ପ୍ରମୁଖ ଖବର

ଗାଁରେ ମିଳିବ ସହରୀ ସୁବିଧା, ପ୍ରତି ପଞ୍ଚାୟତରେ ଆଦର୍ଶ ଖେଳ ପଡ଼ିଆ ଓ କଲ୍ୟାଣ ମଣ୍ଡପ
ଇଭି ଓ ପରିବେଶ ଅନୁକୂଳ ଯାନକୁ ପରମିଟ୍ ଫି’ ଛାଡ଼
ବାଂଲାଦେଶର ୨୩ତମ ରାଷ୍ଟ୍ରପତି ହେଲେ ମିର୍ଜା ଫକରୁଲ୍ ଇସଲାମ୍ ଆଲମଗୀର
ଜେପିଏସ୍‌ସି ପରୀକ୍ଷା ରଦ୍ଦ ନିଷ୍ପତ୍ତି ଉପରେ ରୋକ୍‌, ହେମନ୍ତ ସରକାରଙ୍କୁ ଝଟକା
ଅଟୋ ଚାଳକଙ୍କ ହଙ୍ଗାମା: ୪୦୦ ଅଟୋ ଜବତ, ପରମିଟ ରଦ୍ଦ ପାଇଁ ପଦକ୍ଷେପ
ମହାରାଷ୍ଟ୍ରରେ ଛାତ୍ରୀଙ୍କୁ ମିଳିଵ ମାସକୁ ୨ ହଜାର ଟଙ୍କା ପକେଟ ମନି
ପୂର୍ବତନ କଂଗ୍ରେସ ସାଂସଦ ସଜ୍ଜନ କୁମାରଙ୍କ ପରଲୋକ
ବୀମା ନଥିଲେ ପେଟ୍ରୋଲ ନାହିଁ: ପାଇଲଟ୍ ପ୍ରକଳ୍ପ ଲାଗୁ କରିବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

ରାଜ୍ୟ କ୍ୟାବିନେଟରେ ମୁଖ୍ୟମନ୍ତ୍ରୀ କାମଧେନୁ ଯୋଜନା’କୁ ମଞ୍ଜୁରୀ

0

ଭୁବନେଶ୍ବର: ଲୋକସେବା ଭବନରେ ଶନିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ କ୍ୟାବିନେଟର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଛି। ଏଥିରେ ମୋଟ ୬ଟି ବିଭାଗରେ ୭ଟି ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି। ‘ମୁଖ୍ୟମନ୍ତ୍ରୀ କାମଧେନୁ ଯୋଜନା’କୁ ରାଜ୍ୟ କ୍ୟାବିନେଟ୍ ମଞ୍ଜୁରୀ ଦେଇଛନ୍ତି। ବୈଠକ ପରେ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଏନେଇ ସୂଚନା ଦେଇଛନ୍ତି।

ଏହି ଯୋଜନା ୨୦୨୪-୨୫ ଆର୍ଥିକ ବର୍ଷରୁ ୨୦୨୮-୨୯ ମସିହା ପର୍ଯ୍ୟନ୍ତ କାର୍ଯ୍ୟକାରୀ କରାଯିବ। ଏହି ଯୋଜନାରେ ଦୁଗ୍ଧ ଉତ୍ପାଦନକୁ ବୃଦ୍ଧି କରିବା ସହ ୧୫ ଲକ୍ଷ ୪୭ହଜାର ୮୩୭ଜଣ ଗୋପାଳକଙ୍କ ଆୟ ବୃଦ୍ଧିକୁ ତ୍ୱରାନ୍ୱିତ ପାଇଁ ଲକ୍ଷ୍ୟଧାର୍ଯ୍ୟ କରାଯାଇଛି।

କାମଧେନୁ ଯୋଜନା ସହିତ ୭ଟି ପ୍ରସ୍ତାବକୁ ଅନୁମୋଦନ ମିଳିଛି। ଗୋପାଳନ ପାଇଁ ନୂଆ ଯୋଜନା ଆରମ୍ଭ ହେବ। ଗାଈ ଓ ମଇଁଷି ଚାଷୀଙ୍କ ପାଇଁ କ୍ଷେତ୍ର ପ୍ରସ୍ତୁତ ହେବ। ଗୋସମ୍ପଦ ବୀମା ୮୫% ସରକାର ଦେବେ, ୧୫% ଚାଷୀ ଦେବେ। ଓମଫେଡକୁ ସଶକ୍ତ କରିବାକୁ ରାଜ୍ୟ ସରକାର ଯୋଜନା ପ୍ରସ୍ତୁତ କରିଛନ୍ତି। ଏଥିପାଇଁ ରାଜ୍ୟ ସରକାର ଆଗାମୀ ୫ ବର୍ଷ ମଧ୍ୟରେ ୧୪୨୩ କୋଟି ଟଙ୍କା ଖର୍ଚ୍ଚ କରିବାକୁ ଲକ୍ଷ୍ୟ ରଖିଛନ୍ତି।

Leave A Reply

Your email address will not be published.