ପ୍ରମୁଖ ଖବର

ଫିଟନେସ୍‌ ବିନା ରାସ୍ତାରେ ଗଡ଼ିବନି ଗାଡ଼ି; ନିୟମ ଭଙ୍ଗିଲେ ହେବ ଜବତ
ଭୁବନେଶ୍ୱରରେ ନିର୍ମାଣ ହେବ ୬୦୦ କୋଟି ଟଙ୍କାର ଅତ୍ୟାଧୁନିକ ରାଜସ୍ୱ ଭବନ
ଅହମଦାବାଦ ସିରିଏଲ ବିସ୍ଫୋରଣ ମାମଲା: ୩୮ଙ୍କୁ ଫାଶୀ, ୧୧ଙ୍କୁ ଆଜୀବନ କାରାଦଣ୍ଡ
ଶିଶୁ ବାଟିକା ଶିକ୍ଷକ ନିଯୁକ୍ତି ନେଇ ଭାଇରାଲ ଚିଠି ଜାଲ୍, ସ୍ପଷ୍ଟ କଲା ଗଣଶିକ୍ଷା ବିଭାଗ
ୱାୟାନାଡରେ ଭୟଙ୍କର ଭୂସ୍ଖଳନ: ୩ ମୃତ, ୭ ନିଖୋଜ; ଜାରି ରହିଛି ଉଦ୍ଧାର କାର୍ଯ୍ୟ
ନାଟୋ ସମ୍ମିଳନୀ ପୂର୍ବରୁ ୟୁକ୍ରେନ୍‌ ଉପରେ ରୁଷର ଭୟଙ୍କର ଆକ୍ରମଣ, ୨୩ ମୃତ
ତେଲ ନଦୀରେ ଭାସି ଯାଇ ବୃଦ୍ଧଙ୍କ ମୃତ୍ୟୁ
ଇଣ୍ଡୋନେସିଆର ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ ହେଲେ ପ୍ରଧାନମନ୍ତ୍ରୀ ମୋଦୀ
ଅଦିନିଆ ରଥଯାତ୍ରା ବନ୍ଦ ପାଇଁ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ଗଜପତି
ଭୁବନେଶ୍ବର: ଦାମୀ ଗାଡ଼ିରେ ବ୍ରାଉନସୁଗାର କାରବାର, ବାପ–ପୁଅ ଗିରଫ

ବିଜେଡିର ୪ ନେତାଙ୍କୁ କାରଣ ଦର୍ଶାଅ ନୋଟିସ

0

ଭୁବନେଶ୍ବର: ବିଜେଡିର ୪ ଜଣ ନେତାଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କରାଯାଇଛି। ବିଜେଡି କର୍ପୋରେଟର ଅମରେଶ ଜେନା ଏବଂ ବିରଞ୍ଚି ନାରାୟଣ ମହାଶୂପକାରଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କଲେ ଭୁବନେଶ୍ୱର ଜିଲ୍ଲା ବିଜେଡି ସଭାପତି ସୁଶାନ୍ତ ରାଉତ। ଅମରେଶ ଜେନା, ବିରଞ୍ଚି ମହାସୂପକାର, ବିବେକ ସ୍ବାଇଁ ଏବଂ ରାଜେଶ ପାତ୍ରଙ୍କୁ ଦଳରେ ବିଶୃଙ୍ଖଳା କାର୍ଯ୍ୟକଳାପ ପାଇଁ ନୋଟିସ ପଠାଯାଇଛି। ବିଜୁ ଛାତ୍ର ଜନତା ଦଳର ରାଜ୍ୟ ସଚିବ, ବିଜୁ ଯୁବ ଜନତା ଦଳର ସଭାପତିଙ୍କୁ ବି ନୋଟିସ ହୋଇଛି। ୧୫ ଦିନ ମଧ୍ୟରେ ଉତ୍ତର ରଖିବାକୁ କଡ଼ା ନିର୍ଦ୍ଦେଶ ଦେଇଛନ୍ତି ସୁପ୍ରିମୋ।

ଅଶୋକ ଓ ଅନନ୍ତଙ୍କ ସମର୍ଥକ କର୍ପୋରେଟର ସୋମବାର ଗୋଟିଏ ବସରେ ସମସ୍ତେ ପୁରୀ ଲୋକନାଥ ଦର୍ଶନ ପାଇଁ ଯାଇଛନ୍ତି। ହେଲେ ଏମାନଙ୍କ ସହ ବିରଞ୍ଚି ଏବଂ ଅମରେଶ ଜେନାଙ୍କ ଗୋଷ୍ଠୀ ଯାଇ ନାହାନ୍ତି। ଶୁକ୍ରବାର ଗୋଟିଏ ପଟେ ବିଏମସି କର୍ପୋରେସନ ବୈଠକ ଚାଲିଥିବାବେଳେ ଅନ୍ୟପଟେ କର୍ପୋରେସନ ବୈଠକ ବସିଥିଲା। ସବୁଠାରୁ ବଡ଼ କଥା ହେଉଛି ଏହି କର୍ପୋରେସନ ବୈଠକକୁ ବିଜେଡିର ପ୍ରାୟ ୪୦ ଜଣ କର୍ପୋରେଟର ଯାଇ ନ ଥିଲେ। ସେମାନଙ୍କ ମଧ୍ୟରୁ ଅଧିକାଂଶ ଆଉ ଏକ ସ୍ଥାନରେ ଏକାଠି ବସିଥିଲେ। ଏତେ ସଂଖ୍ୟାରେ କର୍ପୋରେଟର ବିଏମସି ବେଠକକୁ ନ ଆସିବା ଏକ ବିଦ୍ରୋହର ସଂଙ୍କେତ ହୋଇପାରେ ବୋଲି ମଧ୍ୟ କୁହାଯାଉଛି। ବିଏମସି କର୍ପୋରେସନ ବୈଠକରେ ଅଧାରୁ ଅଧିକ କର୍ପୋରେଟର ଯୋଗ ନଦେଇ ସମାନ୍ତରାଳ ଭାବେ ବୈଠକ କରିବା ଦଳୀୟ କନ୍ଦଳ ଆଡ଼କୁ ଇସାରା କରୁଛି।
ଭୁବନେଶ୍ୱର ବିଜେଡିରେ ଦିନକୁ ଦିନ ବିବାଦ ବଢିବାରେ ଲାଗିଛି। ଭୁବନେଶ୍ୱର ମହାନଗର ନିଗମରେ ବିଜେଡ଼ିର ଦୁଇ ଗୋଷ୍ଠୀର ବିବାଦ ତୀବ୍ର ରୂପ ଧାରଣ କରିଛି। ଏହାକୁ ନେଇ ବିଜେଡି ଚିନ୍ତାରେ। ବିଜେଡି ହାତରୁ ବିଏମସି ଖସି ଯିବାର ଆଶଙ୍କା ସୃଷ୍ଟି ହେଇଛି । କିଛି ବିଜେଡ଼ି କର୍ପୋରେଟର ବିଜେପିରେ ମିଶିବା ଆଶଙ୍କା କରାଯାଉଛି।

Leave A Reply

Your email address will not be published.