ପ୍ରମୁଖ ଖବର

ଦିଲ୍ଲୀରେ କାଲି ‘ନାରୀ ଶକ୍ତି ବନ୍ଦନ ସମ୍ମେଳନ’
୩୬ ଦିନ ପରେ ଓଡ଼ିଶା ଫେରିଲେ ମେରାଇନ୍ ଅଫିସର ଅଶୋକ ଦୀକ୍ଷିତ
ସ୍ୱତନ୍ତ୍ର ସଂସଦ ଅଧିବେଶନ ପୂର୍ବରୁ ସାଂସଦଙ୍କୁ କଡ଼ା ନିର୍ଦ୍ଦେଶ :୩ ଦିନ ଗୃହରେ ଉପସ୍ଥିତ ରହିବା ବାଧ୍ୟତାମୂଳକ
ପରିବାରିକ କଳହର କରୁଣ ପରିଣତି, ମା’ଙ୍କ ହାତରେ ଦୁଇ ଶିଶୁର ମୃତ୍ୟୁ
ଅଦିନିଆ ରଥଯାତ୍ରା ନେଇ ଚିନ୍ତା: ପ୍ରଧାନମନ୍ତ୍ରୀଙ୍କୁ ଗଜପତିଙ୍କ ଚିଠି
୨୧ରେ ରାଉରକେଲା ଗସ୍ତରେ ରାଷ୍ଟ୍ରପତି
ଜମି ଦେବା ନାମରେ ଦିବ୍ୟାଙ୍ଗ ବ୍ୟକ୍ତିଙ୍କଠୁ ୯୫ ଲକ୍ଷ ଠକିନେଲେ ଆଇଏଏସ୍‌ ଅଧିକାରୀ
ପରଲୋକରେ କିମ୍ବଦନ୍ତୀ ଗାୟିକା ଆଶା ଭୋସଲେ

ନିଲମ୍ବିତ ଆଇଆଇସି ହେବ ପଲିଗ୍ରାଫ୍‌ ଟେଷ୍ଟ

0

ଭୁବନେଶ୍ବର: ଭରତପୁର ଥାନାରେ ମେଜର ଓ ବାନ୍ଧବୀଙ୍କୁ ନିର୍ଯାତନା ମାମଲା। କୋର୍ଟରେ ହାଜର ହେଲେ ଭରତପୁର ଥାନାର ନିଲମ୍ବିତ ଆଇଆଇସି ଦୀନକୃଷ୍ଣ ମିଶ୍ର। ଜଣେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ମାମଲାରେ ନିଲମ୍ବିତ ଆଇଆଇସି ଦୀନକୃଷ୍ଣ ମିଶ୍ରଙ୍କର ହେବ ପଲିଗ୍ରାଫ୍‌ ଟେଷ୍ଟ। ଏଥିପାଇଁ ଆଜି କ୍ରାଇମବ୍ରାଞ୍ଚକୁ ଅନୁମତି ଦେଇଛନ୍ତି ଭୁବନେଶ୍ୱର ଏସ୍‌ଡିଜେଏମ୍ କୋର୍ଟ।ତେବେ ଦୀନକୃଷ୍ଣଙ୍କ ପଲିଗ୍ରାଫ୍‌ ଟେଷ୍ଟ ପାଇଁ କ୍ରାଇମବ୍ରାଞ୍ଚ କୋର୍ଟରେ ଆବେଦନ କରିଥିଲା। କୋର୍ଟରେ ହାଜର ହୋଇ ସମସ୍ତ ଟେଷ୍ଟ ପାଇଁ ସହମତି ଦେଇଛନ୍ତି ଦୀନକୃଷ୍ଣ।

ଅନ୍ୟପଟେ ଉକ୍ତ ଘଟଣାରେ କ୍ରାଇମବ୍ରାଞ୍ଚ ଟିମ୍‌ ସଦସ୍ୟଙ୍କ ପାଖରେ ହାଜର ହୋଇଛନ୍ତି ନିଲମ୍ବିତ ଆଇଆଇସି ଦୀନକୃଷ୍ଣ l ସେଦିନ ପ୍ରକୃତରେ କଣ ଘଟଣା ଘଟିଥିଲା ସେନେଇ ସିନ୍‌ ରିକ୍ରିଏସନ୍‌ କରିଛି କ୍ରାଇମବ୍ରାଞ୍ଚ। ସେଦିନ କ’ଣ ଘଟିଥିଲା ସେ ବିଷୟରେ ସବିଶେଷ ତଥ୍ୟ ଜାଣିବାକୁ ଖୋଳତାଡ଼ କରିଛି କ୍ରାଇମବ୍ରାଞ୍ଚ l ସେହିପରି ଆଜି ସକାଳୁ ମେଜର ଓ ପୀଡ଼ିତା ଥାନାକୁ ଆସି ପକ୍ଷ ରଖି ସାରିଛନ୍ତି।

ଦୀନକୃଷ୍ଣ ମିଶ୍ରଙ୍କର ପଲିଗ୍ରାଫ୍‌ ଟେଷ୍ଟ ସହିତ ନାର୍କୋ ଆନାଲିସିସ୍‌ ଓ ବ୍ରେନ୍‌ ଫିଙ୍ଗର ପ୍ରିଣ୍ଟିଂ ଟେଷ୍ଟକୁ ବି ଅନୁମତି ଦେଇଛନ୍ତି କୋର୍ଟ। ଏହି ୩ଟି ଟେଷ୍ଟ ପାଇଁ ଦୀନକୃଷ୍ଣଙ୍କୁ ଗୁଜରାଟର ଗାନ୍ଧିନଗର ନେବ କ୍ରାଇମବ୍ରାଞ୍ଚ। ଭରତପୁର ଥାନାରେ ମେଜର ଓ ବାନ୍ଧବୀଙ୍କୁ ଗତ ୧୪ ତାରିଖରେ ଦିଆଯାଇଥିବା ନିର୍ଯାତନା ଘଟଣା ସବୁଠି ନିନ୍ଦା ହେବା ପରେ ଘଟଣାର ତଦନ୍ତ କରୁଛି କ୍ରାଇମବ୍ରାଞ୍ଚ ଟିମ୍‌‌। ଏଥିରେ ପୂର୍ବରୁ ଦୀନକୃଷ୍ଣଙ୍କ ସହ ଅନ୍ୟ ୪ଜଣ ପୁଲିସ କର୍ମଚାରୀଙ୍କୁ ଜେରା କରିଥିଲା କ୍ରାଇମବ୍ରାଞ୍ଚ। ଏହାପରେ ଦୀନକୃଷ୍ଣଙ୍କ ପଲିଗ୍ରାଫ୍‌‌ ଟେଷ୍ଟ ପାଇଁ ଗତକାଲି କ୍ରାଇମବ୍ରାଞ୍ଚ ଏସଡିଜେଏମ କୋର୍ଟରେ ଆବେଦନ କରିଥିଲା।

Leave A Reply

Your email address will not be published.