ପ୍ରମୁଖ ଖବର

ସୋଆ ଜାଗୋ କ୍ଳବ୍ ପକ୍ଷରୁ ଶିଶୁଦିବସ ପାଳନ
ସାରା ଦେଶରେ ପ୍ରତିଷ୍ଠା ହେବ ଆଉ ୧୦୦ଟି ସୈନିକ ସ୍କୁଲ୍ : ଅମିତ ଶାହ
ପରଲୋକରେ ବଲିଉଡର ପ୍ରସିଦ୍ଧ ଅଭିନେତ୍ରୀ କାମିନୀ କୌଶଲ
କଣ୍ଠଶିଳ୍ପୀ ହ୍ୟୁମାନ ସାଗର ଅସୁସ୍ଥ
ଯୁକ୍ତ ୨ ଇଣ୍ଟରନାଲ୍‌ ପରୀକ୍ଷା ବାଧ୍ୟତାମୂଳକ, ଜାରି ହେଲା ମାର୍ଗଦର୍ଶିକା
ନୂଆପଡ଼ାର ନୂଆ ନେତା ଜୟ ଢୋଲକିଆ

ଶିକ୍ଷାନୁଷ୍ଠାନରେ ଯୌନ ନିର୍ଯାତନା ରୋକିବାକୁ ଗଠନ ହେବ ଆଭ୍ୟନ୍ତରୀଣ ଅଭିଯୋଗ କମିଟି

0

ଭୁବନେଶ୍ବର: ଉଚ୍ଚ ଶିକ୍ଷାନୁଷ୍ଠାନକୁ ଯୌନ ନିର୍ଯାତନା ମୁକ୍ତ କରିବାକୁ ପ୍ରୟାସ ଆରମ୍ଭ କରିଛନ୍ତି ରାଜ୍ୟ ସରକାର। ଏଣିକି ସବୁ ଉଚ୍ଚ ଶିକ୍ଷା ଅନୁଷ୍ଠାନରେ ଆଭ୍ୟନ୍ତରୀଣ ଅଭିଯୋଗ କମିଟି ବା ଆଇସିସି ରହିବ। ରାଜ୍ୟର ସବୁ ସରକାରୀ ଓ ବେସରକାରୀ ବିଶ୍ୱବିଦ୍ୟାଳୟ ଓ ଡିଗ୍ରୀ କଲେଜରେ ଆଭ୍ୟନ୍ତରୀଣ ଅଭିଯୋଗ କମିଟି ଗଠନ କରିବାକୁ ଉଚ୍ଚଶିକ୍ଷା ବିଭାଗ ନିର୍ଦ୍ଦେଶ ଦେଇଛି। ବାଣୀବିହାରରେ ଛାତ୍ରୀଙ୍କୁ ଯୌନ ନିର୍ଯାତନା ପରେ ଉଚ୍ଚଶିକ୍ଷା ବିଭାଗ ଏହି ନିଷ୍ପତ୍ତି ନେଇଛନ୍ତି। ବିଶ୍ବବିଦ୍ୟାଳୟର କୁଳସଚିବ ଓ କଲେଜ ଅଧ୍ୟକ୍ଷ ମାନେ ୩୦ ତାରିଖ ସୁଦ୍ଧା ବିଭାଗକୁ ଆଇସିସି ନେଇ ଜଣାଇବେ।

ଅଗଷ୍ଟ ୧୬ ତାରିଖରେ ଅପରାହ୍ନ ୨ଟା ବେଳେ ଅର୍ଥନୀତି ବିଭାଗର ପ୍ରଫେସର ନିଜ ଚାମ୍ବରରେ ଥିବାବେଳେ ଜଣେ ଛାତ୍ରୀ ବହି ଆଣିବାକୁ ଯାଇଥିଲେ। ଏହି ସମୟରେ ପ୍ରଫେସର ବସିବା ପାଇଁ କହି ତାଙ୍କୁ ଅସଦାଚରଣ କରିଥିବା ଅଭିଯୋଗ ହୋଇଥିଲା। ଛାତ୍ରୀ ଜଣଙ୍କ ଏନେଇ ବିଶ୍ୱବିଦ୍ୟାଳୟର ସେକ୍ସୁଆଲ ହାରାସ୍‌ମେଣ୍ଟ ସେଲ୍‌ରେ ଅଭିଯୋଗ କରିଥିଲେ। ଏହାପରେ ଅର୍ଥନୀତି ବିଭାଗର ଆସୋସିଏଟ ପ୍ରଫେସରଙ୍କୁ ନିଲମ୍ବିତ କରାଯାଇଥିଲା।

Leave A Reply

Your email address will not be published.