ପ୍ରମୁଖ ଖବର

ସୋଆର ୨୦ତମ ପ୍ରତିଷ୍ଠା ଦିବସରେ ବିଶ୍ୱବିଦ୍ୟାଳୟର ସଫଳତା, ଉତ୍କର୍ଷତା ଓ ଅଗ୍ରଗତିର ସ୍ମୃତିଚାରଣ
ପାଠ୍ୟପୁସ୍ତକ ତ୍ରୁଟି ମାମଲା: ଓସେପା ଅଫିସ୍‌ରେ କ୍ରାଇମବ୍ରାଞ୍ଚର ତଦନ୍ତ ଆରମ୍ଭ
ନିଟ୍‌ ପରୀକ୍ଷାରେ ବିଫଳ ପରେ ଛାତ୍ରୀଙ୍କ ଆତ୍ମହତ୍ୟା
ଜଳନ୍ଧରରୁ ୬,୬୦୦ କୋଟିରୁ ଅଧିକ ଟଙ୍କାର ପ୍ରକଳ୍ପ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ମୋଦୀ
ସରିଲା ପ୍ରଥମ ପର୍ଯ୍ୟାୟ +୨ ନାମଲେଖା; ଏବେ ବି ଖାଲି ୨.୧୮ ଲକ୍ଷ ଆସନ
ଆର୍ଯ୍ୟନ୍‌ ଓ ପାଂଶୁଲ ନିଟ୍‌-ୟୁଜି ୨୦୨୬ର ଯୁଗ୍ମ ଟପ୍ପର୍‌, ଓଡ଼ିଶାର ସାତ୍ତ୍ୱିକ ପଟ୍ଟନାୟକଙ୍କ ଅଲ୍ ଇଣ୍ଡିଆ ରାଙ୍କ ୪୦
ଶରଧାବାଲିରେ ଲାଗିଲା ତିନି ରଥ; ଆସନ୍ତାକାଲି ଆଡ଼ପ ମଣ୍ଡପ ବିଜେ କରିବେ ଚତୁର୍ଦ୍ଧା ମୂର୍ତ୍ତି

ଅଙ୍ଗନଓ୍ବାଡ଼ି କର୍ମୀଙ୍କୁ ମାଡ

0

ବାଲିଆପାଳ: ବାଲେଶ୍ୱର ଜିଲା ସିଂଲା ଥାନା ବାଲିଆପାଳ ବ୍ଲକ ଅନ୍ତର୍ଗତ ମହାପଦା ଅଙ୍ଗନଓ୍ବାଡ଼ି କେନ୍ଦ୍ର କର୍ମୀ ଉର୍ମିଳା ସାମଲଙ୍କୁ ଗଛରେ ବାନ୍ଧି ନିସ୍ତୁକ ମାଡ଼ ମାରିବାର ଭିଡିଓ ଭାଇରାଲ ହେଉଛି। ଗୁରୁତର ଅବସ୍ଥାରେ ଅଙ୍ଗନଓ୍ବାଡ଼ି କର୍ମୀଜଣକ ମେଡିକାଲରେ ଚିକିତ୍ସିତ ହେଉଥିବାବେଳେ ତାଙ୍କ ସହ କଥା ହୋଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ତାଙ୍କ ନିକଟରୁ ଘଟଣା ସମ୍ପର୍କରେ ପଚାରିବା ସହ ତାଙ୍କ ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ ପଚାରି ବୁଝିଥିଲେ। ଭଲ ଚିକିତ୍ସା ସହ ସୁରକ୍ଷାର ପ୍ରତିଶ୍ରୁତି ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ। ମେଡିକାଲରେ ଉତ୍ତମ ଚିକିତ୍ସା ଯୋଗାଇ ଦେବା ନିମନ୍ତେ ସିଡିଏମଓଙ୍କୁ ନିର୍ଦ୍ଦେଶ ଦେଇଥିବା କହିଥିବାବେଳେ ଘଟଣାର ତଦନ୍ତ ସହ ଅଭିଯୁକ୍ତଙ୍କୁ ତୁରନ୍ତ ଧରିବାକୁ ବାଲେଶ୍ୱର ଏସ୍‌ପିଙ୍କୁ ନିର୍ଦ୍ଦେଶ ଦେଇଥିବା କହିଛନ୍ତି। ପୋଲିସ ଏହି ଘଟଣାରେ ୩ ଅଭିଯୁକ୍ତ ମହିଳାଙ୍କୁ ଗିରଫ କରିଥିବା ଜଣାପଡ଼ିଛି। ତେବେ ସୁଭଦ୍ରା ଯୋଜନାରେ କାମ କରୁଥିବାରୁ ତାଙ୍କ ଉପରେ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ କରିଛନ୍ତି ଅଙ୍ଗନବାଡି କର୍ମୀ।

ସୂଚନା ଅନୁଯାୟୀ ସୁଭଦ୍ରା ଯୋଜନାରେ କାମ ନ କରିବା ଲାଗି ତଥା ଯୋଜନାକୁ ଗୁରୁତ୍ୱ ନ ଦେବା ପାଇଁ ସେମାନେ ଉର୍ମିଳାଙ୍କୁ ଧମକ ଦେଇଥିଲେ। ବିରୋଧୀ ଦଳର ସରପଞ୍ଚ ଥିବାରୁ ଏନେଇ ଉତ୍ତେଜନା ପ୍ରକାଶ ପାଇଥିଲା। କିଛି ସମୟ ପରେ ମହିଳାମାନେ ଏକଜୁଟ୍‌ ହୋଇ ଉର୍ମିଳାଙ୍କୁ ଆକ୍ରମଣ କରିଥିଲେ। ସେତିକିରେ ମନ ବୁଝି ନ ଥିଲା ଯେ ପ୍ରଥମେ ସେମାନେ ଉର୍ମିଳାଙ୍କୁ ଗୋଟିଏ ଚୌକିରେ ବାନ୍ଧି ମାଡ଼ ମାରିଥିଲେ। ପରେ ନିକଟରେ ଥିବା ଗଛରେ ତାଙ୍କୁ ବାନ୍ଧି ମାଡ଼ ମାରିଥିଲେ। ମାଡ଼ ଏମିତି ଥିଲା ଯେ ମହିଳାଙ୍କ ବେକଠାରୁ ଗୋଡ଼ ପର୍ଯ୍ୟନ୍ତ ମାଂସ ପଚି ଯିବା ଭଳି ଅବସ୍ଥା ହୋଇଥିଲା। ଘଟଣା ଜାଣିବା ପରେ ସିଡିପିଓ ପାର୍ବତୀ ମୁର୍ମୁ ଓ ସଂଘର ନେତୃମଣ୍ଡଳୀ ପହଞ୍ଚିଥିଲେ ବାଲେଶ୍ୱର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ।

Leave A Reply

Your email address will not be published.