ପ୍ରମୁଖ ଖବର

କିସ୍‍ ବିଶ୍ୱବିଦ୍ୟାଳୟର ୫ମ ସମାବର୍ତ୍ତନ
୧୦ ଶିକ୍ଷକଙ୍କ ଦରମା ବନ୍ଦ କଲେ ବିଇଓ
ଓଡ଼ିଶାରେ ଗତ ୨ ବର୍ଷରେ ୧୧,୩୩୭ ଶିଶୁ ନିଖୋଜ
୪ ନମ୍ୱର ଆମିଷ ବଜାରରୁ ହଟିବ ସମସ୍ତ ଜବରଦଖଲ
ରୋଗୀସେବାରେ ସାମିଲ ହେବ ୨୦୦ଟି ନୂଆ ୧୦୮ ଆମ୍ବୁଲାନ୍ସ
ଅନେକ ପ୍ରେରଣା ଆଣିଛି ନଭେମ୍ବର ମାସ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ବନ୍ଦ ଡାକରା ପ୍ରତ୍ୟାହାର କଲା ବିଜେଡି

0

ଭୁବନେଶ୍ବର: ବନ୍ଦ ଡାକରା ପ୍ରତ୍ୟାହାର କରି ନେଇଛି ବିଜେଡି। ଆସନ୍ତାକାଲି ଆଉ ହରତାଳ କରିବନି ବିଜେଡି। ସରକାରଙ୍କ ପକ୍ଷରୁ ବିଚାର ବିଭାଗୀୟ ତଦନ୍ତ ପାଇଁ ନିର୍ଦ୍ଦେଶ ଦିଆଯିବା ପରେ ବିଜେଡି ତାର ମଙ୍ଗଳବାର ୬ ଘଣ୍ଟିଆ ବନ୍ଦ ଡାକରା ପ୍ରତ୍ୟାହାର କରିନେଇଛି । ଏନେଇ ପ୍ରେସମିଟ୍ କରି ସୂଚନା ଦେଇଛି ବିଜେଡି।

ଏହି ଘଟଣାକୁ ନେଇ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ବିଚାର ବିଭାଗୀୟ ତଦନ୍ତ ଦାବି କରିଥିଲେ। ସରକାର ହାଇକୋର୍ଟ ଅବସରପ୍ରାପ୍ତ ବିଚାରପତି ଜଷ୍ଟିସ ଚିତ୍ତରଞ୍ଜନ ଦାଶଙ୍କ ଅଧ୍ୟକ୍ଷତାରେ ତଦନ୍ତ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି। ଉଚ୍ଚସ୍ତରୀୟ ବୈଠକ ପରେ ମୁଖ୍ୟମନ୍ତ୍ରୀ ଏହି ନିର୍ଦ୍ଦେଶ ଦେଇଛନ୍ତି। ୬୦ ଦିନ ମଧ୍ୟରେ ତଦନ୍ତ ରିପୋର୍ଟ ଆସିବ। ହାଇକୋର୍ଟଙ୍କ ତଦାରଖରେ କ୍ରାଇମବ୍ରାଞ୍ଚ ତଦନ୍ତ ତ୍ୱରାନ୍ବିତ ହେବ। ଏନେଇ ଆଜି ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ବିଜେଡି କହିଛି, ନିରପେକ୍ଷ ତଦନ୍ତ ପାଇଁ ସରକାର ରାଜି ହୋଇଥିବାରୁ ଆମେ ଆନ୍ଦୋଳନ ପ୍ରତ୍ୟାହୃତ କରିନେଉଛୁ।

Leave A Reply

Your email address will not be published.