ପ୍ରମୁଖ ଖବର

ବିମାନରେ ପାୱାର ବ୍ୟାଙ୍କ ନେବା ମନା
ବିନା ଅନୁମୋଦନରେ ୟୁନିଟ୍ ନିର୍ମାଣ, ପାରାଦୀପ ଆଇଓସିଏଲ୍‌କୁ ସରକାରଙ୍କ ନୋଟିସ୍
ରେଳ କର୍ମଚାରୀଙ୍କୁ ୧୭,୯୫୧ ଟଙ୍କା ବୋନସ୍‌, କ୍ୟାବିନେଟ୍‌ର ମଞ୍ଜୁରି
୨୦୨୯ରେ ବିରୋଧୀଙ୍କ ପରାଜୟ ସୁନିଶ୍ଚିତ: ଅମିତ ଶାହା
ମମତା ବାନାର୍ଜୀଙ୍କୁ ଛୁରିରେ ଆକ୍ରମଣ ଉଦ୍ୟମ, ମହିଳା ଅଟକ
ବୋମା ଧମକ ପରେ ଜୟପୁରରେ ଏୟାର ଇଣ୍ଡିଆ ବିମାନର ଜରୁରୀ ଅବତରଣ
ବିହାରରେ ଡଙ୍ଗା ବୁଡ଼ି ଚାଲିଗଲା ୧୧ ଜୀବନ

ଲାଞ୍ଚ ନେବାବେଳେ ଧରା ପଡିଲେ ଫୁଡ୍ ସେଫ୍ଟି ଅଫିସର

0

କେନ୍ଦ୍ରାପଡା: ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି କେନ୍ଦ୍ରାପଡାର ଫୁଡ୍ ସେଫ୍ଟି ଅଫିସର ବିଭାଷ ମଜୁମଦାର। ଲାଇସେନ୍ସ କରାଇ ଦେବା ପାଇଁ ଲାଞ୍ଚ ନେବାବେଳେ ଫୁଡ୍‌ ସେଫ୍ଟି ଅଫିସରଙ୍କୁ ମାଡ଼ି ବସିଲା ଭିଜିଲାନ୍ସ। ଭିଜିଲାନ୍ସ ତାଙ୍କ ପାଖରୁ ୫ ହଜାର ଲାଞ୍ଚ ଟଙ୍କା ଜବତ କରିଛି।

ବିଭାଷ ଲାଇସେନ୍ସ କରାଇ ଦେବା ପାଇଁ ସଞ୍ଜୟ ପ୍ରଧ୍ୟାନ ନାମକ ଜଣେ ବ୍ୟକ୍ତିଙ୍କୁ ହଇରାଣ କରୁଥିଲେ। ଲାଇସେନ୍ସ ପାଇଁ ଆଜି କାଲି ସମୟ ଗଡ଼ାଇ ଚାଲିଥିଲେ। ହେଲେ ତାଙ୍କର ଲାଇସେନ୍ସ କରୁ ନଥିଲେ। ସଞ୍ଜୟ ବାରମ୍ବାର ବାରମ୍ବାର ଲାଇସେନ୍ସ ଅଫିସକୁ ଯାଇ ହତାଶ ହୋଇଥିଲେ। ଶେଷରେ ଫୁଡ୍ ସେଫ୍ଟି ଅଫିସର ଲାଇସେନ୍ସ କରି ଦେବା ପାଇଁ ମୋଟା ଅଙ୍କର ଟଙ୍କା ମାଗିଥିଲେ। ସଞ୍ଜୟ ଫୁଡ୍ ସେଫ୍ଟି ଅଫିସରଙ୍କୁ ପ୍ରଥମେ ୪୦ ହଜାର ଟଙ୍କା ଦେଇଥିଲେ। ଆଉ ୫ ହଜାର ଟଙ୍କା ବାକି ଥିଲା। ଆଜି ସେହି ଅବଶିଷ୍ଟ ଟଙ୍କା ନେବାକୁ କହିଥିଲେ ବିଭାଷ।

ଘଟଣା ସଂପର୍କରେ ସଞ୍ଜୟ ଭିଜିଲାନ୍ସକୁ ପୂର୍ବରୁ ଅବଗତ କରାଇଥିଲେ। ଜାତୀୟ ରାଜପଥ ତିନିମୁହାଣି ଛକରେ ଫୁଡ୍ ସେଫ୍ଟି ଅଫିସର ଲାଞ୍ଚ ନେବାବେଳେ ପୂର୍ବରୁ ଛକି ରହିଥିବା ଭିଜିଲାନ୍ସ ଅଧିକାରୀ ତାଙ୍କୁ ମାଡ଼ି ବସିଥିଲେ। ଫୁଡ୍ ସେଫ୍ଟି ଅଫିସରଙ୍କୁ ଭିଜିଲାନ୍ସ ପଚରାଉଚରା କରିଥିବା ବେଳେ ତାଙ୍କ ଠାରୁ ଲାଞ୍ଚ ଟଙ୍କା ଜବତ କରିଛି। ଏଥିସହ ଫୁଡ୍ ସେଫ୍ଟି ଅଫିସରଙ୍କ ଭଡ଼ା ଘର ଓ ପୈତୃକ ଘରେ ଚଢ଼ାଉ ଚାଲିଛି।

Leave A Reply

Your email address will not be published.