ପ୍ରମୁଖ ଖବର

ଆଇଏମ୍‌ଏସ୍ ଆଣ୍ଡ ସମ ହସ୍ପିଟାଲ୍ କ୍ୟାମ୍ପସ-୨ରେ ଏଆରଟି ସେଂଟର ଉଦ୍‌ଘାଟିତ
ପଞ୍ଚମ ଏବଂ ଅଷ୍ଟମ ଶ୍ରେଣୀ ପାଇଁ ୧୭ଟି ନୂତନ ପାଠ୍ୟପୁସ୍ତକକୁ ମିଳିଲା ଅନୁମୋଦନ
କ୍ୟାବିନେଟରେ ୫ବିଭାଗର ୬ପ୍ରସ୍ତାବକୁ ମଞ୍ଜୁରୀ
ବିନା ଅନୁମତିରେ ବିଡିଓ ଓ ତହସିଲଦାର ଛୁଟିରେ ରହିଲେ ନିଆଯିବ କାର୍ଯ୍ୟାନୁଷ୍ଠାନ
ଯାତ୍ରୀଙ୍କ ପାଇଁ ଆଡଭାଇଜରି ଜାରି କଲା ଦିଲ୍ଲୀ ବିମାନବନ୍ଦର
ବାଲେଶ୍ବର ଜିଲ୍ଲା ମୁଖ୍ୟ ହସ୍ପିଟାଲରେ ଅଗ୍ନିକାଣ୍ଡ

ମାଓବାଦୀଙ୍କ ଆଇଇଡି ବିସ୍ଫୋରଣରେ ୫ ଯବାନ ଆହତ

0

ବିଜାପୁର: ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ବିଜାପୁର ଜିଲାରେ ଆଇଇଡି ବିସ୍ଫୋରଣ ହୋଇ ୫ ଯବାନ ଆହତ ହୋଇଛନ୍ତି। ଆହତ ସିଆରପିଫ୍‌ ଯବାନଙ୍କୁ ବିଜାପୁର ମେଡିକାଲରେ ଭର୍ତ୍ତି କରାଯାଇଛି ।

ସୂଚନାନୁସାରେ, ଛତିଶଗଡ଼ ବିଜାପୁର ଜିଲା ଚିନ୍ନାଗେଲୁର ସିଆରପିଏଫ୍‌ କ୍ୟାମ୍ପ୍‌ରୁ ରବିବାର ସକାଳୁ ଯବାନମାନେ ସର୍ଚ୍ଚ ଅପରେଶନ ପାଇଁ ଯାଇଥିବା ବେଳେ ଟେରାମ୍‌ ଗୁଡୁମ୍‌ ଥାନା ଅଞ୍ଚଳରେ ମାଓବାଦୀମାନେ ଖଞ୍ଜିଥିବା ଆଇଇଡି ବିସ୍ଫୋରଣ ହୋଇଥିଲା। ଫଳରେ ୫ ଯବାନ ସାମାନ୍ୟ ଆହତ ହୋଇଛନ୍ତି।

ତେବେ ଏହି ଆଇଇଡି ବିସ୍ଫୋରଣରେ କେବଳ ପୋଲିସ କିମ୍ବା ସୁରକ୍ଷାକର୍ମୀ ନୁହନ୍ତି ବରଂ ସାଧାରଣ ଲୋକ ମଧ୍ୟ ଶିକାର ହୋଇଥିବା ସୂଚନା ପ୍ରଦାନ କରିଛନ୍ତି। ଆହତମାନଙ୍କୁ ପ୍ରାଥମିକ ଚିକିତ୍ସା ପରେ ଉତ୍ତମ ଚିକିତ୍ସା ପାଇଁ ବିଜାପୁର ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଥିବା ପୋଲିସ ସୂତ୍ରରୁ ପ୍ରକାଶ। ବର୍ତ୍ତମାନ ଉକ୍ତ ଅଞ୍ଚଳରେ ସର୍ଚ୍ଚ ଅପରେଶନ ଜାରି ରହିଥିବା ସୂଚନାରୁ ଜଣାପଡ଼ିଛି।

Leave A Reply

Your email address will not be published.