ପ୍ରମୁଖ ଖବର

ସରକାରୀ ବାସଭବନ ନ ଛାଡିବା ନେଇ ସ୍ପଷ୍ଟିକରଣ ରଖିଲେ ପୂର୍ବତନ ସିଜେଆଇ ଚନ୍ଦ୍ରଚୂଡ
ପ୍ରବଳ ବର୍ଷା ଯୋଗୁଁ ବନ୍ଦ ହେଲା କେଦାରନାଥ ଯାତ୍ରା
ହସ୍ପିଟାଲରୁ ଡିସଚାର୍ଜ ହେଲେ ନବୀନ ପଟ୍ଟନାୟକ
ପ୍ରକାଶ ପାଇଲା ଯୁକ୍ତ ଦୁଇ ପ୍ରଥମ ମେଧା ତାଲିକା, ଆଗରେ ରେଭେନ୍ସା
ବିଜେପି ରାଜ୍ୟ ସଭାପତି ହେବେ ମନମୋହନ, ଭରିଲେ ନାମାଙ୍କନ
ଏନକାଉଣ୍ଟରରେ ଦୁର୍ଦ୍ଦାନ୍ତ ମାଓବାଦୀ ନେତା ସୋଡ଼ି କନ୍ନା ନିହତ

ଲାଞ୍ଚ ନେବାବେଳେ ଧରା ପଡିଲେ ଫୁଡ୍ ସେଫ୍ଟି ଅଫିସର

0

କେନ୍ଦ୍ରାପଡା: ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି କେନ୍ଦ୍ରାପଡାର ଫୁଡ୍ ସେଫ୍ଟି ଅଫିସର ବିଭାଷ ମଜୁମଦାର। ଲାଇସେନ୍ସ କରାଇ ଦେବା ପାଇଁ ଲାଞ୍ଚ ନେବାବେଳେ ଫୁଡ୍‌ ସେଫ୍ଟି ଅଫିସରଙ୍କୁ ମାଡ଼ି ବସିଲା ଭିଜିଲାନ୍ସ। ଭିଜିଲାନ୍ସ ତାଙ୍କ ପାଖରୁ ୫ ହଜାର ଲାଞ୍ଚ ଟଙ୍କା ଜବତ କରିଛି।

ବିଭାଷ ଲାଇସେନ୍ସ କରାଇ ଦେବା ପାଇଁ ସଞ୍ଜୟ ପ୍ରଧ୍ୟାନ ନାମକ ଜଣେ ବ୍ୟକ୍ତିଙ୍କୁ ହଇରାଣ କରୁଥିଲେ। ଲାଇସେନ୍ସ ପାଇଁ ଆଜି କାଲି ସମୟ ଗଡ଼ାଇ ଚାଲିଥିଲେ। ହେଲେ ତାଙ୍କର ଲାଇସେନ୍ସ କରୁ ନଥିଲେ। ସଞ୍ଜୟ ବାରମ୍ବାର ବାରମ୍ବାର ଲାଇସେନ୍ସ ଅଫିସକୁ ଯାଇ ହତାଶ ହୋଇଥିଲେ। ଶେଷରେ ଫୁଡ୍ ସେଫ୍ଟି ଅଫିସର ଲାଇସେନ୍ସ କରି ଦେବା ପାଇଁ ମୋଟା ଅଙ୍କର ଟଙ୍କା ମାଗିଥିଲେ। ସଞ୍ଜୟ ଫୁଡ୍ ସେଫ୍ଟି ଅଫିସରଙ୍କୁ ପ୍ରଥମେ ୪୦ ହଜାର ଟଙ୍କା ଦେଇଥିଲେ। ଆଉ ୫ ହଜାର ଟଙ୍କା ବାକି ଥିଲା। ଆଜି ସେହି ଅବଶିଷ୍ଟ ଟଙ୍କା ନେବାକୁ କହିଥିଲେ ବିଭାଷ।

ଘଟଣା ସଂପର୍କରେ ସଞ୍ଜୟ ଭିଜିଲାନ୍ସକୁ ପୂର୍ବରୁ ଅବଗତ କରାଇଥିଲେ। ଜାତୀୟ ରାଜପଥ ତିନିମୁହାଣି ଛକରେ ଫୁଡ୍ ସେଫ୍ଟି ଅଫିସର ଲାଞ୍ଚ ନେବାବେଳେ ପୂର୍ବରୁ ଛକି ରହିଥିବା ଭିଜିଲାନ୍ସ ଅଧିକାରୀ ତାଙ୍କୁ ମାଡ଼ି ବସିଥିଲେ। ଫୁଡ୍ ସେଫ୍ଟି ଅଫିସରଙ୍କୁ ଭିଜିଲାନ୍ସ ପଚରାଉଚରା କରିଥିବା ବେଳେ ତାଙ୍କ ଠାରୁ ଲାଞ୍ଚ ଟଙ୍କା ଜବତ କରିଛି। ଏଥିସହ ଫୁଡ୍ ସେଫ୍ଟି ଅଫିସରଙ୍କ ଭଡ଼ା ଘର ଓ ପୈତୃକ ଘରେ ଚଢ଼ାଉ ଚାଲିଛି।

Leave A Reply

Your email address will not be published.