ପ୍ରମୁଖ ଖବର

ଓଡିଶା, ଗୁଜୁରାଟ, ସୌରାଷ୍ଟ୍ର, ପଶ୍ଚିମ ମଧ୍ୟପ୍ରଦେଶ, ମଧ୍ୟ ମହାରାଷ୍ଟ୍ର ଏବଂ କୋଙ୍କନ ଅତ୍ୟନ୍ତ ଭାରି ବର୍ଷା ସମ୍ଭାବନା
୨୦ସେମିରୁ ଅଧିକ ବର୍ଷା ସମ୍ଭାବନା ନେଇ ରେଡ ଓ୍ବାର୍ଣ୍ଣିଂ ଜାରି
ସକ୍ରିୟ ସ୍ପଷ୍ଟ-ଚିହ୍ନିତ ଲଘୁଚାପ କ୍ଷେତ୍ର ପ୍ରଭାବରେ କରାଯାଇଛି ବଡ଼ ବର୍ଷାର ପୂର୍ବାନୁମାନ
୮ ଯାଏଁ ବର୍ଷା: ୯ ଜିଲ୍ଲାକୁ ରେଡ୍‌ ଆଲର୍ଟ, ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡ଼ିଶାକୁ ବିପଦ
ଓମ୍‌ସା ସହିତ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବୈଠକ ପରେ ନିଷ୍ପତ୍ତି; ଡାକ୍ତର ଆନ୍ଦୋଳନ ସ୍ଥଗିତ
ଭୁବନେଶ୍ୱର ବାଣୀବିହାର ଅଞ୍ଚଳରେ ଡ୍ରେନ୍‌ରେ ଭାସି ଯାଇ ଯୁବକ ନିଖୋଜ
ଚଳଚ୍ଚିତ୍ର ଓ ଓଟିଟି କଣ୍ଟେଣ୍ଟ ପାଇରେସି ଉପରେ କଟକଣା ଲଗାଇବାକୁ ଟେଲିଗ୍ରାମକୁ ନିର୍ଦ୍ଦେଶ
ମମତାଙ୍କୁ ଝଟକା: ବରିଷ୍ଠ ନେତ୍ରୀ ଚନ୍ଦ୍ରିମା ଭଟ୍ଟାଚାର୍ଯ୍ୟ ତୃଣମୂଳର ରାଜ୍ୟ ସଭାପତି ପଦ ସମେତ ଦଳର ସମସ୍ତ ପଦବୀରୁ ଦେଲେ ଇସ୍ତଫା
ଅଧିକ ଦାମ ନେଲେ ଫାର୍ମା କମ୍ପାନୀଙ୍କ ବିରୋଧରେ କଡ଼ା ଆକ୍ସନ
ଥାନା କ୍ୱାର୍ଟର୍ସରୁ ମହିଳା ଆଇଆଇସିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ସେ ଆତ୍ମହତ୍ୟା କରିଥିବା ସୂଚନା ମିଳୁଛି
ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଯାଇଛି
ମୁଖ୍ୟମନ୍ତ୍ରୀ ବିଜୟଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଡିଏମକେ ବିଧାୟକ ଅନିତା ରାଧାକୃଷ୍ଣନ ଗିରଫ
ରାଜଧାନୀ ବୁଦ୍ଧବିହାର ରାସ୍ତାରେ ଗୋଷ୍ଠୀ ସଂଘର୍ଷ ମାମଲାରେ ବଡ଼ କାର୍ଯ୍ୟାନୁଷ୍ଠାନ
୧୦ ଅଭିଯୁକ୍ତଙ୍କୁ ଗିରଫ କଲା କମିସନରେଟ୍ ପୁଲିସ
ଶୁକ୍ରବାର ରାତିରେ ଖଣ୍ଡା, ଭୁଜାଲି ବୁଲାଇବା ସହ ଟେକାପଥର ଫିଙ୍ଗାଫିଙ୍ଗି ହୋଇଥିଲେ
ରଥଯାତ୍ରାଙ୍କୁ ଶୃଙ୍ଖଳିତ କରିବା ପାଇଁ ବରିଷ୍ଠ ପୁଲିସ ଅଧିକାରୀଙ୍କ ସହିତ ଡିଜିଙ୍କ ସ୍ଥିତି ସମୀକ୍ଷା
ଏଥର ମୁତୟନ ହେବେ ୧୨ହଜାର ପୁଲିସ
୩୦୦୦ ହୋମ୍‌ଗାର୍ଡଙ୍କୁ ମଧ୍ୟ ରଥଯାତ୍ରା ସମୟରେ ମୁତୟନ କରାଯିବ

ନାବାଳିକା ବଳାତ୍କାର ମାମଲାରେ ଦୋଷୀକୁ ୨୦ ବର୍ଷ ଜେଲ

0

କନ୍ଧମାଳ: କନ୍ଧମାଳ ଜିଲା ପୋକ୍ସୋ କୋର୍ଟ ସୋମବାର ଏକ ନାବାଳିକା ବଳାତ୍କାର ମାମଲାର ବିଚାର କରି ରାୟ ପ୍ରକାଶ କରିଛନ୍ତି। ନାବାଳିକା ଦୁଷ୍କର୍ମ ମାମଲାର ବିଚାର କରି ଫୁଲବାଣୀ ପୋକ୍ସୋ ଅଦାଲତ ଦୋଷୀକୁ ୨୦ ବର୍ଷ ଜେଲ ଦଣ୍ଡାଦେଶ ଦେଇଛନ୍ତି। ଏଥି ସହିତ ଦୋଷୀକୁ ୬୦ ହଜାର ଟଙ୍କାର ଜରିମାନା କରାଯାଇଛି। ଜରିମାନା ଅନାଦେୟ ଅଧିକ ୧୦ ମାସ କାରାଦଣ୍ଡ ଭୋଗିବାକୁ ପଡ଼ିବ ବୋଲି ଅଦାଲତ ରାୟ ଶୁଣାଇଛନ୍ତି। ଅଭିଯୁକ୍ତ ଜଣକ ହେଲେ ଦୋଷୀ ଜଣକ ହେଲେ କନ୍ଧମାଳ ଜିଲା ଫିରିଙ୍ଗିଆ ବ୍ଲକର ଗୋଛାପଡ଼ା ଥାନା ଅଞ୍ଚଳର ଦେବରାଜ ଦିଗାଲ(୬୧)।

ଏପରିକି ପୀଡ଼ିତାଙ୍କୁ ୬ ଲକ୍ଷ ଟଙ୍କା କ୍ଷତିପୂରଣ ଯୋଗାଇ ଦେବାକୁ କୋର୍ଟ ଜିଲା ଆଇନ ପ୍ରାଧିକରଣକୁ ନିର୍ଦ୍ଦେଶ ଦେଇଛନ୍ତି। ୨୦୨୩ ଗୋଛାପଡ଼ା ଥାନା ଅଞ୍ଚଳରେ ପୀଡ଼ିତାଙ୍କ ପରିବାର ତାଙ୍କର ବଡ଼ଝିଅ ଘରକୁ ଯାଇଥିବାବେଳ ପୀଡ଼ିତା ଏକୁଟିଆ ଥିଲେ । ଏହାର ସୁଯୋଗ ନେଇ ଅଭିଯୁକ୍ତ ପୀଡ଼ିତାଙ୍କୁ ବାହାରକୁ ଡାକିଥିଲେ ଓ ଜୋର ଜବରଦସ୍ତ ପାଟିବନ୍ଦ କରିବା ସହିତ ନିକଟସ୍ଥ ଏକ ଜଙ୍ଗଲକୁ ନେଇ ପୀଡ଼ିତାଙ୍କୁ ଦୁଷ୍କର୍ମ କରିଥିଲା। ରାତି ପ୍ରାୟ ୮ଟାରୁ ୩ଟା ପର୍ଯ୍ୟନ୍ତ ସେ ପୀଡ଼ିତାଙ୍କୁ ଜଙ୍ଗଲ ମଧ୍ୟରେ ରଖି ଦୁଷ୍କର୍ମ କରିବା ସହିତ ଏନେଇ କାହାରିକୁ କହିଲେ ଜୀବନରୁ ମାରିଦେବାକୁ ଧମକ ଦେଇଥିଲା।

ପୀଡ଼ିତାଙ୍କ ବାପା-ମାଆ ଘରକୁ ଫେରିବା ପରେ ପୀଡ଼ିତା ଜଣକ ଘଟଣା ସମ୍ପର୍କରେ ଜଣାଇଥିଲେ। ଏନେଇ ପୀଡ଼ିତାଙ୍କ ବାପା ଗୋଚପଡ଼ା ଥାନାରେ ଅଭଯୋଗ କରିଥିଲେ। ଅଭିଯୋଗକୁ ଭିତ୍ତିକରି ଗୋଚପଡ଼ା ପୋଲିସ ଏକ ମାମଲା(ନଂ.୨୬/୨୩) ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା। ତଦନ୍ତ ପରେ ପୋଲସ ଘଟାରେ ସମ୍ପୃକ୍ତ ଅଭିଯୁକ୍ତ ଦେବରାଜଙ୍କୁ ଗିରଫ କରିଥିଲା। ପରେ ମାମଲା କୋର୍ଟରେ ବିଚାର ହୋଇଥିଲା।

Leave A Reply

Your email address will not be published.