ପ୍ରମୁଖ ଖବର

ସମ୍ବଲପୁର: ଗଣେଶ ପୂଜା ମଣ୍ଡପରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ପେଣ୍ଡାଲ
ଗୁଜରାଟ ସଚିବାଳୟ ଉଡ଼ାଇବା ଧମକ: ବିହାର, ଝାଡ଼ଖଣ୍ଡରୁ ୨ ଗିରଫ
ଓମଫେଡ୍‌ ବଜାରକୁ ଆଣିବ ପ୍ୟାକେଟ୍‌ ପାଣି ଓ ନୂଆ ଆଇସକ୍ରିମ୍
ଦିଶା ସାଲିଆନ ମୃତ୍ୟୁ ମାମଲା : ସିବିଆଇ ଏଫ୍‌ଆଇଆରରେ ଆଦିତ୍ୟ ଠାକରେ, ଡିନୋ ମୋରିଆଙ୍କ ନାଁ
ଦୁଷ୍କର୍ମ ମାମଲା: ଆତ୍ମସମର୍ପଣ କଲେ ତରୁଣ ତେଜପାଲ
ନନ୍ଦିଗ୍ରାମ ଉପନିର୍ବାଚନ ଲଢ଼ିବେନି ମମତା, ଟିଏମସି ଘୋଷଣା କଲା ପ୍ରାର୍ଥୀ

ଉତ୍ତରପ୍ରଦେଶର ବିଭିନ୍ନ ସ୍ଥାନରେ ଜିତିଆ ପର୍ବରେ ୪୦ ମୃତ

0

ଉତ୍ତରପ୍ରଦେଶ: ଜିତିଆ ପର୍ବରେ ଘଟିଯାଇଛି ଦୁଃଖଦ ଘଟଣା। ଜିତିଆ ପର୍ବ ପାଳନ ସମୟରେ ଉତ୍ତରପ୍ରଦେଶର ବିଭିନ୍ନ ସ୍ଥାନରେ ପୋଖରୀ ଓ ନଦୀରେ ଗାଧୋଇବା ବେଳେ ପ୍ରାୟ ୪୦ ଜଣଙ୍କର ମୃତ୍ୟୁ ଘଟିଛି।

ଜିତିଆ ପର୍ବରେ ଔରଙ୍ଗାବାଦରେ ସର୍ବାଧିକ ଲୋକଙ୍କ ଜୀବନ ଯାଇଛି। ଏହି ଦୁର୍ଘଟଣାରେ ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଦୁଃଖ ପ୍ରକାଶ କରିଛନ୍ତି। ମୃତକଙ୍କ ସମ୍ପର୍କୀୟଙ୍କୁ କ୍ଷତିପୂରଣ ଭାବେ ୪ଲକ୍ଷ ଟଙ୍କା ଲେଖାଏଁ ଦେବାକୁ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ଔରଙ୍ଗାବାଦ, ଛପରା, ରୋହତାସ, କୈମୁର, ସିୱାନ, ମୋତିହାରୀ, ବେତିଆ, ବେଗୁସରାୟ, ଗୋପାଳଗଞ୍ଜ, ଭୋଜପୁର, ନାଳନ୍ଦା, ଦରଭଙ୍ଗା, ମଧୁବନୀ, ସମସ୍ତିପୁର ଏବଂ ଅରୱାଲରେ ଲୋକଙ୍କ ଜୀବନ ଯାଇଛି। ଅପରପକ୍ଷରେ ଗାଧୋଇବା ବେଳେ ପାଣିରେ ବୁଡି ଅନେକ ନିଖୋଜ ଅଛନ୍ତି। ଉଦ୍ଧାରକାରୀ ଟିମ୍ ସେମାନଙ୍କୁ ଖୋଜାଖୋଜି କରୁଛନ୍ତି। ତେବେ ମୃତ୍ୟୁ ସଂଖ୍ଯା ଆହୁରି ବଢିପାରେ ବୋଲି ଆଶଙ୍କା କରାଯାଉଛି।

Leave A Reply

Your email address will not be published.