ପ୍ରମୁଖ ଖବର

ଆସନ୍ତାକାଲି ଓଡ଼ିଶା ବନ୍ଦ, ବସ୍‌ ଚାଲିବ; ଅଟୋ ବନ୍ଦ
ରସାୟନ ବିଜ୍ଞାନରେ କାଗନ ଓ ସୋଆଇଙ୍କୁ ନୋବେଲ୍
ଦିଲ୍ଲୀର ନ୍ୟୁ ସୀମାପୁରୀ ଅଞ୍ଚଳରେ ୫ ମହଲା କୋଠା ଭୁଶୁଡ଼ି ପଡ଼ିଛି
ନୌସେନାର ଶକ୍ତି ବଢ଼ିବ, ବ୍ରହ୍ମୋସ୍ ପାଇଁ ୬୬୧ କୋଟିର ଚୁକ୍ତି
ରେପୋ ହାର ୦.୨୫% ବଢ଼ିଲା, ମହଙ୍ଗା ହେବ ଋଣ
ଓଡ଼ିଶାରେ ଆଇଏଏସ୍‌-ଓଏଏସ୍‌ ଅଦଳବଦଳ, ବଦଳିଲେ ଦୁଇ ଜିଲ୍ଲାପାଳ
ଏସିବିସିଙ୍କ ସାମାଜିକ-ରାଜନୈତିକ ସ୍ଥିତି ଅନୁଧ୍ୟାନ ପାଇଁ କମିଶନ
ମିଥୁନ ଚକ୍ରବର୍ତ୍ତୀଙ୍କୁ ବଡ଼ ଦାୟିତ୍ୱ, ମିଳିଲା କ୍ୟାବିନେଟ୍ ମନ୍ତ୍ରୀ ପାହ୍ୟା

ଆଗକୁ ବିଜେଡି ଖାଲି ହୋଇଯିବ: ମନମୋହନ ସାମଲ

0

ଭୁବନେଶ୍ବର; ବିଜେପିରେ ମିଶିବା ପାଇଁ ଆବେଦନ କରିଛନ୍ତି ବିଜେଡି ନେତା। ରାଜ୍ୟରେ ଭାଜପା ସରକାର ଆସିବା ପରେ ତଥା ନିର୍ବାଚନ ସମୟରେ ଅନେକ ବିଜେଡି ନେତା ଆସି ଭାଜପାରେ ଯୋଗ ଦେଇଛନ୍ତି। ଏହି ଧାରା ଆଗକୁ ଜାରି ରହିବ ବୋଲି ଗଣମାଧ୍ୟମ ସାମ୍ନାରେ ଏମିତି ଏକ ବଡ଼ ବୟାନ ଦେଇଛନ୍ତି ରାଜ୍ୟ ସଭାପତି ମନମୋହନ ସାମଲ। ସେ କହିଛନ୍ତି ଯେ, ଆଗକୁ ବିଜେଡି ଖାଲି ହୋଇଯିବ।

ସେ କହିଛନ୍ତି ଯେ, ‘ବିଜେଡିର ଅନେକ ନେତା ଭଜାପରେ ମିଶିବା ଲାଗି ଆବେଦନ କରିଛନ୍ତି। ଏପରି ଜାରି ରହିଲେ ତାଙ୍କ ଦଳ ଶୂନ୍ୟ ହୋଇଯିବ। ନବୀନଙ୍କ ନିର୍ବାଚନ ମଣ୍ଡଳୀରୁ ପଞ୍ଚାୟତ ପ୍ରତିନିଧି ଆସି ଭଜାପରେ ମିଶିଲେ, ୨ ରାଜ୍ୟସଭା ସାଂସଦ ମଧ୍ୟ ମିଶିଲେଣି। ଆଗକୁ ଆହୁରି ଅନେକ ନେତା ମିଶିବେ। ସେମାନେ ନିଜ ଇଚ୍ଛାରେ ଭାଜପାରେ ମିଶିବାକୁ ନିବେଦନ କରୁଛନ୍ତି। ତେବେ ଯଦି ଏପରି ଧାରା ଲାଗି ରହେ ବିଜେଡି ଶେଷ ହୋଇଯିବ”। ସେହିପରି ମନମୋହନ ସାମଲ ଆହୁରି କହିଛନ୍ତି, ଆମେ କେଉଁଠି କାହାକୁ ବ୍ଲାକମେଲ କରି ଦଳରେ ମିଶାଉ ନାହୁଁ। ନିଜ ଇଚ୍ଛାରେ ସେମାନେ ବିଜେପିରେ ମିଶିବା ପାଇଁ ନିବେଦନ କରୁଛନ୍ତି। ଯଦି ନିର୍ଦ୍ଦିଷ୍ଟ ଅଭିଯୋଗ ଅଛି ବିଜେଡି କହୁ ।

ନିକଟରେ ରାଜ୍ୟସଭା ଏମପି ମମତା ମହାନ୍ତ, ସୁଜିତ କୁମାର ରାଜ୍ୟସଭାରୁ ଇସ୍ତଫା ଦେବା ସହ ବିଜେଡି ଛାଡ଼ି ଭାଜପାରେ ଯୋଗ ଦେଇଛନ୍ତି। ମମତା ଭାଜପା ପକ୍ଷରୁ ପୁନର୍ବାର ରାଜ୍ୟସଭା ଯାଇ ସାରିଥିବା ବେଳେ ଆଗକୁ ସୁଜିତଙ୍କୁ ମଧ୍ୟ ପାର୍ଟି ସୁଯୋଗ ଦେଇପାରେ ଦେଇପାରେ।

Leave A Reply

Your email address will not be published.