ପ୍ରମୁଖ ଖବର

କମନୱେଲ୍ଡ ଗେମ୍ସରେ ଇତିହାସ ରଚିଲେ ଅସ୍ମିତା ଦେ’, ଜୁଡୋରେ ଭାରତକୁ ପ୍ରଥମ ସ୍ୱର୍ଣ୍ଣ
ଉମରକୋଟ ଆଶ୍ରମ ବିଦ୍ୟାଳୟ ଛାତ୍ରୀ ମୃତ୍ୟୁ ଘଟଣା: ପ୍ରଧାନଶିକ୍ଷକ ନିଲମ୍ବିତ
୩ ମାସ ପରେ କାଲିଠୁ ଖୋଲିବ ଭିତରକନିକା
‘ପ୍ରଶ୍ନପତ୍ର ଲିକ୍ ନୁହେଁ, ମାଲ୍‌ପ୍ରାକ୍ଟିସ୍’— ସ୍ୱାସ୍ଥ୍ୟ ବିଶ୍ୱବିଦ୍ୟାଳୟ କୁଳପତି
ହୀରାକୁଦରେ ବଢୁଛି ଜଳସ୍ତର, ଖୋଲିଲା ୨୨ ଗେଟ
ରୁଷିଆ-ୟୁକ୍ରେନ ଯୁଦ୍ଧ: ମୃତ ଭାରତୀୟଙ୍କ ପରିବାରକୁ ସହାୟତା ପାଇଁ କେନ୍ଦ୍ରକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ
ଦିଲ୍ଲୀରେ ଅମିତ ଶାହ ଓ ଅଶ୍ୱିନୀ ବୈଷ୍ଣବଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
ଇ-୨୦ ପେଟ୍ରୋଲରେ ୨–୬% କମିବ ମାଇଲେଜ୍‌, କିନ୍ତୁ ଇଞ୍ଜିନ୍‌କୁ କ୍ଷତିର ପ୍ରମାଣ ନାହିଁ

ବାଂଲାଦେଶକୁ ହରାଇ ବିଜୟ ହାସଲ କଲା ଭାରତ

0

ଚେନ୍ନାଇ: ଚେନ୍ନାଇରେ ଚାଲିଥିବା ପ୍ରଥମ ଟେଷ୍ଟ ମ୍ୟାଚରେ ଭାରତ ବିଜୟୀ ହୋଇଛି।ଟେଷ୍ଟ ସିରିଜର ପ୍ରଥମ ମ୍ୟାଚରେ ଭାରତ ବାଂଲାଦେଶକୁ ୨୮୦ ରନରେ ପରାସ୍ତ କରିଛି। ଫଳରେ ୩ ମ୍ୟାଚ ବିଶିଷ୍ଟ ଶୃଙ୍ଖଳରେ ଭାରତ ୧-୦ରେ ଆଗୁଆ ହୋଇଛି।ରୋହିତ ଶର୍ମାଙ୍କ ଅଧିନାୟକତ୍ୱ ଭାରତୀୟ ଦଳ ଏହି ବିଜୟ ସହିତ ୯୨ ବର୍ଷ ପୁରୁଣା ରେକର୍ଡ ଭାଙ୍ଗିଛି।

ଏହି ଟେଷ୍ଟ ମ୍ୟାଚରେ ଭାରତ ପ୍ରଥମ ଇନିଂସରେ ୩୭୬ ରନ କରିଥିଲା। ଏହାପରେ ଦ୍ୱିତୀୟ ପାଳିରେ ବାଂଲାଦେଶ ୧୪୯ ରନ କରି ଅଲ ଆଉଟ ହୋଇ ଯାଇଥିଲା। ଦ୍ୱିତୀୟ ଇନିଂସରେ ଭାରତ ୪ ଉଇକେଟ୍‌ ହରାଇ ୨୮୭ ରନ କରି ପାଳି ଘୋଷଣା କରିବା ପରେ ବାଂଲାଦେଶ ଆଗରେ ୫୧୫ ରନର ଟାର୍ଗେଟ ରହିଥିଲା। ହେଲେ ବାଂଲାଦେଶ ୨୩୪ ରନ୍‌ କରି ଅଲଆଉଟ୍‌ ହୋଇଯାଇଛି।

ଆଜି ବାଂଲାଦେଶକୁ ପରାସ୍ତ କରି ଭାରତ ତା’ର ୧୭୯ତମ ଟେଷ୍ଟ ମ୍ୟାଚ ଜିତିଛି। ଦଳ ଏଯାଏ ୫୮୦ଟି ଟେଷ୍ଟ ମ୍ୟାଚ ଖେଳିଥିବା ବେଳେ ସେଥିରୁ ୧୭୯ଟିରେ ବିଜୟ ହାସଲ କରିଛି ଓ ୧୭୮ଟିରେ ପରାଜିତ ହୋଇଛି। ସେହିପରି ୨୨୨ଟି ମ୍ୟାଚ ଡ୍ର’ ହୋଇଥିବା ବେଳେ ଗୋଟିଏ ଟାଏ ହୋଇଛି।

Leave A Reply

Your email address will not be published.