ପ୍ରମୁଖ ଖବର

ସ୍ୱାଧୀନତା ଦିବସ ପାଳନ ପୂର୍ବରୁ ଦିଲ୍ଲୀରେ ୬ଟି ବୋମା ଧମକ ମିଳିବା ପରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି
ଓଡ଼ିଶାର ୧୭ ପୋଲିସ ଓ ସୁରକ୍ଷା କର୍ମଚାରୀଙ୍କୁ ବିଶିଷ୍ଟ ସେବା ପୁରସ୍କାର
ଛାତିରେ ଯନ୍ତ୍ରଣା ପରେ ଏମ୍ସରେ ଭର୍ତ୍ତି ଜେପି ନଡ୍ଡା, ସ୍ୱାସ୍ଥ୍ୟାବସ୍ଥା ସ୍ଥିର
ପୁରୀ ଷ୍ଟେସନ୍‌ ନିକଟରେ ତାଳଚେର-ପୁରୀ ଟ୍ରେନ୍‌ର ଇଞ୍ଜିନ୍‌ ଲାଇନଚ୍ୟୁତ
ଓଡ଼ିଶା ପୁଲିସର ନୂଆ ଡିଜିପି ଦାୟିତ୍ୱରେ ବିନୟତୋଷ ମିଶ୍ର
ଛାତ୍ରଙ୍କ ଖାତାକୁ ସିଧା ଯିବ ଫି’ ରିଇମ୍ବର୍ସମେଣ୍ଟ ଟଙ୍କା
ପଶ୍ଚିମବଙ୍ଗରେ ଲାଗୁ ହେଲା ‘ବେଟି ବଚାଓ, ବେଟି ପଢ଼ାଓ’ ଯୋଜନା
ଆସାମରେ ୧୦୦୦ରୁ ଅଧିକ ପୁରୁଣା ପୋଲ ହେବ RCC

୩୧ଟି ବୃହତ ପ୍ରକଳ୍ପକୁ ମଞ୍ଜୁରୀ ଦେଲେ ସରକାର

0

ଭୁବନେଶ୍ବର: ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ୧୩୧ତମ ଏସ୍ଏଲ୍ଏସଡବ୍ଲୁସିଏ ବୈଠକରେ ୩୧ଟି ବୃହତ ପ୍ରକଳ୍ପକୁ ଅନୁମୋଦନ ମିଳିଛି। ଯାହାର ମୋଟ ମୂଲ୍ୟ ୪ ହଜାର ୯୫୪.୨୬ କୋଟି ଟଙ୍କା। ଏହି ପୁଞ୍ଜିନିବେଶ ବିଭିନ୍ନ କ୍ଷେତ୍ରରେ ବ୍ୟାପକ ଏବଂ ଓଡ଼ିଶାର ଅର୍ଥନୈତିକ ଦୃଶ୍ୟପଟକୁ ପରିବର୍ତ୍ତନ କରିବା ସହ ଏକ ଅଗ୍ରଣୀ ପୁଞ୍ଜିନିବେଶ ସ୍ଥଳର ମାନ୍ୟତା ସୁଦୃଢ଼ କରିବ।

ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ୧୩୧ତମ ଏସ୍ଏଲ୍ଏସଡବ୍ଲୁସିଏ ବୈଠକରେ ୩୧ଟି ବୃହତ ପ୍ରକଳ୍ପକୁ ଅନୁମୋଦନ ମିଳିଛି। ଯାହାର ମୋଟ ମୂଲ୍ୟ ୪ ହଜାର ୯୫୪.୨୬ କୋଟି ଟଙ୍କା। ଏହି ପୁଞ୍ଜିନିବେଶ ବିଭିନ୍ନ କ୍ଷେତ୍ରରେ ବ୍ୟାପକ ଏବଂ ଓଡ଼ିଶାର ଅର୍ଥନୈତିକ ଦୃଶ୍ୟପଟକୁ ପରିବର୍ତ୍ତନ କରିବା ସହ ଏକ ଅଗ୍ରଣୀ ପୁଞ୍ଜିନିବେଶ ସ୍ଥଳର ମାନ୍ୟତା ସୁଦୃଢ଼ କରିବ।

ଏହି ବୈଠକରେ ମେକାନିକାଲ ଏବଂ ଇଲେକ୍ଟ୍ରିକାଲ କ୍ୟାପିଟାଲ ଗୁଡ୍ସ, ଫୁଡ୍ ପ୍ରୋସେସିଂ, ପ୍ୟାକେଜିଂ, ପୋଷାକ ଏବଂ ଟେକ୍ସଟାଇଲ, ଜୈବ ଇନ୍ଧନ, ସବୁଜ ଶକ୍ତି ଉପକରଣ, ଇଏସଡିଏମ, ଇସ୍ପାତ (ଆନୁଷଙ୍ଗିକ), ଅଣ ଧାତବ ଖଣିଜ ଉତ୍ପାଦ (ରିପ୍ରାକ୍ଟରୀ ପ୍ରଡକ୍ଟସ), ଇସ୍ପାତ (ଡାଉନଷ୍ଟ୍ରିମ), ପ୍ଲାଷ୍ଟିକ, ଖାଦ୍ୟ, ପାନୀୟ ଏବଂ ଆନୁଷଙ୍ଗିକ କ୍ଷେତ୍ର, କୃଷି ପ୍ରକ୍ରିୟାକରଣ, ପର୍ଯ୍ୟଟନ, ଶକ୍ତି ଏବଂ ଅକ୍ଷୟ ଶକ୍ତି ଏବଂ ଫାର୍ମାସ୍ୟୁଟିକାଲ୍ ସମେତ ବିଭିନ୍ନ କ୍ଷେତ୍ରରେ ଅନେକ ପ୍ରକଳ୍ପକୁ ଅନୁମୋଦନ କରାଯାଇଛି। ଖୋର୍ଦ୍ଧା, ବରଗଡ଼, ସୁବର୍ଣ୍ଣପୁର, ସମ୍ବଲପୁର, ଝାରସୁଗୁଡ଼ା, ଅନୁଗୋଳ, ଯାଜପୁର, ଭଦ୍ରକ, କଟକ, ଜଗତସିଂହପୁର, ବାଲେଶ୍ୱର, ରାୟଗଡ଼ା, ଢେଙ୍କାନାଳ, ପୁରୀ, ପାରାଦୀପ, କୋରାପୁଟ, କେନ୍ଦ୍ରାପଡ଼ା, ମୟୂରଭଞ୍ଜ, ସୁନ୍ଦରଗଡ଼ ଆଦି ଜିଲ୍ଲାରେ ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେବ।

Leave A Reply

Your email address will not be published.