ପ୍ରମୁଖ ଖବର

ଫାର୍ମା କମ୍ପାନୀ ଫ୍ୟାକ୍ଟ୍ରି ବିସ୍ଫୋରଣରେ ମୃତ୍ୟୁ ସଂଖ୍ୟା ୩୪କୁ ବୃଦ୍ଧି
ବିଏମସି କମିଶନର ଆକ୍ରମଣ ଘଟଣାରେ ସଫେଇ କର୍ମଚାରୀଙ୍କ କାର୍ଯ୍ୟ ବନ୍ଦ ଆନ୍ଦୋଳନ
ଶରଧାବାଲି ଅଘଟଣ ପରେ ଆଜି ପୁରୀ ଯିବେ ମୁଖ୍ୟମନ୍ତ୍ରୀ
ଶସ୍ତା ହେଲା ଏଲପିଜି ସିଲିଣ୍ଡର
ମୃତ୍ତିକା ସଂରକ୍ଷଣ ବିଭାଗର ଯୁଗ୍ମ ନିର୍ଦ୍ଦେଶକ ଦୟାନିଧି ବାଗ୍‌ ଗିରଫ
ଅନିର୍ଦ୍ଦିଷ୍ଟ କାଳ ପାଇଁ ଛୁଟିରେ ଗଲେ ୮ ଜିଲ୍ଲାର ଓଏସ ଓ ଓଆରଏସ ଅଫିସର
ବାଣ ତିଆରି କାରଖାନାରେ ବିସ୍ଫୋରଣ; ୫ ମୃତ
୨ ଦିନିଆ ଓଡିଶା ଗସ୍ତରେ ଆସିବେ ରାଷ୍ଟ୍ରପତି
ବିଶ୍ୱ ପୋଲିସ ଏବଂ ଅଗ୍ନିଶମ କ୍ରୀଡାରେ ବାଜିମାରିଲେ ଓଡ଼ିଶା ପୋଲିସ କନଷ୍ଟେବଳ

ନିଲମ୍ବିତ ଆଇଆଇସି ହେବ ପଲିଗ୍ରାଫ୍‌ ଟେଷ୍ଟ

0

ଭୁବନେଶ୍ବର: ଭରତପୁର ଥାନାରେ ମେଜର ଓ ବାନ୍ଧବୀଙ୍କୁ ନିର୍ଯାତନା ମାମଲା। କୋର୍ଟରେ ହାଜର ହେଲେ ଭରତପୁର ଥାନାର ନିଲମ୍ବିତ ଆଇଆଇସି ଦୀନକୃଷ୍ଣ ମିଶ୍ର। ଜଣେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ମାମଲାରେ ନିଲମ୍ବିତ ଆଇଆଇସି ଦୀନକୃଷ୍ଣ ମିଶ୍ରଙ୍କର ହେବ ପଲିଗ୍ରାଫ୍‌ ଟେଷ୍ଟ। ଏଥିପାଇଁ ଆଜି କ୍ରାଇମବ୍ରାଞ୍ଚକୁ ଅନୁମତି ଦେଇଛନ୍ତି ଭୁବନେଶ୍ୱର ଏସ୍‌ଡିଜେଏମ୍ କୋର୍ଟ।ତେବେ ଦୀନକୃଷ୍ଣଙ୍କ ପଲିଗ୍ରାଫ୍‌ ଟେଷ୍ଟ ପାଇଁ କ୍ରାଇମବ୍ରାଞ୍ଚ କୋର୍ଟରେ ଆବେଦନ କରିଥିଲା। କୋର୍ଟରେ ହାଜର ହୋଇ ସମସ୍ତ ଟେଷ୍ଟ ପାଇଁ ସହମତି ଦେଇଛନ୍ତି ଦୀନକୃଷ୍ଣ।

ଅନ୍ୟପଟେ ଉକ୍ତ ଘଟଣାରେ କ୍ରାଇମବ୍ରାଞ୍ଚ ଟିମ୍‌ ସଦସ୍ୟଙ୍କ ପାଖରେ ହାଜର ହୋଇଛନ୍ତି ନିଲମ୍ବିତ ଆଇଆଇସି ଦୀନକୃଷ୍ଣ l ସେଦିନ ପ୍ରକୃତରେ କଣ ଘଟଣା ଘଟିଥିଲା ସେନେଇ ସିନ୍‌ ରିକ୍ରିଏସନ୍‌ କରିଛି କ୍ରାଇମବ୍ରାଞ୍ଚ। ସେଦିନ କ’ଣ ଘଟିଥିଲା ସେ ବିଷୟରେ ସବିଶେଷ ତଥ୍ୟ ଜାଣିବାକୁ ଖୋଳତାଡ଼ କରିଛି କ୍ରାଇମବ୍ରାଞ୍ଚ l ସେହିପରି ଆଜି ସକାଳୁ ମେଜର ଓ ପୀଡ଼ିତା ଥାନାକୁ ଆସି ପକ୍ଷ ରଖି ସାରିଛନ୍ତି।

ଦୀନକୃଷ୍ଣ ମିଶ୍ରଙ୍କର ପଲିଗ୍ରାଫ୍‌ ଟେଷ୍ଟ ସହିତ ନାର୍କୋ ଆନାଲିସିସ୍‌ ଓ ବ୍ରେନ୍‌ ଫିଙ୍ଗର ପ୍ରିଣ୍ଟିଂ ଟେଷ୍ଟକୁ ବି ଅନୁମତି ଦେଇଛନ୍ତି କୋର୍ଟ। ଏହି ୩ଟି ଟେଷ୍ଟ ପାଇଁ ଦୀନକୃଷ୍ଣଙ୍କୁ ଗୁଜରାଟର ଗାନ୍ଧିନଗର ନେବ କ୍ରାଇମବ୍ରାଞ୍ଚ। ଭରତପୁର ଥାନାରେ ମେଜର ଓ ବାନ୍ଧବୀଙ୍କୁ ଗତ ୧୪ ତାରିଖରେ ଦିଆଯାଇଥିବା ନିର୍ଯାତନା ଘଟଣା ସବୁଠି ନିନ୍ଦା ହେବା ପରେ ଘଟଣାର ତଦନ୍ତ କରୁଛି କ୍ରାଇମବ୍ରାଞ୍ଚ ଟିମ୍‌‌। ଏଥିରେ ପୂର୍ବରୁ ଦୀନକୃଷ୍ଣଙ୍କ ସହ ଅନ୍ୟ ୪ଜଣ ପୁଲିସ କର୍ମଚାରୀଙ୍କୁ ଜେରା କରିଥିଲା କ୍ରାଇମବ୍ରାଞ୍ଚ। ଏହାପରେ ଦୀନକୃଷ୍ଣଙ୍କ ପଲିଗ୍ରାଫ୍‌‌ ଟେଷ୍ଟ ପାଇଁ ଗତକାଲି କ୍ରାଇମବ୍ରାଞ୍ଚ ଏସଡିଜେଏମ କୋର୍ଟରେ ଆବେଦନ କରିଥିଲା।

Leave A Reply

Your email address will not be published.