ପ୍ରମୁଖ ଖବର

କୃଷକଙ୍କୁ ସରକାରଙ୍କ ଦୀପାବଳି ଭେଟି,ରବି ଫସଲଗୁଡ଼ିକରବଢ଼ାଇଲେ ଏମଏସପି
ଆସନ୍ତା ୨୩ ଓ ୨୪ ତାରିଖରେ ଦୁଇ ଦିନିଆ ମୟୂରଭଞ୍ଜ ଜିଲ୍ଲା ଗସ୍ତରେ ଆସିବେ ରାଷ୍ଟ୍ରପତି
ରାଜ୍ୟରେ ଖୁବଶୀଘ୍ର ଗଠନ ହେବ ଆଇନ ସମୀକ୍ଷା ଆୟୋଗ: ଆଇନ ମନ୍ତ୍ରୀ
ରାଜଧାନୀରେ ନକଲି କଲ୍ ସେଣ୍ଟରରେ ଚଢ଼ାଉ, ୬ ଅଟକ
ହରିୟାଣାର ମୁଖ୍ୟମନ୍ତ୍ରୀ ହେବେ ନାୟବ ସିଂ ସାଇନି, କାଲି ନେବେ ଶପଥ
ଏଣିକି ଡ୍ରାଇଭିଂ ଟେଷ୍ଟିଂ ବେଳେ ଜଗିବ ଏଆଇ
ସ୍ୱତନ୍ତ୍ର ଘିଅ ଡିପୋ ପାଇଁ ଓମଫେଡକୁ ଚିଠି ଲେଖିଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

ସୋଆ ଇଞ୍ଜିନିୟରିଂ ବି.ଟେକ୍ ଓ ଏମ୍‌.ଟେକ୍ ଛାତ୍ରଛାତ୍ରୀଙ୍କ ଗ୍ରାଜୁଏସନ୍ କାର୍ଯ୍ୟକ୍ରମ ଆୟୋଜିତ

0

ଭୁବନେଶ୍ୱର, ୨୮/୦୯: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନିକାଲ୍ ଏଜୁକେସନ୍ ଆଣ୍ଡ ରିସର୍ଚ୍ଚ (ଆଇଟିଇଆର)ର ବିଭିନ୍ନ ବିଭାଗରେ ଅଧ୍ୟୟନ କରି ଶିକ୍ଷା ସମାପ୍ତ କରିଥିବା ବି.ଟେକ୍ ଓ ଏମ୍‌.ଟେକ୍ ଛାତ୍ରଛାତ୍ରୀମାନଙ୍କୁ ଦୁଇ ଦିନ ବ୍ୟାପୀ ଅନୁଷ୍ଠିତ ସ୍ୱତନ୍ତ୍ର ଗ୍ରାଜୁଏସନ୍ କାର୍ଯ୍ୟକ୍ରମରେ ଡିଗ୍ରୀ ପ୍ରଦାନ କରାଯାଇଛି।

ଗ୍ରାଜୁଏସନ୍ କାର୍ଯ୍ୟକ୍ରମର ପ୍ରଥମ ଦିନରେ ଆଇଟିଇଆରର କମ୍ପ୍ୟୁଟର ସାଇନ୍ସ ଇଞ୍ଜିନିୟରିଂ ବିଭାଗର ୨୦୨୪ ଶିକ୍ଷା ବର୍ଷରେ ଶିକ୍ଷା ସମାପ୍ତ କରିଥିବା ବି.ଟେକ୍ ଛାତ୍ରଛାତ୍ରୀଙ୍କୁ ଡିଗ୍ରୀ ପ୍ରଦାନ କରାଯାଇଥିଲା । ସେହିପରି ଦ୍ୱିତୀୟ ଦିନରେ ସିଭିଲ ଇଞ୍ଜିନିୟରିଂ, ଇଲେକ୍ଟ୍ରୋନିକ୍ସ ଆଣ୍ଡ କମ୍ୟୁନିକେସନ୍ ଇଞ୍ଜିନିୟରିଂ, ଇଲେକ୍ଟ୍ରିକାଲ୍ ଇଞ୍ଜିନିୟରିଂ, କମ୍ପ୍ୟୁଟର ସାଇନସ୍ ଆଣ୍ଡ ଇନଫରମେସନ ଟେକ୍‌ନୋଲୋଜି ଏବଂ ଇଲେକ୍ଟ୍ରିକାଲ୍ ଆଣ୍ଡ ଇଲେକ୍ଟ୍ରୋନିକ୍ସ ଇଞ୍ଜିନିୟରିଂ ବିଭାଗରେ ୨୦୨୪ ଶିକ୍ଷା ବର୍ଷ ନିମନ୍ତେ ବି. ଟେକ୍ ଓ ଏମ୍‌.ଟେକ୍ ଶିକ୍ଷା ସମାପ୍ତ କରିଥିବା ଛାତ୍ରଛାତ୍ରୀଙ୍କୁ ଡିଗ୍ରୀ ପ୍ରଦାନ କରାଯାଇଛି ।

ଆଇଟିଇଆରର ଗଣିତ, ରସାୟନ ବିଜ୍ଞାନ, ପଦାର୍ଥ ବିଜ୍ଞାନ ଓ କମ୍ପ୍ୟୁଟର ଆପ୍ଲିକେସନ୍ (ବିସିଏ ଓ ଏମ୍‌ସିଏ)ରେ ୨୦୨୪ ଶିକ୍ଷା ବର୍ଷରେ ଶିକ୍ଷା ସମାପ୍ତ କରିଥିବା ପୋଷ୍ଟ ଗ୍ରାଜୁଏଟ୍ ଛାତ୍ରଛାତ୍ରୀଙ୍କୁ ମଧ୍ୟ ସ୍ନାତକୋତର ଡିଗ୍ରୀ ପ୍ରଦାନ କରାଯାଇଛି। ଗ୍ରାଜୁଏସନ୍ କାର୍ଯ୍ୟକ୍ରମର ପ୍ରଥମ ଦିନରେ ସୋଆ କୁଳପତି ପ୍ରଫେସର ପ୍ରଦୀପ୍ତ କୁମାର ନନ୍ଦ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଛାତ୍ରଛାତ୍ରୀମାନଙ୍କୁ ଉପାଧି ପ୍ରଦାନ କରିବା ସହ ଛାତ୍ରଛାତ୍ରୀମାନଙ୍କ ଉଜ୍ଜ୍ୱଳ ଭବିଷ୍ୟତ କାମନା କରିଥିଲେ। ସୋଆ ଦେଶର ୧୪ ତମ ଶ୍ରେଷ୍ଠ ବିଶ୍ୱବିଦ୍ୟାଳୟ ଭାବେ ମାନ୍ୟତା ପାଇଥିବା ଦୃଷ୍ଟିରୁ ଏହି ବିଶ୍ୱବିଦ୍ୟାଳୟରୁ ଶିକ୍ଷା ସମାପ୍ତ କରୁଥିବା ଛାତ୍ରଛାତ୍ରୀମାନେ ନିଜକୁ ସେହିଭଳି ଢ଼ଙ୍ଗରେ ପ୍ରତିଷ୍ଠିତ କରାଇବା ସହ ଗର୍ବିତ ହେବା ଆବଶ୍ୟକ ବୋଲି ପ୍ରଫେସର ନନ୍ଦ କହିଥିଲେ। ପ୍ରତିଟି ଛାତ୍ରଛାତ୍ରୀ ଆମ ବିଶ୍ୱବିଦ୍ୟାଳୟର ଗର୍ବ ଓ ଗୌରବ । ନୂତନ ଛାତ୍ରଛାତ୍ରୀ ହୁଅନ୍ତୁ ଅବା ପୁରାତନ ସେମାନେ ସୋଆ ସହିତ ଜଡିତ ହୋଇ ରହିବା ଆବଶ୍ୟକ ବୋଲି କୁଳପତି କହିଥିଲେ ।

ସୋଆ ଗବେଷଣା ଓ ବିକାଶ ଦିଗରେ କାର୍ଯ୍ୟ କରୁଛି ବୋଲି ପ୍ରକାଶ କରି ଛାତ୍ରଛାତ୍ରୀମାନେ ବିଶ୍ୱବିଦ୍ୟାଳୟର ଯେ କୌଣସି ଅନୁଷ୍ଠାନରେ ଗବେଷଣା କାର୍ଯ୍ୟ କରିପାରିବେ ବୋଲି ସେ କହିଥିଲେ । ଛାତ୍ରଛାତ୍ରୀମାନେ ଯେଉଁ ଶିକ୍ଷା ଲାଭ କରିଛନ୍ତି ତାହାକୁ ସମାଜର ହିତ ସାଧନ ନିମନ୍ତେ ବ୍ୟବହାର କରିବେ ବୋଲି ସେ ଆଶା ପ୍ରକାଶ କରିଥିଲେ ।

ଆଇଟିଇଆର୍ ସମ୍ପର୍କରେ ବିସ୍ତୃତ ତଥ୍ୟ ପ୍ରଦାନ କରି ଏହାର ଡିନ୍ ପ୍ରଫେସର ପ୍ରଦୀପ କୁମାର ସାହୁ ଗବେଷଣାକୁ ଅଧିକ ଗୁରୁତ୍ୱ ଦେବା ସହ ୧୭ଟି ଗୁରୁତ୍ୱପୂର୍ଣ୍ଣ ବିଭାଗରେ ଗବେଷଣା ଉପରେ ଜୋର ଦିଆଯାଉଥିବା କହିଥିଲେ । ତେବେ ଛାତ୍ରଛାତ୍ରୀମାନେ ନିଜକୁ ପ୍ରତିଷ୍ଠିତ କରିବା ପାଇଁ କଠିନ ପରିଶ୍ରମ କରନ୍ତୁ ବୋଲି ସେ ଆହ୍ୱାନ ଦେଇଥିଲେ । ଆଇଟିଇଆର୍‌ର ଆଡିସ୍‌ନାଲ୍ ଡିନ୍ (ଏକାଡେମିକ୍ ) ପ୍ରଫେସର ଧୀରେନ୍ଦ୍ର ନାଥ ଥାଟୋଇ ଏବଂ ସୋଆ ଛାତ୍ରମଙ୍ଗଳ ଡିନ୍ ପ୍ରଫେସର ଜ୍ୟୋତି ରଂଜନ ଦାସ ମଧ୍ୟ ଉପସ୍ଥିତ ଥିଲେ । ଆଇଟିଇଆର୍‌ର ଆଡିସ୍‌ନାଲ୍ ଡିନ୍ (ଷ୍ଟୁଡେଂଟ ଆଫେୟାର୍ସ) ପ୍ରଫେସର ରେଣୁ ଶର୍ମା ସ୍ୱାଗତ ଭାଷଣ ଦେଇଥିଲେ ।

କାର୍ଯ୍ୟକ୍ରମର ଦ୍ୱିତୀୟ ଦିନରେ ମୁଖ୍ୟ ଅତିଥି ଭାବେ ସୋଆର କଂଟ୍ରୋଲର ଅଫ୍ ଏଗଜାମିନେସନ୍ ପ୍ରଫେସର ମଞ୍ଜୁଳା ଦାସ ଯୋଗ ଦେଇ ଛାତ୍ରଛାତ୍ରୀମାନଙ୍କୁ ଶପଥ ପାଠ କରାଇବା ସହ ଉପାଧି ପ୍ରଦାନ କରିଥିଲେ । ଛାତ୍ରଛାତ୍ରୀମାନଙ୍କ ପାଇଁ ଏହି ଗ୍ରାଜୁଏସନ୍ କାର୍ଯ୍ୟକ୍ରମ ଏକ ଗୁୁରୁତ୍ୱପୂର୍ଣ୍ଣ ଦିନ ଅଟେ । ଏହି ଡିଗ୍ରୀ ଛାତ୍ରଛାତ୍ରୀମାନଙ୍କର କଠିନ ପରିଶ୍ରମ, ନିଷ୍ଠା, ଶୃଙ୍ଖଳା ଓ ସମୟାନୁବର୍ତିତାର ଫଳ ତଥା ଶିକ୍ଷକ ଓ ଅଭିଭାବକଙ୍କର ସହଯୋଗରେ ସମ୍ଭବପର ହୋଇପାରିଛି ବୋଲି ପ୍ରଫେସର ଦାସ କହିଥିଲେ । ନିଜର କଠିନ ପରିଶ୍ରମ ଫଳରେ ନିଜର ସ୍ୱପ୍ନକୁ ସାକାର କରିବା ସମ୍ଭବ ହୋଇପାରେ । ସବୁବେଳେ ନିଜ କର୍ମକ୍ଷେତ୍ରରେ ସକାରାତ୍ମକ ମନୋଭାବ ରଖି କାର୍ଯ୍ୟ କଲେ ସବୁ କାର୍ଯ୍ୟରେ ସଫଳତା ମିଳିପାରିବ ବୋଲି ସେ କହିଥିଲେ ।

ଦ୍ୱିତୀୟ ଦିନ କାର୍ଯ୍ୟକ୍ରମରେ ସୋଆର ଛାତ୍ର ମଙ୍ଗଳ ଡିନ୍ ପ୍ରଫେସର ଜ୍ୟୋତି ରଞ୍ଜନ ଦାସ, ଆଇଟିଇଆର୍ ଆଡିସ୍‌ନାଲ୍ ଡିନ୍ (ଏକାଡେମିକ୍ ) ପ୍ରଫେସର ଧୀରେନ୍ଦ୍ର ନାଥ ଥାଟୋଇ ଏବଂ ଡିନ୍ (ରିସର୍ଚ୍ଚ) ପ୍ରଫେସର ଜୟନ୍ତ କୁମାର ନାଥ ଉପସ୍ଥିତ ଥିଲେ ।

Leave A Reply

Your email address will not be published.