ପ୍ରମୁଖ ଖବର

ଅଟଳ ବସ୍‌ଷ୍ଟାଣ୍ଡର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଦୁର୍ଘଟଣା ରୋକିବାକୁ ‘୪-ଇ’ ପାଳନ କରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ
ଏମ୍ସରେ ଭର୍ତ୍ତିହେଲେ ପୂର୍ବତ୍ତନ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼
ସୋଲାନରେ ଭୟଙ୍କର ଅଗ୍ନିକାଣ୍ଡ: ୮ ବର୍ଷର ଶିଶୁ ମୃତ, ୯ ଆହତ
ନିର୍ମାଣ ହେବ ନୂଆ ବିଧାନସଭା ଓ ଲୋକସେବା ଭବନ

ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ବିରୋଧରେ ରୁଜୁ ହେବ ମାମଲା

0

ନୂଆଦିଲ୍ଲୀ: ଅଡୁଆରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ। ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ବିରୋଧରେ ରୁଜୁ ହେବ ମାମଲା ।ମାମଲା ରୁଜୁ ପାଇଁ ନିର୍ଦ୍ଦେଶ ଦେଲେ ବେଙ୍ଗାଲୁରୁ କୋର୍ଟ। ନିର୍ବାଚନ ବଣ୍ଡ ମାଧ୍ୟମରେ ଜବରଦସ୍ତି ଟଙ୍କା ଆଦାୟ ମାମଲାରେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଏବଂ ଅନ୍ୟମାନଙ୍କ ବିରୋଧରେ ମାମଲା ରୁଜୁ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ ।

ଜନାଧିକାର ସଂଘର୍ଷ ପରିଷଦ (ଜେଏସପି) ସହ-ଅଧ୍ୟକ୍ଷ ଆଦର୍ଶ ଆୟାର ତାଙ୍କ ଅଭିଯୋଗରେ କହିଛନ୍ତି ଯେ, ନିର୍ବାଚନ ବଣ୍ଡ ମାଧ୍ୟମରେ ଧମକଚମକ ଦିଆଯାଉଛି । ଏହି ଆବେଦନ ଶୁଣାଣି କରି ବେଙ୍ଗାଲୁରୁର ତିଲକ ନଗର ପୋଲିସ ଷ୍ଟେସନକୁ ନିର୍ବାଚନ ବଣ୍ଡ ମାଧ୍ୟମରେ ଜବରଦସ୍ତି ଟଙ୍କା ଆଦାୟ ମାମଲାରେ ମାମଲା ରୁଜୁ କରିବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଏହି ମାମଲାର ଶୁଣାଣି ଅକ୍ଟୋବର ୧୦ ପର୍ଯ୍ୟନ୍ତ ସ୍ଥଗିତ ରଖାଯାଇଛି। ଦାଖଲ ହୋଇଥିବା ଏକ ପିଟିସନରେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ସହ ଇଡି ଅଧିକାରୀ, ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା, ବିଜେପି ଜାତୀୟ ନେତା, ତତ୍କାଳୀନ ବିଜେପି କର୍ଣ୍ଣାଟକ ସଭାପତି ନଳୀନ କୁମାର କେଟେଲ, ବିଜୟେନ୍ଦ୍ରଙ୍କ ବିରୋଧରେ ଅଭିଯୋଗ ହୋଇଛି।

ତେବେ ୨୦୨୩ ମସିହାରେ, ସୁପ୍ରିମକୋର୍ଟଙ୍କ ପୂର୍ବରୁ ନିର୍ବାଚନ ବଣ୍ଡ ଯୋଜନାକୁ ଚ୍ୟାଲେଞ୍ଜ କରାଯାଇଥିଲା ଏବଂ ଚାରି ଆବେଦନକାରୀଙ୍କ କଥା ଶୁଣିବା ପରେ ଏବଂ ସେମାନଙ୍କ ପକ୍ଷ ଜାଣିବା ପରେ ସୁପ୍ରିମକୋର୍ଟ ଏହାର ନିଷ୍ପତ୍ତି ଦେଇଥିଲେ । ସୁପ୍ରିମକୋର୍ଟ କେବଳ ନିର୍ବାଚନ ବଣ୍ଡ ଯୋଜନାକୁ ଅସାମ୍ବିଧାନିକ ବିବେଚନା କରିନାହାଁନ୍ତି ବରଂ ଏହାକୁ ସମ୍ପୂର୍ଣ୍ଣ ଭାବେ ନିଷିଦ୍ଧ କରିଛନ୍ତି

Leave A Reply

Your email address will not be published.