ପ୍ରମୁଖ ଖବର

୨୮ରୁ ବ୍ୟାଙ୍କ ଧର୍ମଘଟ, ୫ ଦିନ ପ୍ରଭାବିତ ହୋଇପାରେ ସେବା
ଜୟଶଙ୍କର, ଆଡଭାନି, ସିସୋଦିଆଙ୍କ ସମେତ ବହୁ ହାଇପ୍ରୋଫାଇଲ୍‌ ଭୋଟରଙ୍କୁ SIR ନୋଟିସ୍‌
ଇମ୍ରାନଙ୍କ ଭଉଣୀ ଅଲିମା ଗିରଫ
ଡ୍ୟୁଟି ସମୟରେ ପୋଲିସଙ୍କୁ ମୋବାଇଲ ମନା, ନମାନିଲେ ହେବ କାର୍ଯ୍ୟାନୁଷ୍ଠାନ
ଏସୀୟ କ୍ରୀଡ଼ାରେ ଭାରତର ଚମକ, ସୁଟିଂରେ ଦୁଇ ରୌପ୍ୟ
ଆମେରିକା ନିକଟରେ ଆତ୍ମସମର୍ପଣର ପ୍ରଶ୍ନ ନାହିଁ: କ୍ୟୁବା ରାଷ୍ଟ୍ରଦୂତ
ମହାନଦୀ ବିବାଦ ମଧ୍ୟରେ ଓଡ଼ିଶା ଗସ୍ତରେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ

ଅକ୍ଟୋବର ୫ରେ ଚାଷୀଙ୍କ ଖାତାକୁ ଆସିବ ପିଏମ କିଷାନ ଟଙ୍କା

0

ନୂଆଦିଲ୍ଲୀ: ଆସନ୍ତା ଅକ୍ଟୋବର ୫ ତାରିଖରେ ଚାଷୀଙ୍କ ଖାତାକୁ ଚଢିବ ପିଏମ କିଷାନ୍ ଟଙ୍କା । ପାଖାପାଖି ୯ କୋଟି ୫୦ ଲକ୍ଷ ଚାଷୀଙ୍କ ଖାତାକୁ ଯିବ ୨୦ ହଜାର ଟଙ୍କା । ପିଏମ୍ କିଷାନର ୧୮ ତମ କିସ୍ତିରେ ମହାରାଷ୍ଟ୍ରରୁ ସିଧା ଚାଷୀଙ୍କ କାତାକୁ ଟଙ୍କା ପଠାଇବେ ପ୍ରଧାନମନ୍ତ୍ରୀ ମୋଦି ।

ସେହିପରି ଆସନ୍ତାକାଲି ଗାନ୍ଧୀ ଜୟନ୍ତୀରେ ଓଡ଼ିଶାକୁ ଆଉ ଏକ ବଡ଼ ଉପହାର ଦେବେ ପ୍ରଧାନମନ୍ତ୍ରୀ ମୋଦି । ପିଏମ ଜନଧନ ଯୋଜନାରେ ଓଡ଼ିଶାର ଆଦିବାସୀ ଅଧ୍ୟୁଷିତ ଅଞ୍ଚଳରେ ୧୪୭ କିଲୋମିଟର ରାସ୍ତାର ଶିଳାନ୍ୟାସ କରିବେ । ଦେଓଗଡ଼, ଗଜପତି, ମୋହନା, ରାୟଗଡ଼ା, ବାଲିଗୁଡ଼ା, ମାଲକାନଗିରି, ଗୁଣୁପୁର, ସୁନ୍ଦରଗଡ଼ ଭଳି ବିଭିନ୍ନ ଆଦିବାସୀ ଅଞ୍ଚଳରେ ରାସ୍ତା ନିର୍ମାଣ ହେବ ।

ଏଥିସହିତ ଝାଡ଼ଖଣ୍ଡର ହଜାରିବାଗରୁ ଦେଶର ବିଭିନ୍ନ ରାଜ୍ୟକୁ ୮୩ ହଜାର ୩୦୦ କୋଟି ଟଙ୍କାର ପ୍ରକଳ୍ପ ଭେଟି ଦେବେ ପ୍ରଧାନମନ୍ତ୍ରୀ । ସମସ୍ତ ରାଜ୍ୟର ୬୩ ହଜାର ଗ୍ରାମର ୫ କୋଟି ଆଦିବାସୀଙ୍କ ବିକାଶ ପାଇଁ କାର୍ଯ୍ୟ କରିବ ଏହି ଯୋଜନା ।

Leave A Reply

Your email address will not be published.