ପ୍ରମୁଖ ଖବର

ଫିଫା ବିଶ୍ୱକପ୍ ଫାଇନାଲ୍ ପାଇଁ କେରଳରେ ଶିକ୍ଷାନୁଷ୍ଠାନ ଛୁଟି; ଫୁଟବଲ୍ ପ୍ରେମୀ ଛାତ୍ରଛାତ୍ରୀଙ୍କ ପାଇଁ ସରକାରଙ୍କ ବଡ଼ ନିଷ୍ପତ୍ତି
୭୨ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାରରେ ତାମିଲ ସିନେମାର ଜଲୱା; ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ ବିଜୟ
ଜମ୍ମୁ-କାଶ୍ମୀରରେ ଭୟଙ୍କର ଆକସ୍ମିକ ବନ୍ୟା: ୧୬ ମୃତ, ଅନେକ ନିଖୋଜ
ମାତୃଭାଷା ସହ ଆଉ ଗୋଟିଏ ଭାରତୀୟ ଭାଷା ଶିଖିବାକୁ ଛାତ୍ରଛାତ୍ରୀଙ୍କୁ ଆହ୍ୱାନ କଲେ ଅମିତ ଶାହ
୧୬ ବର୍ଷରୁ କମ୍ ବୟସ୍କଙ୍କ ପାଇଁ ସୋସିଆଲ ମିଡିଆରେ କଟକଣା ଆଣିପାରନ୍ତି କେନ୍ଦ୍ର ସରକାର
୭୨ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର: ଶ୍ରେଷ୍ଠ ଓଡ଼ିଆ ଫିଚର ଫିଲ୍ମ ସମ୍ମାନ ଜିତିଲା ‘ଲହରୀ’
ଜମ୍ମୁ-କାଶ୍ମୀରରେ ବାଦଲଫଟା ବର୍ଷା ଓ ଆକସ୍ମିକ ବନ୍ୟା: ୧୭ ମୃତ, ହାଇ ଆଲର୍ଟ ଜାରି
ଶ୍ରୀମନ୍ଦିରରେ ପୁଣି ଆରମ୍ଭ ହେବ ରତ୍ନଭଣ୍ଡାର ଅଳଙ୍କାର ଗଣତି ଓ ଥ୍ରୀଡି ସ୍କାନିଂ

ଓଡ଼ିଶା ନର୍ସିଂ କର୍ମଚାରୀ ସଂଘର ରାଜ୍ୟବ୍ୟାପୀ କାର୍ଯ୍ୟବନ୍ଦ ଆନ୍ଦୋଳନ

0

ଭୁବନେଶ୍ବର: ରାଜ୍ୟବ୍ୟାପୀ କାର୍ଯ୍ୟବନ୍ଦ ଆନ୍ଦୋଳନ ଡାକରା ଦେଇଛି ଓଡ଼ିଶା ନର୍ସିଂ କର୍ମଚାରୀ ସଂଘ। ୧୦ ଦଫା ଦାବିରେ ଧର୍ମଘଟ କରିବ ସଂଘ। ରାଜ୍ୟ ସରକାରଙ୍କ ସହ ଆଲୋଚନା ବି ହେବ। ଜରୁରିକାଳୀନ ରୋଗୀ ସେବାରେ କୌଣସି ପ୍ରକାର ବାଧା ନ ଦେଇ ଆନ୍ଦୋଳନକୁ ଓହ୍ଲାଇବେ ନର୍ସିଂ କର୍ମଚାରୀ।

ତେବେ ଏହି ଆନ୍ଦୋଳନ ପୂର୍ବରୁ ଚେତାବନୀ ଦେଇଛନ୍ତି ରାଜ୍ୟ ସରକାର। ଅଗଷ୍ଟ ମାସରୁ ଏସ୍‌ମା ଲାଗୁ ହୋଇଥିବାରୁ ଆନ୍ଦୋଳନକୁ ଓହ୍ଲାଇଲେ କାର୍ଯ୍ୟାନୁଷ୍ଠାନ ନିଆଯିବ। ରାଜ୍ୟ ନର୍ସିଂ ନିର୍ଦ୍ଦେଶକ ଡା. ଆର୍ତ୍ତବନ୍ଧୁ ନାୟକ ସବୁ ସିଡିଏମ୍‌ଓ, ମେଡିକାଲ କଲେଜର ଅଧ୍ୟକ୍ଷ ଓ ଆଚାର୍ଯ୍ୟ ହରିହର, କ୍ୟାପିଟାଲ ହସ୍ପିଟାଲ ଓ ଆରଜିଏଚ୍‌ ରାଉରକେଲାକୁ ପତ୍ର ଲେଖି ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବା ଲାଗି କହିଛନ୍ତି।
ଏହା ସତ୍ତ୍ୱେ ନର୍ସିଂ ଅଫିସର ରାଜ୍ୟ ସରକାରଙ୍କୁ ଚେତାବନୀ ଦେଇଛନ୍ତି। ଯଦି ଦୁଇ ଦିନ ଭିତରେ ସରକାର ୧୦ଦଫା ଦାବିକୁ ପୂରଣ ନ କରନ୍ତି ତେବେ ୨୭ ତାରିଖରୁ ସମ୍ପୂର୍ଣ୍ଣ କାର୍ଯ୍ୟ ବନ୍ଦ ଆନ୍ଦୋଳନକୁ ଓଲ୍ଲାଇବ ସଂଘ। ଏସମା ଲାଗୁ ସତ୍ତ୍ୱେ ଆନ୍ଦୋଳନ ଚେତାବନୀ ଦେଇଛନ୍ତି ସଂଘ ସଂପାଦକ ସରୋଜିନୀ ଜେନା। ୨୦୧୩ ପୂର୍ବରୁ ନିଯୁକ୍ତି ପାଇଥିବା ନର୍ସିଂ ଅଫିସରଙ୍କ ୬ ବର୍ଷ ଚୁକ୍ତି ଭିତ୍ତିକ ଅବଧିକୁ ମୂଳ ଚାକିରିରେ ମିଶାଇ ପଦୋନ୍ନତି ସହ ଆର୍ଥିକ ସହାୟତା ଦେବାକୁ ଦାବି ହୋଇଛି।

ସେହିପରି ବରିଷ୍ଠତା ଭିତ୍ତିରେ ପଦୋନ୍ନତି, ସିଏଚଓ ପଦବୀରୁ ଫେରାଇ ଆଣି କ୍ୟାଡ଼ର ପୋଷ୍ଟରେ ଅବସ୍ଥାପିତ, ମେରୁଦଣ୍ଡ ଆଘାତ ଚିକିତ୍ସା କେନ୍ଦ୍ର ନର୍ସିଂ ଅଫିସରଙ୍କୁ ସ୍ଥାୟୀ ନିଯୁକ୍ତି ସହ ଠିକାସଂସ୍ଥା ଦ୍ୱାରା ନର୍ସିଂ ଅଫିସର ନିୟୋଜନ ଆଦେଶକୁ ପ୍ରତ୍ୟାହାର କରିବାକୁ ସଂଘ ଦାବି କରିଛି। ଏନଏଚଏମ ଅଧୀନରେ ଆୟୁଷ୍ମାନ ଆରୋଗ୍ୟ କେନ୍ଦ୍ରରେ ନୂତନ ସିଏଚଓଙ୍କୁ ନିଯୁକ୍ତି ଦାବି କରିଛି ସଂଘ। ଅନ୍ୟପଟେ ସଂଘସହ ଆଜି ଆଲୋଚନା ବି କରିବେ ରାଜ୍ୟ ସରକାର। ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଏହି ସୂଚନା ଦେଇଛନ୍ତି। ନର୍ସିଂ ଅଫିସରଙ୍କ ପ୍ରସ୍ତାବିତ ଦାବି ଉପରେ ଆଜି ଆଲୋଚନା ହେବ। ସଂଘକୁ ଆଲୋଚନା ପାଇଁ ଡକା ଯାଇଛି। ଖୁବଶୀଘ୍ର ସେମାନଙ୍କ ଦାବି ପୂରଣ ପାଇଁ ସରକାର ଚେଷ୍ଟା କରୁଛନ୍ତି।

Leave A Reply

Your email address will not be published.