ପ୍ରମୁଖ ଖବର

ଦିଲ୍ଲୀରେ କାଲି ‘ନାରୀ ଶକ୍ତି ବନ୍ଦନ ସମ୍ମେଳନ’
୩୬ ଦିନ ପରେ ଓଡ଼ିଶା ଫେରିଲେ ମେରାଇନ୍ ଅଫିସର ଅଶୋକ ଦୀକ୍ଷିତ
ସ୍ୱତନ୍ତ୍ର ସଂସଦ ଅଧିବେଶନ ପୂର୍ବରୁ ସାଂସଦଙ୍କୁ କଡ଼ା ନିର୍ଦ୍ଦେଶ :୩ ଦିନ ଗୃହରେ ଉପସ୍ଥିତ ରହିବା ବାଧ୍ୟତାମୂଳକ
ପରିବାରିକ କଳହର କରୁଣ ପରିଣତି, ମା’ଙ୍କ ହାତରେ ଦୁଇ ଶିଶୁର ମୃତ୍ୟୁ
ଅଦିନିଆ ରଥଯାତ୍ରା ନେଇ ଚିନ୍ତା: ପ୍ରଧାନମନ୍ତ୍ରୀଙ୍କୁ ଗଜପତିଙ୍କ ଚିଠି
୨୧ରେ ରାଉରକେଲା ଗସ୍ତରେ ରାଷ୍ଟ୍ରପତି
ଜମି ଦେବା ନାମରେ ଦିବ୍ୟାଙ୍ଗ ବ୍ୟକ୍ତିଙ୍କଠୁ ୯୫ ଲକ୍ଷ ଠକିନେଲେ ଆଇଏଏସ୍‌ ଅଧିକାରୀ
ପରଲୋକରେ କିମ୍ବଦନ୍ତୀ ଗାୟିକା ଆଶା ଭୋସଲେ

୧୦ମାସର ଶିଶୁକୁ ବଳାତ୍କାର

0

ଗୁଜରାଟ: ଲୋପ ପାଉଛି ମାନବିକତା।ପଶୁ ଠାରୁ ବି ହୀନ ହୋଇଯାଉଛି ମଣିଷ। ଗୁଜରାଟର ଭାରୁଚ୍‌ ଜିଲାରେ ରବିବାର ଆଉ ଏକ ଲଜ୍ଜାଜନକ ଘଟଣା ଘଟିଛି। ଭାରୁଚ୍‌ ଜିଲ୍ଲାର ପାନୋଲି ଗ୍ରାମରେ ଏକ ୧୦ମାସର ଶିଶୁକୁ ବଳାତ୍କାର କରାଯାଇଛି। ପିଲାଟି ଘର ଅଗଣାରେ ଖେଳୁଥିବାବେଳେ ଅଭିଯୁକ୍ତ ଦୀପକ କୁମାର ଲାଲବାବୁ ସିଂ ତାଙ୍କୁ ନିଜ ଘରକୁ ନେଇଯାଇ ବଳାତ୍କାର କରିଥିଲେ।
ପୋଲିସ କହିବା ଅନୁଯାୟୀ ଶିଶୁଟିର ମାଆ ଏକ ରେଷ୍ଟୁରାଣ୍ଟରେ କାମ କରନ୍ତି। ଅଭିଯୁକ୍ତ ଅନେକ ସମୟରେ ତାଙ୍କ ଘରକୁ ଯିବାଆସିବା କରୁଥିଲେ ଓ ଶିଶୁଟି ସହ ଖେଳୁଥିଲେ। ରବିବାର ଶିଶୁର କାନ୍ଦ ଶୁଣି ତାଙ୍କ ଜେଜେମା’ ଧାଇଁଯାଇଥିଲେ। ଶିଶୁଟି ରକ୍ତାକ୍ତ ହେବା ସହ ଗୁରୁତର ଆହତ ହୋଇଥିବା ଦେଖି ସ୍ଥାନୀୟ ଲୋକେ ଅଭିଯୁକ୍ତଙ୍କୁ ଧରି ପୋଲିସ ଜିମା ଦେଇଥିଲେ। ଗୁରୁତର ଅବସ୍ଥାରେ ଶିଶୁକୁ ତାଙ୍କ ମାଆ ଭାରୁଚ୍‌ ସିଭିଲ୍‌ ହସ୍ପିଟାଲରେ ଭର୍ତ୍ତି କରିଛନ୍ତି। ପୋଲିସ ପୋକ୍‌ସୋ ଆଇନ ଏବଂ ଭାରତୀୟ ନ୍ୟାୟ ସଂହିତାରେ ମାମଲା ରୁଜୁକରି ତଦନ୍ତ ଚଳାଇଛି।

Leave A Reply

Your email address will not be published.