ପ୍ରମୁଖ ଖବର

ସମ୍ବଲପୁର: ଗଣେଶ ପୂଜା ମଣ୍ଡପରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ପେଣ୍ଡାଲ
ଗୁଜରାଟ ସଚିବାଳୟ ଉଡ଼ାଇବା ଧମକ: ବିହାର, ଝାଡ଼ଖଣ୍ଡରୁ ୨ ଗିରଫ
ଓମଫେଡ୍‌ ବଜାରକୁ ଆଣିବ ପ୍ୟାକେଟ୍‌ ପାଣି ଓ ନୂଆ ଆଇସକ୍ରିମ୍
ଦିଶା ସାଲିଆନ ମୃତ୍ୟୁ ମାମଲା : ସିବିଆଇ ଏଫ୍‌ଆଇଆରରେ ଆଦିତ୍ୟ ଠାକରେ, ଡିନୋ ମୋରିଆଙ୍କ ନାଁ
ଦୁଷ୍କର୍ମ ମାମଲା: ଆତ୍ମସମର୍ପଣ କଲେ ତରୁଣ ତେଜପାଲ
ନନ୍ଦିଗ୍ରାମ ଉପନିର୍ବାଚନ ଲଢ଼ିବେନି ମମତା, ଟିଏମସି ଘୋଷଣା କଲା ପ୍ରାର୍ଥୀ

ବନ୍ଦ ଡାକରା ପ୍ରତ୍ୟାହାର କଲା ବିଜେଡି

0

ଭୁବନେଶ୍ବର: ବନ୍ଦ ଡାକରା ପ୍ରତ୍ୟାହାର କରି ନେଇଛି ବିଜେଡି। ଆସନ୍ତାକାଲି ଆଉ ହରତାଳ କରିବନି ବିଜେଡି। ସରକାରଙ୍କ ପକ୍ଷରୁ ବିଚାର ବିଭାଗୀୟ ତଦନ୍ତ ପାଇଁ ନିର୍ଦ୍ଦେଶ ଦିଆଯିବା ପରେ ବିଜେଡି ତାର ମଙ୍ଗଳବାର ୬ ଘଣ୍ଟିଆ ବନ୍ଦ ଡାକରା ପ୍ରତ୍ୟାହାର କରିନେଇଛି । ଏନେଇ ପ୍ରେସମିଟ୍ କରି ସୂଚନା ଦେଇଛି ବିଜେଡି।

ଏହି ଘଟଣାକୁ ନେଇ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ବିଚାର ବିଭାଗୀୟ ତଦନ୍ତ ଦାବି କରିଥିଲେ। ସରକାର ହାଇକୋର୍ଟ ଅବସରପ୍ରାପ୍ତ ବିଚାରପତି ଜଷ୍ଟିସ ଚିତ୍ତରଞ୍ଜନ ଦାଶଙ୍କ ଅଧ୍ୟକ୍ଷତାରେ ତଦନ୍ତ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି। ଉଚ୍ଚସ୍ତରୀୟ ବୈଠକ ପରେ ମୁଖ୍ୟମନ୍ତ୍ରୀ ଏହି ନିର୍ଦ୍ଦେଶ ଦେଇଛନ୍ତି। ୬୦ ଦିନ ମଧ୍ୟରେ ତଦନ୍ତ ରିପୋର୍ଟ ଆସିବ। ହାଇକୋର୍ଟଙ୍କ ତଦାରଖରେ କ୍ରାଇମବ୍ରାଞ୍ଚ ତଦନ୍ତ ତ୍ୱରାନ୍ବିତ ହେବ। ଏନେଇ ଆଜି ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ବିଜେଡି କହିଛି, ନିରପେକ୍ଷ ତଦନ୍ତ ପାଇଁ ସରକାର ରାଜି ହୋଇଥିବାରୁ ଆମେ ଆନ୍ଦୋଳନ ପ୍ରତ୍ୟାହୃତ କରିନେଉଛୁ।

Leave A Reply

Your email address will not be published.