ପ୍ରମୁଖ ଖବର

ସମ୍ବଲପୁର: ଗଣେଶ ପୂଜା ମଣ୍ଡପରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ପେଣ୍ଡାଲ
ଗୁଜରାଟ ସଚିବାଳୟ ଉଡ଼ାଇବା ଧମକ: ବିହାର, ଝାଡ଼ଖଣ୍ଡରୁ ୨ ଗିରଫ
ଓମଫେଡ୍‌ ବଜାରକୁ ଆଣିବ ପ୍ୟାକେଟ୍‌ ପାଣି ଓ ନୂଆ ଆଇସକ୍ରିମ୍
ଦିଶା ସାଲିଆନ ମୃତ୍ୟୁ ମାମଲା : ସିବିଆଇ ଏଫ୍‌ଆଇଆରରେ ଆଦିତ୍ୟ ଠାକରେ, ଡିନୋ ମୋରିଆଙ୍କ ନାଁ
ଦୁଷ୍କର୍ମ ମାମଲା: ଆତ୍ମସମର୍ପଣ କଲେ ତରୁଣ ତେଜପାଲ
ନନ୍ଦିଗ୍ରାମ ଉପନିର୍ବାଚନ ଲଢ଼ିବେନି ମମତା, ଟିଏମସି ଘୋଷଣା କଲା ପ୍ରାର୍ଥୀ

ଯୁବ ଶକ୍ତିର ଦକ୍ଷତା ଆମର ଶକ୍ତି ଓ ଗୌରବ: ମୁଖ୍ୟମନ୍ତ୍ରୀ

0

ଭୁବନେଶ୍ବର: ଆଜି ଲୋକସେବା ଭବନରେ ୱାର୍ଲ୍ଡ ସ୍କିଲ କମ୍ପିଟିସନର ଭାଗନେଇଥିବା ପ୍ରତିଯୋଗୀମାନଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହି ବିଶ୍ୱସ୍ତରୀୟ ପ୍ରତିଯୋଗିତାରେ ବ୍ରୋଞ୍ଜ ପଦକ ପାଇଥିବା ଅମରେଶ ସାହୁଙ୍କୁ ମୁଖ୍ୟମନ୍ତ୍ରୀ ୨୫ ଲକ୍ଷ ଟଙ୍କା ପୁରସ୍କାର ଦେଇଥିଲେ ଏବଂ ଉତ୍କର୍ସତା ପାଇଁ ପଦକ ପାଇଥିବା ଗେଡେଲା ଅଖିଲଙ୍କୁ ୫ ଲକ୍ଷ ଟଙ୍କା ପୁରସ୍କାର ପ୍ରଦାନ କରିଥିଲେ।
ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଓଡିଶାର ପିଲାମାନଙ୍କ ଦକ୍ଷତା ବର୍ତ୍ତମାନ ବିଶ୍ୱର ଦୃଷ୍ଟିକୁ ଆସିପାରିଛି।

ଆଗାମୀ ଦିନରେ ଓଡିଶାରେ ଦକ୍ଷତା ବିକାଶକୁ ଏକ ଆନ୍ଦୋଳନରେ ପରିଣତ କରାଯିବ। ୨୦୩୬ ଓ ୨୦୪୭ କୁ ଦୃଷ୍ଟିରେ ରଖି ଏକ ବିକଶିତ ଓଡ଼ିଶା ଗଠନ ପାଇଁ ଆମର କାର୍ଯ୍ୟକ୍ରମ ପ୍ରସ୍ତୁତ ହେଉଛି। ଆମର ଏହି ବିକଶିତ ଓଡ଼ିଶାର ପ୍ରକୃତ ସାରଥୀ ହେବେ ଆମର ଏହି ଦକ୍ଷ ଯୁବ ଶକ୍ତି। ଆମ ଯୁବ ଶକ୍ତି ହିଁ ଆମ ପରିଚୟ। ସେମାନେ ଆମ ପାଇଁ ନୂଆ କ୍ରାନ୍ତି। ସେମାନେ ହିଁ ଆମ ପାଇଁ ଅଖଣ୍ଡ ବିଶ୍ୱାସର ଆଧାର ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ମୁଖ୍ୟମନ୍ତ୍ରୀ ଆହୁରି କହିଥିଲେ ଯେ, ଯୁବ ଶକ୍ତିର ଦକ୍ଷତା ଆମର ଶକ୍ତି ଓ ଗୌରବ। ଆମର ଦକ୍ଷତା ବିକାଶ କାର୍ଯ୍ୟକ୍ରମକୁ ଏକ ଆନ୍ଦୋଳନରେ ପରିଣତ କରିବାକୁ ପଡ଼ିବ। ପ୍ରତ୍ୟେକ କ୍ଷେତ୍ରରେ, ପ୍ରତ୍ୟେକ ସ୍ତରରେ ଦକ୍ଷତାର ବିକାଶ ପାଇଁ ଆମର ଉଦ୍ୟମ ଜାରି ରହିବ।

ସୂଚନାଯୋଗ୍ୟ ଯେ, ଫ୍ରାନ୍ସର ଲିଅନ୍‌ଠାରେ ସେପ୍ଟେମ୍ବର ୧୦ ରୁ ୧୫ ତାରିଖ ମଧ୍ୟରେ ଅନୁଷ୍ଠିତ ହୋଇଥିବା ୱାର୍ଲ୍ଡ ସ୍କିଲ କମ୍ପିଟେସନ୍ ରେ ଦେଶର ୬୦ ଜଣ ଭାଗ ନେଇଥିବା ବେଳେ ସେମାନଙ୍କ ମଧ୍ୟରୁ କେବଳ ଓଡ଼ିଶାରୁ ୧୫ ଜଣ ଭାଗ ନେଇଥିଲେ। ସେମାନଙ୍କ ମଧ୍ୟରୁ ଦେବଗଡ ଜିଲ୍ଲାର ଅମରେଶ ସାହୁ ଅକ୍ଷୟ ଶକ୍ତି କ୍ଷେତ୍ରରେ ବ୍ରୋଞ୍ଜ ପଦକ ହାସଲ କରିଥିବା ବେଳେ ଗଜପତି ଜିଲ୍ଲାର ଗେଡେଲା ଅଖିଲ ୱାଟର ଟେକ୍‌ନୋଲୋଜିରେ ଉତ୍କର୍ସତା ପାଇଁ ପଦକ ପାଇଛନ୍ତି।

Leave A Reply

Your email address will not be published.