ପ୍ରମୁଖ ଖବର

କେନ୍ଦୁଝରରେ କାଳବୈଶାଖୀ ତାଣ୍ଡବ: ଭାଙ୍ଗିଲା ଟେଣ୍ଟ, ୩ ମୃତ
ଇବୋଲାକୁ ନେଇ ସତର୍କ ଭାରତ, ସମସ୍ତ ରାଜ୍ୟ ସହ କେନ୍ଦ୍ରର ସମୀକ୍ଷା ବୈଠକ
ଝାରସୁଗୁଡ଼ା ଡିଏଚଏଚରେ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ, ୩ ଗିରଫ
ପଶ୍ଚିମବଙ୍ଗର ସମସ୍ତ ମଦ୍ରାସାରେ ‘ବନ୍ଦେ ମାତରମ୍’ ଗାନ ବାଧ୍ୟତାମୂଳକ
ପାକିସ୍ତାନରେ ପୁଲୱାମା ଆକ୍ରମଣର ମାଷ୍ଟରମାଇଣ୍ଡ ହମଜା ବୁରହାନ ନିହତ
ଝିଅକୁ ହତ୍ୟା କରି ଖଣ୍ଡ ଖଣ୍ଡ କଲା ବାପା, ଟ୍ରେନରେ ଛାଡିଦେଲା ମୃତଦେହ
ପେଟ୍ରୋଲ-ଡିଜେଲ ଦର ବୃଦ୍ଧିର ପ୍ରଭାବ: ମହଙ୍ଗା ହେଲା ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀ
ରଥଯାତ୍ରା ପାଇଁ ଓଡ଼ିଶା ପୋଲିସର ବ୍ୟାପକ ପ୍ରସ୍ତୁତି, ଡିଜିପିଙ୍କ ଉଚ୍ଚସ୍ତରୀୟ ବୈଠକ

ଶିକ୍ଷାନୁଷ୍ଠାନରେ ଯୌନ ନିର୍ଯାତନା ରୋକିବାକୁ ଗଠନ ହେବ ଆଭ୍ୟନ୍ତରୀଣ ଅଭିଯୋଗ କମିଟି

0

ଭୁବନେଶ୍ବର: ଉଚ୍ଚ ଶିକ୍ଷାନୁଷ୍ଠାନକୁ ଯୌନ ନିର୍ଯାତନା ମୁକ୍ତ କରିବାକୁ ପ୍ରୟାସ ଆରମ୍ଭ କରିଛନ୍ତି ରାଜ୍ୟ ସରକାର। ଏଣିକି ସବୁ ଉଚ୍ଚ ଶିକ୍ଷା ଅନୁଷ୍ଠାନରେ ଆଭ୍ୟନ୍ତରୀଣ ଅଭିଯୋଗ କମିଟି ବା ଆଇସିସି ରହିବ। ରାଜ୍ୟର ସବୁ ସରକାରୀ ଓ ବେସରକାରୀ ବିଶ୍ୱବିଦ୍ୟାଳୟ ଓ ଡିଗ୍ରୀ କଲେଜରେ ଆଭ୍ୟନ୍ତରୀଣ ଅଭିଯୋଗ କମିଟି ଗଠନ କରିବାକୁ ଉଚ୍ଚଶିକ୍ଷା ବିଭାଗ ନିର୍ଦ୍ଦେଶ ଦେଇଛି। ବାଣୀବିହାରରେ ଛାତ୍ରୀଙ୍କୁ ଯୌନ ନିର୍ଯାତନା ପରେ ଉଚ୍ଚଶିକ୍ଷା ବିଭାଗ ଏହି ନିଷ୍ପତ୍ତି ନେଇଛନ୍ତି। ବିଶ୍ବବିଦ୍ୟାଳୟର କୁଳସଚିବ ଓ କଲେଜ ଅଧ୍ୟକ୍ଷ ମାନେ ୩୦ ତାରିଖ ସୁଦ୍ଧା ବିଭାଗକୁ ଆଇସିସି ନେଇ ଜଣାଇବେ।

ଅଗଷ୍ଟ ୧୬ ତାରିଖରେ ଅପରାହ୍ନ ୨ଟା ବେଳେ ଅର୍ଥନୀତି ବିଭାଗର ପ୍ରଫେସର ନିଜ ଚାମ୍ବରରେ ଥିବାବେଳେ ଜଣେ ଛାତ୍ରୀ ବହି ଆଣିବାକୁ ଯାଇଥିଲେ। ଏହି ସମୟରେ ପ୍ରଫେସର ବସିବା ପାଇଁ କହି ତାଙ୍କୁ ଅସଦାଚରଣ କରିଥିବା ଅଭିଯୋଗ ହୋଇଥିଲା। ଛାତ୍ରୀ ଜଣଙ୍କ ଏନେଇ ବିଶ୍ୱବିଦ୍ୟାଳୟର ସେକ୍ସୁଆଲ ହାରାସ୍‌ମେଣ୍ଟ ସେଲ୍‌ରେ ଅଭିଯୋଗ କରିଥିଲେ। ଏହାପରେ ଅର୍ଥନୀତି ବିଭାଗର ଆସୋସିଏଟ ପ୍ରଫେସରଙ୍କୁ ନିଲମ୍ବିତ କରାଯାଇଥିଲା।

Leave A Reply

Your email address will not be published.