ପ୍ରମୁଖ ଖବର

ବର୍ଷକୁ ୨ ଥର ହେବ ସିବିଏସଇ ଦଶମ ପରୀକ୍ଷା
ଡାଇରିଆ କଟକଣା ପରେ ଆଜିଠୁ ଯାଜପୁରରେ ଖୋଲିଲା ସ୍କୁଲ
ରାଜସ୍ୱ ସେବା ପାଇଁ ଇ-ରେଜିଷ୍ଟ୍ରେସନ ଆପ୍‌ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ
ବାହାଘର ଦିନକ ପୂର୍ବରୁ ଦୁର୍ଘଟଣାରେ ଚାଲିଗଲା ବରର ଜୀବନ
ବରିଷ୍ଠ ଅଭିନେତା ତଥା ନିର୍ଦ୍ଦେଶକ ନାରାୟଣ ପତିଙ୍କ ପରଲୋକ
ବାସହୀନଙ୍କୁ ଚିହ୍ନଟ କରିବାକୁ ସରକାରଙ୍କ ପକ୍ଷରୁ ସବୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
ଲଞ୍ଚ ହେଲା ଆକ୍ସିଅମ-୪: ମହାକାଶ ଅଭିମୁଖେ ଶୁଭାଂଶୁ

ମୁଖ୍ୟମନ୍ତ୍ରୀଙ୍କ ମୟୂରଭଞ୍ଜ ଗସ୍ତ ବାତିଲ୍

0

ଭୁବନେଶ୍ବର: ବାତିଲ୍ ହେଲା ମୁଖ୍ୟମନ୍ତ୍ରୀଙ୍କ ମୟୂରଭଞ୍ଜ ଗସ୍ତ। କେନ୍ଦୁଝରରୁ ଭୁବନେଶ୍ୱର ଫେରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ହେଲିକପ୍ଟରରେ ଯାନ୍ତ୍ରିକ ତ୍ରୁଟି କାରଣରୁ ମୁଖ୍ୟମନ୍ତ୍ରୀଙ୍କ ମୟୂରଭଞ୍ଜ ଗସ୍ତ ବାତିଲ୍ ହୋଇଛି। ଆଉ ଆଜି ମୟୁରଭଞ୍ଜ ଯିବେନି ମୁଖ୍ୟମନ୍ତ୍ରୀ।

ତେବେ କହିରଖୁଛୁ, ଆଜି ମୁଖ୍ୟମନ୍ତ୍ରୀଙ୍କର ମୟୂରଭଞ୍ଜ ଯିବା କାର୍ଯ୍ୟକ୍ରମ ରହିଥିଲା। ରାଜ୍ୟରେ ବିଜେପି ସରକାର ଗଠନ ହେବା ପରେ ପ୍ରଥମ ଥର ପାଇଁ ମୁଖ୍ୟମନ୍ତ୍ରୀ ମୟୂରଭଞ୍ଜ ଯାଇଥାନ୍ତେ। ମୟୂରଭଞ୍ଜ ଜିଲ୍ଲା ସଦର ମହକୁମା ବାରିପଦା ଛଉ ପଡ଼ିଆ ଠାରେ ଆୟୋଜିତ ବିକାଶ ମେଳାରେ ଯୋଗ ଦେଇ ଏହାର ଶୁଭ ଉଦ୍ଘାଟନ କରିବାର ଥିଲା। ଏଥିପାଇଁ ସମସ୍ତ ପ୍ରସ୍ତୁତି ମଧ୍ୟ ସରିଥିଲା।

ଏଥିପାଇଁ ମୁଖ୍ୟମନ୍ତ୍ରୀ କେନ୍ଦୁଝରରୁ ହେଲିକପ୍ଟର ଯୋଗେ ଦିନ ସାଢ଼େ ୧ଟାରେ ଅବତରଣ କରିଥାନ୍ତେ। ସେଠାରେ ଆଜି ରାତିରେ ରହି କାଲି ସକାଳେ ୮ଟା ୪୫ରେ ଭୁବନେଶ୍ୱର ଫେରିବାର ଯୋଜନା ଥିଲା ହେଲେ ତାଙ୍କ ହେଲିକପ୍ଟରରେ କୗେଣସି ଯାନ୍ତ୍ରିକ ତ୍ରୁଟି କାରଣରୁ ସେ କେନ୍ଦୁଝରରୁ ମୟୂରଭଞ୍ଜ ଯାଇପାରିନାହାନ୍ତି। ମୁଖ୍ୟମନ୍ତ୍ରୀ ସିଧା ଭୁବନେଶ୍ବର ଅଭିମୁଖେ ଯାତ୍ରା କରିବେ ବୋଲି ସୂଚନା ମିଳିଛି।

Leave A Reply

Your email address will not be published.