ପ୍ରମୁଖ ଖବର

ପଞ୍ଚାୟତ ନିର୍ବାଚନ ପାଇଁ ବାଜିଲା ବିଗୁଲ, ମାର୍ଚ୍ଚ ୫ ପରେ ଘୋଷଣା ହୋଇପାରେ ତାରିଖ
ୟୁକ୍ରେନ୍‌ ଉପରେ ୩ ଦିନ ଆକ୍ରମଣ ବନ୍ଦ: ପୁଟିନଙ୍କ ନିର୍ଦ୍ଦେଶ
ଶିକ୍ଷକଙ୍କ ସମସ୍ୟା ଶୀଘ୍ର ସମାଧାନ ହେବ: ଉଚ୍ଚଶିକ୍ଷା ମନ୍ତ୍ରୀ
ଟ୍ରକ୍‌ ପଛରେ ପିଟିହେଲା କାର୍‌, ୮ ଛାତ୍ରଙ୍କ ମୃତ୍ୟୁ
ଶିକ୍ଷକ କେବଳ ପାଠ ପଢ଼ାନ୍ତି ନାହିଁ, ଭବିଷ୍ୟତ ଗଢ଼ନ୍ତି: ରାଷ୍ଟ୍ରପତି ମୁର୍ମୁ

ସ୍ୱାସ୍ଥ୍ୟମନ୍ତ୍ରୀ ଦାବି ପୂରଣ ପ୍ରତିଶୃତି ଦେବାପରେ ଆନ୍ଦୋଳନ ପ୍ରତ୍ୟାହୃତ ପାଇଁ ରାଜି ନର୍ସିଂ ସଂଘ

0

ଭୁବନେଶ୍ବର: ଦୀର୍ଘ ୪ଦିନର କାର୍ଯ୍ୟବନ୍ଦ ଆନ୍ଦୋଳନ ପରେ ଶନିବାର ନର୍ସିଂ କର୍ମଚାରୀଙ୍କ ସହ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଆଲୋଚନା କରିଛନ୍ତି। ସରକାର ଓଡ଼ିଶା ନର୍ସିଂ କର୍ମଚାରୀ ସଂଘର ସମସ୍ତ ଦାବି ନେଇ ଅବଗତ ରହିଛନ୍ତି । ଏହାକୁ ପୂରଣ କରିବା ପାଇଁ ସଂଘ ପକ୍ଷରୁ ସରକାର ଏକ ଆନ୍ତଃବିଭାଗୀୟ କମିଟି ଗଠନ କରିଛନ୍ତି।

ଖୁବ୍‌ଶୀଘ୍ର ଦାବି ପୂରଣ ନେଇ ପଦକ୍ଷେପ ନିଆଯିବ ବୋଲି ମନ୍ତ୍ରୀ ପ୍ରତିଶୃତି ଦେବାପରେ ଆନ୍ଦୋଳନ ପ୍ରତ୍ୟାହୃତ ପାଇଁ ନର୍ସିଂ ସଂଘ ରାଜି ହୋଇଥିବା ନେଇ ସୂଚନା ଦେଲେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ମୁକେଶ ମହାଲିଙ୍ଗ । ଆଜି ସନ୍ଧ୍ୟାରେ ଆଲୋଚନା ପରେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ ଗଣମାଧ୍ୟମର ପ୍ରତିନିଧିଙ୍କୁ ସୂଚନା ଦେଇଛନ୍ତି ।

ମନ୍ତ୍ରୀ କହିଛନ୍ତି ଯେ, ସୌହାର୍ଦ୍ଦ୍ୟପୂର୍ଣ୍ଣ ବାତାବରଣରେ ନର୍ସିଂ ସଂଘ ସହ ଆଲୋଚନା ହୋଇଛି । ଆନ୍ଦୋଳନ ପ୍ରତ୍ୟାହୃତ ପାଇଁ ଅପିଲ କରିଛି, ସେମାନେ ରାଜି ହୋଇଛନ୍ତି । ଆଜିଠୁ ଆନ୍ଦୋଳନ ପ୍ରତ୍ୟାହାର କରିବାକୁ ସେମାନେ ରାଜି ହୋଇଛନ୍ତି । ଏନେଇ ଆମେ ଏକ କମିଟି ଗଠନ କରିବୁ । ଏହି କମିଟିରେ ନର୍ସିଂ ସଂଘର ଦାବି ସଂପର୍କରେ ଆଲୋଚନା କରିବୁ ବୋଲି କହିଛନ୍ତି ।

ସେପଟେ ଆନ୍ଦୋଳନ ନେଇ ନର୍ସିଂ ସଂଘ ସଭାପତି କହିଛନ୍ତି, ସ୍ବାସ୍ଥ୍ୟ ମନ୍ତ୍ରୀଙ୍କ ସହ ଆଲୋଚନା ସଫଳ ହୋଇଛି ବୋଲି ସଭାପତି କହିଛନ୍ତି । ଦାବି ପୂରଣ ପାଇଁ ମନ୍ତ୍ରୀ ପ୍ରତିଶ୍ରୁତି ଦେଇଥିବା କହିଛନ୍ତି । ତେବେ ଆନ୍ଦୋଳନ ଜାରି ରହିବ କି ନାହିଁ ଏନେଇ ଆମେ ସଂଘର ଅନ୍ୟ ସଦସ୍ୟଙ୍କ ସହ ଆଲୋଚନା କରିବୁ ବୋଲି ସେ କହିଛନ୍ତି ।

Leave A Reply

Your email address will not be published.