ପ୍ରମୁଖ ଖବର

ଭୂଦାନ ଜମିର ପଞ୍ଜିକରଣ-ମ୍ୟୁଟେସନ୍‌ରେ ରୋକ, ଡିଜିଟାଲ ଡାଟାବେସ୍‌ ପ୍ରସ୍ତୁତି
ୟୁରୋପକୁ ଅଶୋଧିତ ତୈଳ ଯୋଗାଣ ବନ୍ଦ କଲା ସାଉଦି
NISER ହଷ୍ଟେଲ ଛାତରୁ ପଡ଼ି ଛାତ୍ର ମୃତ
ପ୍ରତ୍ୟାହାର ନିଷ୍ପତ୍ତି ବଦଳାଇଲେ ମମତାଙ୍କ ପ୍ରାର୍ଥୀ
ମଧ୍ୟପ୍ରଦେଶରେ ନାଳରେ ଭାସିଗଲା କାର, ୭ ଓଡ଼ିଆଙ୍କ ସମେତ ୮ ମୃତ
ଘରୋଇ ବିଶ୍ୱବିଦ୍ୟାଳୟ ଲାଭ ପାଇଁ ଚାଲିପାରିବ ନାହିଁ: ସୁପ୍ରିମକୋର୍ଟ
ଟିଏମ୍‌ସିର ନାମ-ଚିହ୍ନ ଫ୍ରିଜ୍, ସୁପ୍ରିମକୋର୍ଟରେ ମମତା

ଅକ୍ଟୋବର ୯ ମିଳିବ ଦ୍ଵିତୀୟ ପର୍ଯ୍ୟାୟ ସୁଭଦ୍ରା ଟଙ୍କା

0

ଭୁବନେଶ୍ବର: ଆସନ୍ତା ଅକ୍ଟୋବର ୯ ତାରିଖରେ ସୁଭଦ୍ରା ପ୍ରଥମ କିସ୍ତିର ଦ୍ଵିତୀୟ ପର୍ଯ୍ୟାୟ ମିଳିବ। ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା ସୂଚନା ଦେଇଛନ୍ତି। ଆସନ୍ତା ଅକ୍ଟୋବର ୯ରେ ସୁଭଦ୍ରା ଯୋଜନାର ଦ୍ବିତୀୟ ପର୍ଯ୍ୟାୟ ଟଙ୍କା ମିଳିବ। ଏଥିପାଇଁ ବାରିପଦାରେ ସଭା ଆୟୋଜିତ କରି ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ହାତରେ ଏହି ଟଙ୍କା ପ୍ରଦାନ କରାଯିବ। ଦ୍ଵିତୀୟ ପର୍ଯ୍ୟାୟରେ ପ୍ରାୟ ୪୦ ଲକ୍ଷ ମହିଳା ସାମିଲ ହେବେ। ଅକ୍ଟୋବର ୭ ସୁଦ୍ଧା ଯେଉଁମାନେ ଆବେଦନ କରିଥିବେ ସେମାନଙ୍କ ମଧ୍ୟରୁ ଯୋଗ୍ୟ ମହିଳାମାନେ ଏହି ଯୋଜନାରେ ସାମିଲ ହେବେ। ବର୍ତ୍ତମାନ ପର୍ଯ୍ୟନ୍ତ ୯୭ ଲକ୍ଷ ମହିଳା ସୁଭଦ୍ରା ସହାୟତା ପାଇଁ ଆବେଦନ କରିସାରିଲେଣି। ଯେଉଁମାନେ ବାଦ୍ ପଡିଯିବେ ସେମାନେ ପରବର୍ତ୍ତୀ ପର୍ଯ୍ୟାୟରେ ସାମିଲ ହେବେ।

ପ୍ରଭାତି ପରିଡା ଆହୁରି ମଧ୍ୟ କହିଛନ୍ତି, ମାର୍ଚ୍ଚ ୮ ଯାଏଁ ସୁଭଦ୍ରା ଆବେଦନ ପାଇଁ ସମୟ ସୀମା ରହିଛି। ତେଣୁ ଯେଉଁମାନେ ଇ-କେଓ୍ବାଇସି ଭରିନାହାନ୍ତି ସେମାନେ ଭରିଲେ ଯଙ୍କା ନିହାତି ପାଇପାରିବେ। ତେବେ ଏହି ବାରିପଦା ସଭାରେ ଯେଉଁ ମହିଳା ଏହି ସହାୟତା ପାଇଁ ପ୍ରଥମେ ଆବେଦନ କରିଥିବେ ଓ ଯେଉଁ ମହିଳା ୧ କୋଟିରେ ସେମାନଙ୍କୁ ସଭାରେ ସମ୍ମାନିତ କରାଯିବ ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି। ଗତ ୧୭ ତାରିଖରେ ରାଜ୍ୟରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ ହୋଇଥିଲା। ଭୁବନେଶ୍ୱରରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯୋଗ ଦେଇ ଏହି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ।

Leave A Reply

Your email address will not be published.