଲିସ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛି।

ସୂଚନା ଯୋଗ୍ୟ, ଜମ୍ମୁ-କଶ୍ମୀର ବିଧାନସଭା ନିବାଚନର ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଏକ ବସ୍‌ ଯୋଗେ ୩୬ଜଣ ଯବାନ ବୁଦ୍ଧଗାମ ଅଞ୍ଚଳକୁ ଯାଉଥିଲେ। ହେଲେ ବୁଦ୍ଧଗାମ ଜିଲା ୱାଟରହାଲର ବ୍ରେଲ୍‌ ନିକଟରେ କୌଣସି କାରଣରୁ ବସ୍‌ଟି ଭାରସାମ୍ୟ ହରାଇ ଘାଟି ତଳକୁ ଖସି ପଡିଥିଲା। ଫଳରେ ୪ଜଣ ଯବାନଙ୍କ ମୃତ୍ୟୁ ଘଟିଥିବା ବେଳେ ୨୮ଜଣ ଯବାନ ଆହତ ହୋଇଥିବା ସୂଚନା ମଳିଛି।

Leave A Reply

Your email address will not be published.