ପ୍ରମୁଖ ଖବର

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ୟୁଏଇ ଗସ୍ତର ପ୍ରଥମ ଦିନରେ ଓଡ଼ିଶାରେ ନିବେଶ ଓ ବାଣିଜ୍ୟିକ ସହଯୋଗ ବୃଦ୍ଧି ନେଇ ଏକାଧିକ ଗୁରୁତ୍ୱପୂର୍ଣ୍ଣ ଆଲୋଚନା
ଭୋଟର ତାଲିକାରେ ନାମର ବନାନ ତ୍ରୁଟି; ଭାରତ ରତ୍ନ ବୈଜ୍ଞାନିକ ସିଏନଆର ରାଓଙ୍କୁ ନୋଟିସ୍‌
ଫାୟାର ସେଫ୍ଟି ନିୟମ ଭାଙ୍ଗିଲେ ବନ୍ଦ ହେବ କୋଚିଂ ସେଣ୍ଟର; ସେପ୍ଟେମ୍ବର ୧୫ରୁ ସ୍ୱତନ୍ତ୍ର ଯାଞ୍ଚ
ଇରାନ-ଆମେରିକା ମୁହାଁମୁହିଁ; ଖାର୍ଗ ଦ୍ୱୀପ ନିକଟରେ ୫ ତୈଳ ଟ୍ୟାଙ୍କର ଧ୍ୱଂସ
୧୧ରେ ମୋଦୀ-ପୁଟିନ୍‌ ଦ୍ୱିପାକ୍ଷିକ ଆଲୋଚନା
୭ଟି ହାଇ-ଡେନ୍ସିଟି ରେଳ କରିଡୋରକୁ ଫୋର୍‌-ଲେନ୍‌ କରିବାକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ
୨୪ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର, ୩ ଦିନ ଯାଏଁ ବର୍ଷା ସମ୍ଭାବନା
ସମ୍ ରେ ପଂଚମ ମଲ୍‌ଟିପଲ୍ କ୍ୟାଡାଭେରିକ୍ ଅର୍ଗାନ୍ ରିଟ୍ରିଭାଲ୍‌

ଚିତ୍ରକୋଣ୍ଡାରୁ ୧ ଟନ୍ କଇଁଛ ଜବତ, ୨ ଗିରଫ

0

ମାଲକାନଗିରି: ମାଲକାନଗିରି ଜିଲ୍ଲାରୁ ବିପୁଳ ମାତ୍ରାରେ କଇଁଛ ଜବତ ହୋଇଛି। ଆଜି ଚିତ୍ରକୋଣ୍ଡା ବନ ବିଭାଗ ପକ୍ଷରୁ ଚଢାଉ କରାଯାଇ ୧ ଟନ୍ କଇଁଛ ଜବତ କରିବା ସହ ଘଟଣାରେ ୨ ଜଣଙ୍କୁ ଗିରଫ କରିଛି।

ଚିତ୍ରକୋଣ୍ଡା ବନବିଭାଗ ଅଧିକାରୀଙ୍କ ସୂଚନା ମୁତାବକ, ଏହି ଜବତ କଇଁଛ ଗୁଡିକ ଏକ ଭ୍ୟାନ୍‌ ଯୋଗେ ଆନ୍ଧ୍ରପ୍ରଦେଶର ନରସିଂହପାଟଣାରୁ ମାଲକାନଗିରିର କାଲିମେଳା ଓ ଏମ୍‌ଭି୭୯କୁ ଚାଲାଣ ହେଉଥିଲା। ଖବରପାଇ ଚିତ୍ରକୋଣ୍ଡା ରେଞ୍ଜରଙ୍କ ନିର୍ଦ୍ଦେଶ କ୍ରମେ ଏକ ଟିମ୍‌ ଆଜି ଚିତ୍ରକୋଣ୍ଡା ସୀମାନ୍ତ ରାଜୁଲକୋଣ୍ଡା ଠାରେ ଏହି କଇଁଛ ବୋଝେଇ ଗାଡ଼ିଟିକୁ ରୋକି ଯାଞ୍ଚ କଲାବେଳେ ଏହି ସବୁ କଇଁଛ ଗୁଡିକୁ ଜବତ କରିଛି। କଇଁଛ ଗୁଡିକୁ ଗାଡିରେ ସୋଲ ପେଟିରେ ଭର୍ତ୍ତି ହୋଇ ୩୫ଟି ଅଖାରେ ରଖାଯାଇଥିଲା। ଚିତ୍ରକୋଣ୍ଡା ବନାଞ୍ଚଳ କଇଁଛ ଗୁଡ଼ିକୁ ଜବତ କରାଯିବା ସହିତ ୨ ଜଣଙ୍କୁ ଗିରଫ କରିଛି। ଏହି ଘଟଣାରେ ଆଉ କେଉଁ ମାନଙ୍କର ସମ୍ପୃକ୍ତି ଅଛି ସେନେଇ ଅଧିକ ତଦନ୍ତ କରାଯାଉଛି।

Leave A Reply

Your email address will not be published.