ପ୍ରମୁଖ ଖବର

ଆଇଏମ୍‌ଏସ୍ ଆଣ୍ଡ ସମ ହସ୍ପିଟାଲ୍ କ୍ୟାମ୍ପସ-୨ରେ ଏଆରଟି ସେଂଟର ଉଦ୍‌ଘାଟିତ
ପଞ୍ଚମ ଏବଂ ଅଷ୍ଟମ ଶ୍ରେଣୀ ପାଇଁ ୧୭ଟି ନୂତନ ପାଠ୍ୟପୁସ୍ତକକୁ ମିଳିଲା ଅନୁମୋଦନ
କ୍ୟାବିନେଟରେ ୫ବିଭାଗର ୬ପ୍ରସ୍ତାବକୁ ମଞ୍ଜୁରୀ
ବିନା ଅନୁମତିରେ ବିଡିଓ ଓ ତହସିଲଦାର ଛୁଟିରେ ରହିଲେ ନିଆଯିବ କାର୍ଯ୍ୟାନୁଷ୍ଠାନ
ଯାତ୍ରୀଙ୍କ ପାଇଁ ଆଡଭାଇଜରି ଜାରି କଲା ଦିଲ୍ଲୀ ବିମାନବନ୍ଦର
ବାଲେଶ୍ବର ଜିଲ୍ଲା ମୁଖ୍ୟ ହସ୍ପିଟାଲରେ ଅଗ୍ନିକାଣ୍ଡ

ସୋଆରେ ୫୫ତମ ଏନ୍‌ଏସ୍‌ଏସ୍ ଦିବସ ପାଳିତ

0

ଭୁବନେଶ୍ୱର, ୨୬/୦୯ : ଶିକ୍ଷା ଓ ଅନୁସନ୍ଧାନ (ସୋଆ) ରେ ମଙ୍ଗଳବାର ଦିନ ୫୫ତମ ଏନ୍‌ଏସ୍‌ଏସ୍ ଦିବସ ପାଳିତ ହୋଇଯାଇଥିଲା ବେଳେ କାର୍ଯ୍ୟକ୍ରମରେ ଛାତ୍ରଛାତ୍ରୀମାନଙ୍କ କ୍ଷେତ୍ରରେ ରାଷ୍ଟ୍ରୀୟ ସେବା ଯୋଜନାର ଗୁରୁତ୍ୱ ସମ୍ପର୍କରେ ଆଲୋଚନା କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ସୋଆ କୁଳପତି ପ୍ରଫେସର ପ୍ରଦୀପ୍ତ କୁମାର ନନ୍ଦ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଏନ୍‌ଏସ୍‌ଏସ୍ କାର୍ଯ୍ୟଧାରାର ମହତ୍ୱ ବିଷୟରେ ଗୁରୁତ୍ୱାରୋପ କରିଥିଲେ।

ସୋଆ ଏନଏସ୍‌ଏସ୍ ସଂଯୋଜକ ପ୍ରଫେସର ନଚିକେତା କେ. ଶର୍ମା କାର୍ଯ୍ୟକ୍ରମ ଆୟୋଜନ କରିଥିବା ବେଳେ ବିଶ୍ୱବିଦ୍ୟାଳୟର ବିଭିନ୍ନ ଶିକ୍ଷାନୁଷ୍ଠାନର ଛାତ୍ରଛାତ୍ରୀମାନେ ଯୋଗ ଦେଇଥିଲେ। ଛାତ୍ରଛାତ୍ରୀଙ୍କ ଜୀବନରେ ସମାଜ ସେବା ସମ୍ପର୍କରେ ଏହି କାର୍ଯ୍ୟକ୍ରମରେ ଆଲୋଚନା କରାଯାଇଥିଲା।

Leave A Reply

Your email address will not be published.