ସୁକମା: ସୀମାନ୍ତ ଛତିଶଗଡ଼ର ସୁକମା ଜିଲ୍ଲାରେ ପୋଲିସ ଇନଫର୍ମର ସନ୍ଦେହରେ ଜଣଙ୍କୁ ହତ୍ୟା କରିଛନ୍ତି ମାଓବାଦୀ । ମୃତକ ହେଲେ ଭେଜ୍ଜି ଥାନା ଅନ୍ତର୍ଗତ ଭଣ୍ଡାରପଦର ଗ୍ରାମର ସୋୟମ ପାଣ୍ଡୁ (୫୦) ।
ସୂଚନା ମୁତାବକ, ମାଓବାଦୀ ସୋୟମ ପାଣ୍ଡୁଙ୍କୁ ଘରୁ ଜଙ୍ଗଲକୁ ଡାକିନେଇ ପୋଲିସ ଇନଫର୍ମର ଦର୍ଶାଇ ପ୍ରଥମେ ନିସ୍ତୁକ ମାଡ ମାରିବା ସହ ଏକ ଧାରୁଆ ଅସ୍ତ୍ରରେ ହତ୍ୟା କରିଥିଲେ । ପରେ ତାଙ୍କର ମୃତଦେହକୁ ଜଙ୍ଗଲ ରାସ୍ତାରେ ଫୋପାଡି ଦେଇ ଚାଲିଯାଇଥିଲେ । ଖବରପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରିବା ସହ ତଦନ୍ତ କରୁଛି ।
ପ୍ରମୁଖ ଖବର
ଲୋକସେବା ଭବନରେ ରିଲ୍ସ କଲେ ନିଆଯିବ କଡା କାର୍ଯ୍ୟାନୁଷ୍ଠାନ: ମନ୍ତ୍ରୀ
ଖଣ୍ଡଗିରି ମାଘ ମେଳାରେ ଲାଗିବ ୧୦୦ଟି ସିସିଟିଭି, ହେବନି ଅଶ୍ଳୀଳ ନୃତ୍ୟ
ବସ୍ ଓ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା: ୩ ମୃତ
ପୂର୍ବତନ କଂଗ୍ରେସ ବିଧାୟକ ଅକ୍ଷୟ ଆଚାର୍ଯ୍ୟଙ୍କ ପରଲୋକ
ବୋଲେରୋ-ସ୍କୁଟି ଧକ୍କାରେ ନାବାଳକ ମୃତ: ୪ ଲକ୍ଷ ଟଙ୍କା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ