ପ୍ରମୁଖ ଖବର

ପୂର୍ବତନ ବିଧାୟକ କାହ୍ନୁ ଚରଣ ନାଏକଙ୍କ ୭୯ ବର୍ଷରେ ପରଲୋକ
ଅମିତାଭଙ୍କ ‘ଜଲ୍‌ସା’କୁ ବୋମାରେ ଉଡ଼ାଇବା ଧମକ, ଟାର୍ଗେଟ୍‌ରେ ଦିଲଜିତ ଦୋସାଞ୍ଜ
ଅରୁଣାଚଳରେ ଭାରତ-ଚୀନ୍‌ ସୈନିକ ମୁହାଁମୁହିଁ
୨୯ରୁ ଓସିଏସ୍‌ ମୁଖ୍ୟ ପରୀକ୍ଷା, ଆଜିଠୁ ମିଳିବ ଆଡମିଟ୍‌ କାର୍ଡ
ଏସିଆନ ପାରା ଗେମ୍ସ: ପ୍ରମୋଦଙ୍କୁ ହରାଇ ସ୍ୱର୍ଣ୍ଣ ଜିତିଲେ ନିତେଶ

ବଦଳିଲା ୟୁନିଫର୍ମ ରଙ୍ଗ, ସବୁଜ ବଦଳରେ ପିନ୍ଧିବେ ବାଦାମୀ ରଙ୍ଗ ଡ୍ରେସ

0

ଭୁବନେଶ୍ବର: ବଦଳିଲା ନବମ ଓ ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ୟୁନିଫର୍ମ। ସରକାରୀ ମାଧ୍ୟମିକ ବିଦ୍ୟାଳୟର ୟୁନିଫର୍ମ ରଙ୍ଗ ବଦଳିଛି। ସବୁଜ ରଙ୍ଗ ବଦଳରେ ଏଣିକି ବାଦାମୀ ରଙ୍ଗର ୟୁନିଫର୍ମ ପିନ୍ଧିବେ ନବମ ଏବଂ ଦଶମ ଶ୍ରେଣୀ ଛାତ୍ରୀଛାତ୍ର। ମୁଖ୍ୟମନ୍ତ୍ରୀ ଛାତ୍ରୀଛାତ୍ର ପରିଧାନ ଯୋଜନା ଅଧୀନରେ ଥିବା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକରେ ଏହା ଲାଗୁହେବ।

ମାଧ୍ୟମିକ ବିଦ୍ୟାଳୟର ଛାତ୍ରୀଛାତ୍ରଙ୍କ ପାଇଁ ନୂଆ ଡିଜାଇନ ଓ ରଙ୍ଗର ୟୁନିଫର୍ମ ଲାଗୁ ହେବ। ଯେଉଁଠାରେ ପୁରୁଣା ଡିଜାଇନ ୟୁନିଫର୍ମ ବଣ୍ଟନ ହୋଇନି ସେଠାରେ ଏହା ପ୍ରଥମେ ଲାଗୁ ହୋଇପାରିବ। ତେବେ ଏହା କେବେଠୁ ଲାଗୁ ହେବ ନୂଆ ଶିକ୍ଷା ବର୍ଷ ଆରମ୍ଭରୁ କି ଏବେଠାରୁ ତାକୁ ନେଇ କୌଣସି ସୂଚନା ମିଳିପାରି ନାହିଁ ।

ଗତ ୨୦୨୩ରେ ପୂର୍ବରୁ ଗାଢ ନୀଳ ରଙ୍ଗ ୟୁନିଫର୍ମକୁ ବଦଳାଇ ସବୁଜ ପ୍ୟାଣ୍ଟ ଓ ଚେକ ସାର୍ଟ କରିଥିଲେ। ଛାତିରେ ଲେଖାଯାଇଥିଲା ’ଆମେ ଗଢିବୁ ନୂଆ ଓଡିଶା’। ଏବେ ନୂଆ ସରକାର ଆସିବାପରେ ପୁଣି ବଦଳିବ ୟୁନିଫର୍ମ ରଙ୍ଗ। ପୂର୍ବରୁ ଛାତ୍ରୀଙ୍କ ପାଇଁ ହ୍ୱାଇଟ ଗ୍ରିନ ଚେକ୍ ସାଲ୍‌ୱାର ସହ ଗ୍ରୀନ ଜ୍ୟାକେଟ, କଳା ଜୋତା ଏବଂ ଧଳା ମୋଜା ଘୋଷଣା କରାଯାଇଥିଲା।

Leave A Reply

Your email address will not be published.