ପ୍ରମୁଖ ଖବର

ଭାରତୀୟ ପାଇଲଟ୍‌ଙ୍କ ସାହସକୁ ୟୁଏଇର ସମ୍ମାନ, ପ୍ରଦାନ କଲା ‘ଜାୟେଦ୍‌’ ପୁରସ୍କାର
କେନ୍ଦ୍ରୀୟ କର୍ମଚାରୀଙ୍କ ଡିଏ ୩% ବୃଦ୍ଧି, ଜୁଲାଇରୁ ମିଳିବ ବର୍ଦ୍ଧିତ ଭତ୍ତା
ଅପରେସନ ସିନ୍ଦୂର ପରେ ପ୍ରଥମ ଥର ପାକିସ୍ତାନକୁ ନିମନ୍ତ୍ରଣ କଲା ଭାରତ
ମଧ୍ୟପ୍ରଦେଶରୁ ରାଜ୍ୟସଭା ଉପନିର୍ବାଚନ ଲଢ଼ିବେ ହରଦୀପ ସିଂହ ପୁରୀ
ସ୍ପେନରେ ଦୁଇ ହାଇସ୍ପିଡ୍‌ ଟ୍ରେନ୍‌ ଧକ୍କା, ୩୯ ମୃତ
ଆନ୍ଧ୍ରରେ ସ୍ଥଳଭାଗ ଛୁଇଁ ଓଡ଼ିଶାମୁହାଁ ‘ଅର୍ଣ୍ଣବ’, ୨୪ ଘଣ୍ଟା ସତର୍କ ରହିବାକୁ ଏସ୍‌ଆର୍‌ସିଙ୍କ ପରାମର୍ଶ

ଅକ୍ଟୋବର ୯ ମିଳିବ ଦ୍ଵିତୀୟ ପର୍ଯ୍ୟାୟ ସୁଭଦ୍ରା ଟଙ୍କା

0

ଭୁବନେଶ୍ବର: ଆସନ୍ତା ଅକ୍ଟୋବର ୯ ତାରିଖରେ ସୁଭଦ୍ରା ପ୍ରଥମ କିସ୍ତିର ଦ୍ଵିତୀୟ ପର୍ଯ୍ୟାୟ ମିଳିବ। ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା ସୂଚନା ଦେଇଛନ୍ତି। ଆସନ୍ତା ଅକ୍ଟୋବର ୯ରେ ସୁଭଦ୍ରା ଯୋଜନାର ଦ୍ବିତୀୟ ପର୍ଯ୍ୟାୟ ଟଙ୍କା ମିଳିବ। ଏଥିପାଇଁ ବାରିପଦାରେ ସଭା ଆୟୋଜିତ କରି ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ହାତରେ ଏହି ଟଙ୍କା ପ୍ରଦାନ କରାଯିବ। ଦ୍ଵିତୀୟ ପର୍ଯ୍ୟାୟରେ ପ୍ରାୟ ୪୦ ଲକ୍ଷ ମହିଳା ସାମିଲ ହେବେ। ଅକ୍ଟୋବର ୭ ସୁଦ୍ଧା ଯେଉଁମାନେ ଆବେଦନ କରିଥିବେ ସେମାନଙ୍କ ମଧ୍ୟରୁ ଯୋଗ୍ୟ ମହିଳାମାନେ ଏହି ଯୋଜନାରେ ସାମିଲ ହେବେ। ବର୍ତ୍ତମାନ ପର୍ଯ୍ୟନ୍ତ ୯୭ ଲକ୍ଷ ମହିଳା ସୁଭଦ୍ରା ସହାୟତା ପାଇଁ ଆବେଦନ କରିସାରିଲେଣି। ଯେଉଁମାନେ ବାଦ୍ ପଡିଯିବେ ସେମାନେ ପରବର୍ତ୍ତୀ ପର୍ଯ୍ୟାୟରେ ସାମିଲ ହେବେ।

ପ୍ରଭାତି ପରିଡା ଆହୁରି ମଧ୍ୟ କହିଛନ୍ତି, ମାର୍ଚ୍ଚ ୮ ଯାଏଁ ସୁଭଦ୍ରା ଆବେଦନ ପାଇଁ ସମୟ ସୀମା ରହିଛି। ତେଣୁ ଯେଉଁମାନେ ଇ-କେଓ୍ବାଇସି ଭରିନାହାନ୍ତି ସେମାନେ ଭରିଲେ ଯଙ୍କା ନିହାତି ପାଇପାରିବେ। ତେବେ ଏହି ବାରିପଦା ସଭାରେ ଯେଉଁ ମହିଳା ଏହି ସହାୟତା ପାଇଁ ପ୍ରଥମେ ଆବେଦନ କରିଥିବେ ଓ ଯେଉଁ ମହିଳା ୧ କୋଟିରେ ସେମାନଙ୍କୁ ସଭାରେ ସମ୍ମାନିତ କରାଯିବ ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି। ଗତ ୧୭ ତାରିଖରେ ରାଜ୍ୟରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ ହୋଇଥିଲା। ଭୁବନେଶ୍ୱରରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯୋଗ ଦେଇ ଏହି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ।

Leave A Reply

Your email address will not be published.