ପ୍ରମୁଖ ଖବର

ଏକକ ଶିକ୍ଷକ ସ୍କୁଲରେ ତୁରନ୍ତ ନିଯୁକ୍ତ ହେବେ ଶିକ୍ଷକ
ଜାତୀୟ ହସ୍ତତନ୍ତ ଦିବସ: ଦୁଇ ଓଡ଼ିଆ ବୁଣାକାରଙ୍କୁ ଜାତୀୟ ସମ୍ମାନ
ରାଜପଥରୁ ହଟିବେ ଗୋରୁଗାଈ, ପ୍ରତି ୧୦୦ କିମିରେ ହେବ ଗୋଶାଳା
ରୁଷ ସହ ବାଣିଜ୍ୟ କଲେ ଲାଗିପାରେ ୧୦୦% ଶୁଳ୍କ
ଅଗଷ୍ଟ ୯ରୁ ୧୭ ଯାଏଁ ଘରେ ଘରେ ତ୍ରିରଙ୍ଗା ଅଭିଯାନ
ୟୁପିଆଇ ପେମେଣ୍ଟରେ ଲାଗିବନି ଶୁଳ୍କ, ସ୍ପଷ୍ଟ କଲେ ସରକାର
ଦିଲ୍ଲୀରେ ଅଗଷ୍ଟ ୯ରୁ ବିଜେପିର ସ୍ୱାଧୀନତା ଦିବସ ସପ୍ତାହ
ସେପ୍ଟେମ୍ବର ୧ରୁ ତାମିଲନାଡୁର ପ୍ରମୁଖ ମନ୍ଦିରରେ ମୋବାଇଲ ନିଷେଧ
ଷ୍ଟାର୍ଟଅପ୍‌ ପାଇଁ ୫ ସଂସ୍ଥା ସହ ସରକାରଙ୍କ ରଣନୀତିକ ବୁଝାମଣା
ଆଇଆଇଟି ଦିଲ୍ଲୀ ସମାବର୍ତ୍ତନରେ ‘ବିକଶିତ ଭାରତ’ ପାଇଁ ପ୍ରଧାନମନ୍ତୀ ଦେଲେ ବଡ଼ ବାର୍ତ୍ତା

୨୪ ତାରିଖ ଦିନ ଭୁବନେଶ୍ୱର ବନ୍ଦ

0

ଭୁବନେଶ୍ବର: ଭରତପୁର ଥାନାରେ ଆର୍ମି ଅଫିସର କ୍ୟାପ୍‌ଟେନ୍‌ ଗୁରୁଭନ୍ସ ସିଂ ଏବଂ ତାଙ୍କ ବାନ୍ଧବୀ ଅଙ୍କିତା ପ୍ରଧାନଙ୍କୁ ନିର୍ଯାତନା ଘଟଣାକୁ ବିବାଦ ଦିନକୁ ଦିନ ବଢି ଚାଲିଛି। ଗତ ୨୧ ତାରିଖ ଦିନ ମୁଖ୍ୟମନ୍ତ୍ରୀଙ୍କ ବାସଭବନ ଘେରାଉ କରିବା ସହିତ ପୋଲିସ ଉପରକୁ ଅଣ୍ଡା ଓ ଟମାଟୋ ମାଡ କରିଥିଲେ। ଏବେ ବିଜେଡି ଭୁବନେଶ୍ୱର ବନ୍ଦ ପାଇଁ ଡାକରା ଦେଇଛି।

୨୪ ତାରିଖ ଭୁବନେଶ୍ୱରରେ ଚଖଅଖ ବନ୍ଦ ଡାକରା। ଚାଲିବନି ଗାଡି଼ ମଟର। ଆସନ୍ତା ୨୪ରେ ୬ ଘଣ୍ଟିଆ ଭୁବନେଶର ବନ୍ଦ। ସକାଳ ୬ ରୁ ଦିନ ୧ ଟା ପର୍ଯ୍ୟନ୍ତ ବନ୍ଦ ପାଳନ କରିବ ବିଜେଡି। ଭରତପୁର ଥାନାରେ ମହିଳାଙ୍କୁ ନିର୍ଯ୍ୟାତନା ଘଟଣାକୁ ନେଇ ଭୁବନେଶ୍ୱର ବନ୍ଦ ପାଳନ କରିବ ବିଜେଡି। ସେଥିପାଇଁ ଏହି ବନ୍ଦ ଡାକରା କରାଯାଇଛି ବୋଲି କହିଛନ୍ତି ବିଜେଡି ସମନ୍ବୟ କମିଟି ଅଧ୍ୟକ୍ଷ ଦେବୀ ମିଶ୍ର। ଏଥିସହ ବିଜେଡି ସଭାପତି ନବୀନ ପଟ୍ଟନାୟକ ଏସଆଇଟି ତଦନ୍ତ ପାଇଁ କହିଛନ୍ତି।

ବିଜେଡ଼ି ନେତାଙ୍କ କହିବା ଅନୁସାରେ, ଘଟଣାକୁ ଚପାଇ ଦିଆଯାଉଛି। ୧୪ ତାରିଖରେ ଘଟଣା ଘଟିଲା। ଯଦି ସରକାର ନ ଜାଣିଥିଲେ ହାଇକୋର୍ଟରେ ଜାମିନ ଦେବା ପୂର୍ବରୁ କାହିଁକି ୪ ପୋଲିସ କର୍ମଚାରୀଙ୍କୁ ନିଲମ୍ବନ କରାଗଲା। କୋର୍ଟ ବେଲ ଦେବା ପର୍ଯ୍ୟନ୍ତ ଘଟଣା ସାମ୍ନାକୁ ଆସିନଥିଲା।

Leave A Reply

Your email address will not be published.